Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ବାଲୁକା କଳାରେ ଅଭିନନ୍ଦନ ଜଣାଇଲେ ସୁଦର୍ଶନ ପଟ୍ଟନାୟକ
ଜାତୀୟ ଖବର

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ବାଲୁକା କଳାରେ ଅଭିନନ୍ଦନ ଜଣାଇଲେ ସୁଦର୍ଶନ ପଟ୍ଟନାୟକ

July 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁକା କଳାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ଦେଶର ପନ୍ଦରତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଦ୍ରୌପଦୀ ମୁର୍ମୁ। ସେ ସଂସଦଭବନର ସେଣ୍ଟ୍ରାଲ ହଲରେ ତାଙ୍କୁ ଶପଥପାଠ କରାଇଛନ୍ତି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଏନ ଭି ରମଣା।ସେ ଶପଥ ପାଠ ନେବା ପରେ ସାରା ଦେଶରେ ଆନନ୍ଦନର ଲହରୀ ଖେଳିଯାଇଛି। କାରଣ ସେ ପ୍ରଥମ ଆଦିବାସୀ ମହିଳା ଭାବେ ରାଷ୍ଟ୍ରପତି ପଦରେ ଅଧିଷ୍ଠିତ ହୋଇଛନ୍ତି।

ତେବେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ପରେ ବେଶୀ ଖୁସି ହୋଇଛନ୍ତି ଓଡିଶାର ଜନ ସାଧାରଣ। କାରଣ ସେ ହେଉଛନ୍ତି ଓଡିଶାର ଝିଅ। ସେହି ଖୁସିକୁ ନିଜ କଳାମାଧ୍ୟମରେ ବାଣ୍ଟିଛନ୍ତି ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ସେ ପୁରୀ ବେଳାଭୂମିରେ ନିର୍ମାଣ କରିଛନ୍ତି ବାଲୁକା କଳା।

ଏହି କଳାରେ ସୁଦର୍ଶନ ଦ୍ରୌପଦୀ ମୁର୍ମୁ ଶପଥ ନେବା ବେଳେ ଯେଉଁ ପ୍ରକାରର ଶାଢୀ ପିନ୍ଧିଛନ୍ତି ସେହି ଶାଢୀରେ ତାଙ୍କର ଏକ ଅବିକଳ କଳା ନିର୍ମାଣ କରିଛନ୍ତି। ଏଥିସହିତ ତାଙ୍କ ପାଖରେ କରିଛନ୍ତି ରାଷ୍ଟ୍ରପତି ଭବନର ଏକ ପ୍ରତୀକାତ୍ମକ ସ୍ଥାପତ୍ୟ। ଏହାର ତଳେ ଇଂରାଜୀରେ ଲେଖିଛନ୍ତି A Historic Day For Nation.

ପୂର୍ବରୁ ସୁଦର୍ଶନ ଦ୍ରୌପଦୀଙ୍କ ଉପରେ ଆଉ ଏକ କଳା ମଧ୍ୟ କରିଥିଲେ। ସେ ଯେଉଁଦିନ ବିଜୟଲଭା କରିଥିଲେ ସେଦିନ ମଧ୍ୟ ସେ ପୁରୀ ବେଳା ଭୂମିରେ ବାଲୁକା କଳା କରିଥିଲେ। ସେହି କଳା ମାଧ୍ୟମରେ ସେ ଦ୍ରୌପଦୀଙ୍କୁ ଅଭିନନ୍ଦନ ମଧ୍ୟ ଜଣାଇଥିଲେ। ସୁଦର୍ଶନଙ୍କ ଏହି କଳା ବର୍ତ୍ତମାନ ପୁରୀ ବେଳାଭୂମିର ପର୍ଯ୍ୟଟକଙ୍କୁ ବେଶ ଆକୃଷ୍ଟ କରିବାରେ ଲାଗିଛି।

ଏନ.ଭି ରମଣା ଦ୍ରୌପଦୀ ମୁର୍ମୁ ପୁରୀ ବେଳାଭୂମି ବାଲୁକା ଶିଳ୍ପୀ ଶପଥପାଠ ସୁଦର୍ଶନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026
Latest News

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.