Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»StateBoard»ମୋ ସ୍କୁଲ୍‌ ଅଭିଯାନ ରେ ୧୩୧ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ, ଜାଣନ୍ତୁ କେଉଁ ଜିଲ୍ଲାକୁ କେତେ
StateBoard

ମୋ ସ୍କୁଲ୍‌ ଅଭିଯାନ ରେ ୧୩୧ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ, ଜାଣନ୍ତୁ କେଉଁ ଜିଲ୍ଲାକୁ କେତେ

July 19, 2022No Comments4 Mins Read
Share Facebook Twitter LinkedIn Email WhatsApp Copy Link
ମୋ ସ୍କୁଲ୍‌ ଅଭିଯାନ ରେ ୧୩୧ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ, ଜାଣନ୍ତୁ କେଉଁ ଜିଲ୍ଲାକୁ କେତେ

ଭୁବନେଶ୍ୱର : ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଲାଭ କରୁଥିବା ଛାତ୍ରଛାତ୍ରୀମାନଙ୍କୁ ବିଜ୍ଞାନ ପ୍ରତି ଆକର୍ଷିତ କରିବାକୁ ‘ମୋ ସ୍କୁଲ୍‌ ଅଭିଯାନ’ ଓଡ଼ିଶା ବିଜ୍ଞାନ ଏକାଡେମୀ ଏବଂ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ସହ ମିଳିତ ଭାବରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରୁଛି। ନିକଟରେ ଛାତ୍ରଛାତ୍ରୀ ଏବଂ ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ପାଇଁ ବିଜ୍ଞାନ ସମ୍ବନ୍ଧୀୟ କର୍ମଶାଳା ଓ ପ୍ରଶିକ୍ଷଣ ଶିବିରର ଆୟୋଜନ କରାଯାଇଥିବାବେଳେ ଭବିଷ୍ୟତରେ ମୋବାଇଲ୍‌ ସାଇନ୍ସ ଏକ୍‌ଜିବିସନ୍‌ ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଛି।

ସେହିଭଳି ପିଲାମାନଙ୍କ ମଧ୍ୟରେ ଗଣିତର ଲୋକପ୍ରିୟତା ବୃଦ୍ଧି ପାଇଁ ଭୁବନେଶ୍ୱରସ୍ଥିତ ଇନ୍‌ଷଫିଚ୍ୟìଟ୍‌ ଅଫ୍‌ ମ୍ୟାଥେମେଟିକ୍ସ ଆଣ୍ଡ୍‌ ଆପ୍ଲିକେସନ୍ସ ସହ ହାତ ମିଳାଇଛି ‘ମୋ ସ୍କୁଲ୍‌’। ଉଭୟ ଅନୁଷ୍ଠାନର ସହଯୋଗରେ ଉଚ୍ଚ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପାଇଁ ମ୍ୟାଥ୍‌ମେଟିକ୍ସ ମେଳା’ କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଗଣିତ ଶିକ୍ଷକଙ୍କ ଦକ୍ଷତା ବୃଦ୍ଧି କ୍ଷେତ୍ରରେ ମଧ୍ୟ ଉଭୟ ମିଳିତ ଭାବରେ କାର୍ଯ୍ୟ କରିବେ। ଏନେଇ ‘ମୋ ସ୍କୁଲ୍‌ ଅଭିଯାନ’ର ୩୫ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ନିଷ୍ପତ୍ତି ନିଆଯାଇଛି।

ସୋମବାର ଭର୍ଚୁଆଲ୍‌ ମୋଡ଼୍‌ରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଅଧ୍ୟକ୍ଷତା କରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ‘ମୋ ସ୍କୁଲ୍‌ ଅଭିଯାନ’ ମାଧ୍ୟମରେ ରାଜ୍ୟରେ ଥିବା ସମସ୍ତ ସରକାରୀ ବିଦ୍ୟାଳୟର ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ ଦେଇଥିଲେ। ଗତ ଏକ ମାସ ମଧ୍ୟରେ ‘ମୋ ସ୍କୁଲ୍‌’ ନିକଟରେ ରେକର୍ଡ ସଂଖ୍ୟକ ୟୁସି ଦାଖଲ ହୋଇଥିବାବେଳେ କାର୍ଯ୍ୟନିର୍ବାହୀ ପରିଷଦ ଏନେଇ ସନ୍ତୋଷବ୍ୟକ୍ତ କରିଥିଲେ।

ଚଳିତ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ଓଡ଼ିଶାର ୨୬ଟି ଜିଲ୍ଲାର ମୋଟ ୧୩୧ କୋଟି ୭୩ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଗତ ୧ ମାସ ମଧ୍ୟରେ ୧୦,୬୭୨ ପୁରାତନ ଛାତ୍ରଛାତ୍ରୀ ‘ମୋ ସ୍କୁଲ୍‌ ଅଭିଯାନ’ ସହ ଯୋଡ଼ିହୋଇଛନ୍ତି। ସେମାନେ ନିଜ ନିଜ ବିଦ୍ୟାଳୟର ବିକାଶ ପାଇଁ ୫ କୋଟି ୬ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି।

ବିଭିନ୍ନ ସିଏସ୍‌ଆର୍‌ ପାଣ୍ଠିରୁ ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକର ବିକାଶ ପାଇଁ ‘ମୋ ସ୍କୁଲ୍‌ ଅଭିଯାନ’କୁ ୩୮ କୋଟି ୮୫ ଲକ୍ଷ ଟଙ୍କାର ଅନୁଦାନ ଆସିଛି। ପୁରାତନ ଛାତ୍ରଛାତ୍ରୀ ଏବଂ ସିଏସ୍‌ଆର୍‌ ପାଣ୍ଠି ଅନୁଦାନ ସହ ରାଜ୍ୟ ସରକାରଙ୍କ ଦୁଇଗୁଣା ଆର୍ଥିକ ସହାୟତାକୁ ମିଶାଇ ମୋଟ ୧୩୧ କୋଟି ୭୩ ଲକ୍ଷ ଟଙ୍କାର ପ୍ରକଳ୍ପକୁ କାର୍ଯ୍ୟନିର୍ବାହୀ ପରିଷଦ ଅନୁମୋଦନ ପ୍ରଦାନ କରିଛି, ଯାହାକି ୧୫୫୭ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଏବଂ ଉଚ୍ଚ ବିଦ୍ୟାଳୟର ଭିତ୍ତିଭୂମି ବିକାଶରେ ବିନିଯୋଗ ହେବ।

ବାଲେଶ୍ୱରରେ ସର୍ବାଧିକ ୧ କୋଟି ୧୨ ଲକ୍ଷ, କଟକରେ ୪୨ ଲକ୍ଷ, ଭଦ୍ରକରେ ୨୫ ଲକ୍ଷ ୨୨ ହଜାର, ସମ୍ବଲପୁରରେ ୨୪ ଲକ୍ଷ ୨୭ ହଜାର ଏବଂ ମୟୂରଭଞ୍ଜରେ ୧୮ ଲକ୍ଷ ୯୪ ହଜାର ଟଙ୍କା ପୁରାତନ ଛାତ୍ରଛାତ୍ରୀମାନେ ପ୍ରଦାନ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ମୋଟ ୬ ଲକ୍ଷ ୮୫ ହଜାର ପୁରାତନ ଛାତ୍ରଛାତ୍ରୀ ‘ମୋ ସ୍କୁଲ୍‌ ଅଭିଯାନ’ ମାଧ୍ୟମରେ ସ୍କୁଲ୍‌ଗୁଡ଼ିକୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

୩ୟ ପର୍ଯ୍ୟାୟ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ଏବଂ ‘ମୋ ସ୍କୁଲ୍‌’ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଲାଗି ୨୦୨୨-୨୩ ଆର୍ଥିକ ବର୍ଷରେ ‘ମୋ ସ୍କୁଲ୍‌ ଅଭିଯାନ’କୁ ୬୪୪ କୋଟି ଟଙ୍କାର ଆର୍ଥିକ ଅନୁଦାନ ମିଳିଛି। ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ପରେ ବଳକା ଥିବା ୪୩୧୦ଟି ଉଚ୍ଚ ବିଦ୍ୟାଳୟରୁ ୩ୟ ପର୍ଯ୍ୟାୟରେ ୨୧୫୯ଟି ହାଇସ୍କୁଲ୍‌ର ରୂପାନ୍ତରଣ କରିବାକୁ ପ୍ରସ୍ତାବ ଦିଆଯାଇଥିଲା।

ରୂପାନ୍ତରିତ ହୋଇଥିବା ଉଚ୍ଚ ବିଦ୍ୟାଳୟଗୁଡ଼ିକର ଛାତ୍ରଛାତ୍ରୀଙ୍କୁ କୋଡିଂ ଶିକ୍ଷାଦାନ ଉଦ୍ଦେଶ୍ୟରେ ୧୦୭୬ ହାଇସ୍କୁଲ୍‌ରେ କୋଡ୍‌ କ୍ଲବ୍‌ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବାବେଳେ ଇତିମଧ୍ୟରେ ୩୦ଟି ଜିଲ୍ଲାର ୪୧୩ଜଣ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ କୋଡିଂ ଏବଂ ପ୍ରୋଗ୍ରାମିଂରେ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି। ଋୂପାନ୍ତରିତ ବିଦ୍ୟାଳୟଗୁଡ଼ିକର ମୂଲ୍ୟବାନ୍‌ ଉପକରଣ ଏବଂ ଭିତ୍ତିଭୂମିକୁ ଦୃଷ୍ଟିରେ ରଖି ସ୍କୁଲ୍‌ଗୁଡ଼ିକରେ ସ୍ୱତନ୍ତ୍ର ସୁରକ୍ଷା କର୍ମୀ ନିୟୋଜନ କରିବାକୁ କୁହାଯାଇଛ।

ବିଦ୍ୟାଳୟଣ ରୂପାନ୍ତରଣ ନିମନ୍ତେ ‘ମୋ ସ୍କୁଲ୍‌’ ପାଣ୍ଠିରେ ଥିବା ଅର୍ଥକୁ ଏଥିପାଇଁ ଖର୍ଚ୍ଚ କରାଯାଇପାରିବ। ଏହାବ୍ୟତୀତ ପ୍ରତ୍ୟେକ ରୂପାନ୍ତରିତ ବିଦ୍ୟାଳୟରେ ସିସିଟିଭି କ୍ୟାମେରା, ବଜ୍ରପାତରୁ ସୁରକ୍ଷା ପାଇଁ ଲାଇଟେନିଂ ଆରେଷ୍ଟର୍‌ ଏବଂ ଅଗ୍ନିନିର୍ବାପକ ଯନ୍ତ୍ର ଲଗାଯିବ। ହାଇସ୍କୁଲ୍‌ ରୂପାନ୍ତରଣ କାର୍ଯ୍ୟକ୍ରମ ଅଧୀନରେ ରୂପାନ୍ତରିତ ହୋଇଥିବା ସମସ୍ତ ସ୍କୁଲ୍‌ରେ ଇଣ୍ଟରନେଟ୍‌ ସଂଯୋଗ କରାଯିବ। ବିଶେଷକରି ଆଭ୍ୟନ୍ତରୀଣ ଅଞ୍ଚଳରେ ଥିବା ସ୍କୁଲଗୁଡ଼ିକରେ ଯେପରି ପିଲାମାନେ ଇଣ୍ଟରନେଟ୍‌ ସୁବିଧା ପାଇପାରିବେ ତାହା ଉପରେ ଗୁରୁତ୍ୱ ଦେବାକୁ ପ୍ରମୁଖ ସଚିବ ନିର୍ଦ୍ଦେଶ ଦେଇଥିଲେ।

ଟାଟାଟ୍ରଷ୍ଟ ଏବଂ ଲିଭୋଲିଙ୍କ୍‌ ଫାଉଣ୍ଡେଶନ ସହ ମିଳିତ ଭାବରେ ଚାଲିଥିବା ପ୍ରାଥମିକ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ଅଧୀନରେ କନ୍ଧମାଳ ଜିଲ୍ଲାରେ ଏକ ଏକାଡେମିକ୍‌ ରିସୋର୍ସ ସେଣ୍ଟର ପ୍ରତିଷ୍ଠା କରାଯାଇଛି। ପ୍ରାଥମିକ ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଦକ୍ଷତା ବିକାଶରେ ଏହି ଅନୁଷ୍ଠାନ ପ୍ରମୁଖ ଭୂମିକା ଗ୍ରହଣ କରିବ। ‘ମୋ ସ୍କୁଲ୍‌’ ସହଯୋଗରେ ୩୦୦ ରୂପାନ୍ତରିତ ବିଦ୍ୟାଳୟରେ ଶୈକ୍ଷିକ ବାତାବରଣ, ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଦକ୍ଷତା ବିକାଶ ଏବଂ ଛାତ୍ରଛାତ୍ରୀଙ୍କ ବୌଦ୍ଧିକ ବିକାଶକୁ ପ୍ରାଥମିକତା ଦେଇ ବିଭିନ୍ନ ସହପାଠ୍ୟଭିତ୍ତିକ କାର୍ଯ୍ୟକ୍ରମର ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଛି।

ଏଥିପାଇଁ ସ୍କୁଲଗୁଡ଼ିକୁ ପରାମର୍ଶଭିତ୍ତିକ କାର୍ଯ୍ୟକ୍ରମଗୁଡ଼ିକର ଏକ ତାଲିକା ପ୍ରଦାନ କରାଯିବ ଏବଂ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ବିଷୟରେ ସଚେତନ କରିବା ଉଦ୍ଦେଶ୍ୟରେ ପ୍ରତି ମାସରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହେବ। ନୃତ୍ୟ, ସଙ୍ଗୀତ, କଳା-ହସ୍ତକଳା, କ୍ରୀଡ଼ା, ସ୍ପୋକେନ୍‌ ଇଂଲିଶ, ଫରେନ୍‌ ଲାଙ୍ଗୁଏଜ୍‌ ଓ କୋଡିଂ ଶିକ୍ଷା ସହ ଲିଡର୍‌ସିପ୍‌ ସ୍କିଲ୍‌ ତଥା ପିଲାମାନଙ୍କ ମଧ୍ୟରେ ନେତୃତ୍ୱ ନେବାର ମନୋଭାବ ବିକାଶ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ କରାଯିବ। ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ସହ ସ୍ୱାସ୍ଥ୍ୟ ଓ ପୋଷଣ ସମ୍ପର୍କିତ ସଚେତନତାଭିତ୍ତିକ କାର୍ଯ୍ୟକ୍ରମ କରିବାକୁ ସ୍ଥିର କରାଯାଇଛି।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ‘ମୋ ସ୍କୁଲ୍‌’ ସଦସ୍ୟ ସଚିବ ତଥା ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା, ବିଭାଗୀୟ ଅତିରିକ୍ତ ଶାସନ ସଚିବ ଶ୍ରୀ ପ୍ରତାପ କୁମାର ମିଶ୍ର, ବିଭାଗୀୟ ଆର୍ଥିକ ଉପଦେଷ୍ଟା ଶ୍ରୀ ରତିକାନ୍ତ ମହାପାତ୍ର, ନିର୍ଦ୍ଦେଶକ, ଉଚ୍ଚ ମାଧ୍ୟମିକ ଶିକ୍ଷା, ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା, ନିର୍ଦ୍ଦେଶକ, ପ୍ରାଥମିକ ଶିକ୍ଷା, ନିର୍ଦ୍ଦେଶକ, ଟିଇ, ଏସ୍‌ସିଇଆର୍‌ଟି ଏବଂ ‘ମୋ ସ୍କୁଲ୍‌ ଅଭିଯାନ’ ମୁଖ୍ୟ ପରିଚାଳନା ଅଧିକାରୀ ଶ୍ରୀ ଅମରଜିତ ଜେନା, ‘ମୋ ସ୍କୁଲ୍‌’ ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରବୀର କୁମାର ଖିଲାର ଉପସ୍ଥିତ ଥିଲେ।

MoSchool ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ଓଡ଼ିଶା ବିଜ୍ଞାନ ଏକାଡେମୀ ମୋ ସ୍କୁଲ୍‌ ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ଲଦାଖ ପ୍ରସଙ୍ଗ: ଲେହ ଓ କାର୍ଗିଲ ଗଣତାନ୍ତ୍ରିକ ମେଣ୍ଟ ସହିତ ଆଲୋଚନା ପାଇଁ ସରକାର ପ୍ରସ୍ତୁତ

September 30, 2025

ବେଆଇନ ଆତସବାଜି ଓ ବିସ୍ଫୋରକ ବ୍ୟବସାୟ ବିରୋଧରେ “ଅଗ୍ନି” ଅଭିଯାନ: 133 ଗିରଫ

September 30, 2025

ଆଜି ସେପ୍ଟେମ୍ବର ୩୦ ତାରିଖ ମଙ୍ଗଳବାରରେ ଆଠଟି ରାଶି ପାଇଁ ରହିଛି ଶୁଭଦାୟକ

September 30, 2025

ବିହାର ପାଇଁ ୭ଟି ନୂତନ ଟ୍ରେନର ଶୁଭାରମ୍ଭ କଲେ ରେଳମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ

September 29, 2025
Latest News

ଲଦାଖ ପ୍ରସଙ୍ଗ: ଲେହ ଓ କାର୍ଗିଲ ଗଣତାନ୍ତ୍ରିକ ମେଣ୍ଟ ସହିତ ଆଲୋଚନା ପାଇଁ ସରକାର ପ୍ରସ୍ତୁତ

September 30, 2025

ବେଆଇନ ଆତସବାଜି ଓ ବିସ୍ଫୋରକ ବ୍ୟବସାୟ ବିରୋଧରେ “ଅଗ୍ନି” ଅଭିଯାନ: 133 ଗିରଫ

September 30, 2025

ଆଜି ସେପ୍ଟେମ୍ବର ୩୦ ତାରିଖ ମଙ୍ଗଳବାରରେ ଆଠଟି ରାଶି ପାଇଁ ରହିଛି ଶୁଭଦାୟକ

September 30, 2025

ବିହାର ପାଇଁ ୭ଟି ନୂତନ ଟ୍ରେନର ଶୁଭାରମ୍ଭ କଲେ ରେଳମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ

September 29, 2025

ଟ୍ରମ୍ଫ ଦେଲେ ଆଉ ଏକ ବଡ଼ ଝଟକା: ଏବେ ଏହି କ୍ଷେତ୍ର ପାଇଁ ଲଗାଇଲେ ୧୦୦% ଶୁଳ୍କ

September 29, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.