Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶାରେ ସରିଲା ରାଷ୍ଟ୍ରପତି ପଦ ପାଇଁ ଭୋଟ, ଜଣଙ୍କ ବ୍ୟତିତ ସବୁ ବିଧାୟକ କଲେ ମତଦାନ
ଜାତୀୟ ଖବର

ଓଡିଶାରେ ସରିଲା ରାଷ୍ଟ୍ରପତି ପଦ ପାଇଁ ଭୋଟ, ଜଣଙ୍କ ବ୍ୟତିତ ସବୁ ବିଧାୟକ କଲେ ମତଦାନ

July 18, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶାରେ ସରିଲା ରାଷ୍ଟ୍ରପତି ପଦ ପାଇଁ ଭୋଟ, ଜଣଙ୍କ ବ୍ୟତିତ ସବୁ ବିଧାୟକ କଲେ ମତଦାନ

ଭୁବନେଶ୍ବର: ଓଡିଶାରେ ଶେଷ ହୋଇଛି ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ। ଏହି ମତଦାନ ପକ୍ରିୟା ଓଡିଶା ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ କରାଇଥିଲା। ଆଜି ଦିନ ଦଶଟାରୁ ଆରମ୍ଭ ହୋଇଥିଲା ମତଦାନ। ଏଥିରେ ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ମତାଧିକାର ସାବ୍ୟସ୍ତ କରିଥିଲେ। ଏହାପରେ ଜଣଙ୍କ ପରେ ଜଣେ ବିଧାୟକ ବିଭିନ୍ନ ସମୟରେ ଆସି ନିଜର ଭୋଟ ପ୍ରଦାନ କରିଥିଲେ।

ଏହି ଭୋଟ ଗ୍ରହଣ ଅପରାହ୍ନ ପାଞ୍ଚଟା ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ବିଧାୟକମାନଙ୍କୁ ସ୍ବତନ୍ତ୍ର ବାଲଟ ପେପର ଯୋଗାଇ ଦିଆଯାଇଥିଲା। ଏଥିରେ ରାଷ୍ଟ୍ରପତି ପଦ ପାଇଁ ପ୍ରତିଦ୍ବନ୍ଦିତା କରୁଥିବା ଦୁଇ ଜଣ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଏବଂ ଯଶବନ୍ତ ସିହ୍ନାଙ୍କ ନାମ ରହିଥିଲା। ଯେଉଁମାନେ ଯାହାକୁ ଭୋଟ ଦେଇଛନ୍ତି ସେମାନେ ଏହି ପ୍ରାର୍ଥୀଙ୍କ ନାମ ପାଖରେ ଏକ ନମ୍ବର ବୋଲି ଲେଖିଛନ୍ତି। ସେଥିପାଇଁ ନିର୍ବାଚନ କମିଶନରଙ୍କ ତରଫରୁ ସ୍ବତନ୍ତ୍ର ପେନ ଯୋଗାଇ ଦିଆଯାଇଥିଲା।

ଅପରାହ୍ନ ଗୋଟାଏ ବେଳେ ଓଡିଶାର ୧୪୭ ଜଣ ବିଧାୟକଙ୍କ ମଧ୍ୟରୁ ୧୪୧ ଜଣ ଭୋଟ ଦେଇଥିଲେ। ଏହାପରେ ଅପରାହ୍ନ ପାଞ୍ଚଟା ସୁଦ୍ଧା ୧୪୫ ଜଣ ଭୋଟ ଦେଇଛନ୍ତି। ଆଉ ଦୁଇଜଣଙ୍କ ମଧ୍ୟରୁ ଜଣେ ବିରୋଧୀ ଦଳର ନେତା ପ୍ରଦୀପ୍ତ ନାୟକ ସଂସଦରେ ଭୋଟ ଦେଇଛନ୍ତି। ସେ ଦିଲ୍ଲୀ ଏମସରେ ଚିକିତ୍ସିତ ହେଉଥିବାରୁ ସେଠାରେ ଭୋଟ ଦେବା ପାଇଁ ଆବେଦନ କରି ଭୋଟ ଦେଇଥିଲେ।

ତେବେ ଭୋଟ ଦାନରୁ ବିରତ ରହିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ। ସେ ବର୍ତ୍ତମାନ ଜେଲରେ ଥିବାରୁ ଏହି ଭୋଟରେ ଅଂଶ ଗ୍ରହଣ କରିପାରି ନାହାଁନ୍ତି। ସେ ବିଜେଡି ଦଳରୁ ବହିସ୍କୃତ ହୋଇଥିବାରୁ ଭୋଟ ଦେବା ପାଇଁ ଦଳ ତରଫରୁ ମଧ୍ୟ କୌଣସି ପଦକ୍ଷେପ ନିଆଯାଇ ନାହିଁ। ନିଜେ ବିଧାୟକ ଚାହିଁଥିଲେ କୋର୍ଟରେ ଆବେଦନ କରି ଦିନିକିଆ ଜାମିନୀରେ ଆସିପାରି ଥାଆନ୍ତେ। ହେଲେ ନା ପ୍ରଶାନ୍ତ ଜଗଦେବ ନା ବିଜେଡି, କେହି ଆଗ୍ରହ ପ୍ରକାଶ କଲେ ନାହିଁ। ଫଳରେ ସେ ଏକମାତ୍ର ବିଧାୟକ ଭାବେ ଏହି ସର୍ବୋଚ୍ଚ ଗଣତନ୍ତ୍ର ପକ୍ରିୟାରୁ ବାଦ ପଡିଲେ।

ପ୍ରଶାନ୍ତ ଜଗଦେବ ବିଧାନସଭା ରାଷ୍ଟ୍ରପତି ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Latest News

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.