Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜମିରେ ସୋଲାର ପମ୍ପ୍‌ସେଟ୍‌ ସ୍ଥାପନ କାମ ଶେଷ କରିବା ପାଇଁ କଂପାନୀକୁ ନିର୍ଦ୍ଦେଶ ଦେଲେ କୃଷିମନ୍ତ୍ରୀ
ବିଶେଷ ଖବର

ଜମିରେ ସୋଲାର ପମ୍ପ୍‌ସେଟ୍‌ ସ୍ଥାପନ କାମ ଶେଷ କରିବା ପାଇଁ କଂପାନୀକୁ ନିର୍ଦ୍ଦେଶ ଦେଲେ କୃଷିମନ୍ତ୍ରୀ

July 27, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଜମିରେ ସୋଲାର ପମ୍ପ୍‌ସେଟ୍‌ ସ୍ଥାପନ କାମ ଶେଷ କରିବା ପାଇଁ କଂପାନୀକୁ ନିର୍ଦ୍ଦେଶ ଦେଲେ କୃଷିମନ୍ତ୍ରୀ

ଭୁବନେଶ୍ୱର: ସୌର ଜଳନିଧି ଯୋଜନାରେ ରାଜ୍ୟର ଚାଷୀମାନଙ୍କୁ ଜଳସେଚନର ସୁବିଧା ନିମନ୍ତେ ସୋଲାର ପମ୍ପସେଟ୍‌ ସ୍ଥାପନର ଅଗ୍ରଗତିର ଏକ ସମୀକ୍ଷା ବୈଠକ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।

ଆଜି କୃଷି ଭବନରେ ଅନୁଷ୍ଠିତ ବୈଠକରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ୨୦୧୮-୧୯ ବର୍ଷରୁ କାର୍ଯ୍ୟକାରୀ ହେଉଥିବା ଏହି ଯୋଜନାର ସଦ୍ୟତମ ସ୍ଥିତି ବିଷୟରେ ସମୀକ୍ଷା କରିବା ଅବସରରେ ଧାର୍ଯ୍ୟ ଲକ୍ଷ୍ୟକୁ ଶୀଘ୍ର ପୂରଣ କରି ଚାଷୀମାନଙ୍କୁ ଜଳସେଚନର ସୁବିଧା ଉପଲବ୍ଧ କରାଇବା ପାଇଁ ବିଭାଗୀୟ ଅଧିକାରୀ ଓ ଚୁକ୍ତିଭୁକ୍ତ କମ୍ପାନୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଓରେଡାର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୬ଟି ଚୁକ୍ତିଭୁକ୍ତ କମ୍ପାନୀ ମାଧ୍ୟମରେ ରାଜ୍ୟରେ ସୋଲାର ପମ୍ପସେଟ୍‌ ସ୍ଥାପନ କରାଯାଇଛି। ନ୍ୟୁନତମ ୦.୫ ଏକର ଚାଷ ଜମି ଥିବା ଓ କୂଅ/ଫାର୍ମପଣ୍ଡ କିମ୍ବା ନିକଟସ୍ଥ ଚେକ୍‌ଡ୍ୟାମ୍‌ରୁ ପାଣିନେବାର ସୁବିଧାଥିବା ଚାଷୀମାନଙ୍କୁ ସୋଲାର ପମ୍ପସେଟ୍‌ ସ୍ଥାପନ ନିମନ୍ତେ ବିଭାଗ ପକ୍ଷରୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି ।

ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାରେ ଡିସି ମଟର ସୋଲାର ପମ୍ପସେଟ୍‌ ବଦଳରେ ଏସି ମଟର ପମ୍ପସେଟ୍‌ ସ୍ଥାପନର ସୁବିଧାକୁ ଅନୁଧ୍ୟାନ କରିବା ପାଇଁ ଆବଶ୍ୟକ ବୈଷୟିକ ପରାମର୍ଶ ନେବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସୌର ଜଳନିଧି ଯୋଜନାରେ ସୋଲାର ପମ୍ପସେଟ୍‌ ସ୍ଥାପନ ନିମନ୍ତେ ଚାଷୀମାନଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ପରାମର୍ଶ ଦେଇଥିଲେ।

ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ, କୃଷି ଓ କୃଷକ ସଶକ୍ତିକରଣ ଶ୍ରୀ ସଂଜୀବ ଚୋପ୍ରା, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସଂଜୀବ କୁମାର ଚଢ଼ା, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧାରୀ, ଓଡ଼ିଶା କୃଷି ଶିଳ୍ପ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ସଦାନନ୍ଦ ନାୟକ, ବିଭାଗୀୟ ମୁଖ୍ୟ ଯନ୍ତ୍ରୀ, (କୃଷି) ଶ୍ରୀ ରାଜେନ୍ଦ୍ର ବେଶ୍ରା, ଓରେଡାର ଯୁଗ୍ମ ନିର୍ଦ୍ଦେଶକ ବୈଷୟିକ ସସ୍ମିତା ପଟ୍ଟନାୟକଙ୍କ ସମେତ ଉଠାଜଳସେଚନ ନିଗମର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଏବଂ ବରିଷ୍ଠ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ।

କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ରୁଷରୁ ତେଲ କିଣିବା ବନ୍ଦ କରିବ ଭାରତ, ଜାଣନ୍ତୁ କ’ଣ କହିଲେ କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ? 

February 7, 2026

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026
Latest News

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ରୁଷରୁ ତେଲ କିଣିବା ବନ୍ଦ କରିବ ଭାରତ, ଜାଣନ୍ତୁ କ’ଣ କହିଲେ କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ? 

February 7, 2026

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026

ଫହୀମ ଅସରଫ୍ ଙ୍କ ଯୋଗୁଁ ହାରୁ ହାରୁ ଜିତିଲା ପାକିସ୍ତାନ: ନେଦରଲ୍ୟାଣ୍ଡର ଲଢୁଆ ପ୍ରଦର୍ଶନ

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.