Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସାର ବିତରଣର ଯାଞ୍ଚ ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ
ଜାତୀୟ ଖବର

ସାର ବିତରଣର ଯାଞ୍ଚ ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ

July 20, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସାର ବିତରଣର ଯାଞ୍ଚ ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ଚଳିତ ଖରିଫରେ ଆବଶ୍ୟକ ସାରର ସୁଷମ ବଣ୍ଟନକୁ ସୁନିଶ୍ଚିତ କରିବା ଏବଂ ଚାଷୀମାନେ ଯେପରି ଠିକ୍‌ ସମୟରେ ଉଚିତ ମୂଲ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ପାଇବେ ସେଥି ନିମନ୍ତେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ସାରର ଯୋଗାଣ ଓ ବଣ୍ଟନକୁ ବ୍ୟବସ୍ଥିତ କରିବା ପାଇଁ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଏହି ପରିପ୍ରେକ୍ଷୀରେ ଅତିରିକ୍ତ ମୁଖ୍ୟ ମୁଖ୍ୟ ଶାସନ ସଚିବ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଶ୍ରୀ ସଂଜୀବ ଚୋପ୍ରା ସମସ୍ତ ଜିଲ୍ଲାପାଳମାନଙ୍କୁ ପତ୍ର ଲେଖି ସାର ବିକି୍ରର ଯାଞ୍ଚ ବ୍ୟବସ୍ଥାକୁ ବ୍ୟାପକ ଓ କଡ଼ାକଡ଼ି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଅସାଧୁ ବ୍ୟବସାୟୀଙ୍କ ଦ୍ୱାରା ସାରର ମହଜୁଦ ଓ କଳାବଜାରୀକୁ ରୋକିବା ଉଦ୍ଦେଶ୍ୟରେ ସତର୍କ ଦୃଷ୍ଟି ରଖିବା ନିମନ୍ତେ ଜିଲ୍ଲା ଓ ବ୍ଲକ୍‌ ସ୍ତରରେ ଯାଞ୍ଚକାରୀ ଦଳକୁ ଅଧିକ ସୁଦୃଢ଼ ଓ କ୍ରିୟାଶୀଳ କରିବା ନିମନ୍ତେ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।

ଚାଷୀମାନଙ୍କ ନିକଟରେ ପର୍ଯ୍ୟାପ୍ତ ପରିମାଣରେ ସାର ଉପଲବ୍ଧ କରାଇବା ପାଇଁ ବିଭାଗ ପକ୍ଷରୁ ବିଭିନ୍ନ କୋଅପରେଟିଭ୍‌ ସଂସ୍ଥାର ଡିଲର ଏବଂ ଘରୋଇ ଡିଲରମାନଙ୍କୁ ସାର ଯୋଗାଇ ଦିଆଯାଇଛି। ସାର ସଂଗ୍ରହକାରୀ ସଂସ୍ଥା ମାର୍କଫେଡ୍‌ ଓ ଓଡ଼ିଶା କୃଷି ଶିଳ୍ପ ନିଗମ ମାଧ୍ୟମରେ ଆବଶ୍ୟକ ପରିମାଣର ୟୁରିଆ ସାର ଯଥେଷ୍ଟ ପୂର୍ବରୁ ଡିଲରମାନଙ୍କୁ ଯୋଗାଇଦେବାର ବନ୍ଦୋବସ୍ତ କରାଯାଇଛି। ଏଥି ସହିତ ରାଜ୍ୟର ଆବଶ୍ୟକତା ଅନୁସାରେ ଡିଏପି ଓ ପଟାସ ସାର ଯୋଗାଇଦେବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଛି।

ଚାଷୀଙ୍କୁ ସାର ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ ବିଭାଗ ପକ୍ଷରୁ ପ୍ରତି ଜିଲ୍ଲାରେ ବିଭାଗୀୟ ଯାଞ୍ଚକାରୀ ଦଳ ଗଠନ କରାଯାଇଛି। ପ୍ରତି ବ୍ଲକ୍‌ରେ ଅଧିସୂଚିତ କ୍ଷେତ୍ରୀୟ ଅଧିକାରୀଙ୍କୁ ସାର ନିରୀକ୍ଷକ ଭାବେ ନିୟୋଜିତ କରାଯାଇଛି। ଜିଲ୍ଲା ଓ କ୍ଷେତ୍ର ସ୍ତରରେ ଯାଞ୍ଚ ବ୍ୟବସ୍ଥାକୁ ଅଧିକ ତ୍ୱରାନ୍ୱିତ ଓ କଡ଼ାକଡ଼ି କରିବା ଦିଗରେ ଜିଲ୍ଲାପାଳମାନେ ପଦକ୍ଷେପ ନେବା ସହିତ ଯାଞ୍ଚକାରୀ ଦଳଙ୍କୁ ଆବଶ୍ୟକୀୟ ସହାୟତା ଯୋଗାଇଦେବା ପାଇଁ ପତ୍ରରେ କୁହାଯାଇଛି। ଏଥି ସହିତ ବିଭିିନ୍ନ ର୍ୟାକ୍‌ ପଏଣ୍ଟରୁ ନିର୍ଦ୍ଧାରିତ ଜିଲ୍ଲାମାନଙ୍କୁ ସାରର ବିତରଣ ଓ ଯୋଗାଣ ବ୍ୟବସ୍ଥାକୁ ସୁଗମ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ଅନୁରୋଧ କରାଯାଇଛି।

କୃଷି ଓ କୃଷକ ସଶକ୍ତିକରଣ ରଣେନ୍ଦ୍ର ପ୍ରତାପ ସ୍ୱାଇଁ
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.