Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତ୍ନୀ କହିବା ନେଇ ଝଡ, ସଂସଦ ଓ ବିଧାନସଭା ମୁଲତବି
ଜାତୀୟ ଖବର

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତ୍ନୀ କହିବା ନେଇ ଝଡ, ସଂସଦ ଓ ବିଧାନସଭା ମୁଲତବି

July 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଂସଦରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତ୍ନୀ କହିବା ନେଇ ସଂସଦ ଓ ବିଧାନସଭାରେ ଝଡ

ଭୁବନେଶ୍ବର: ଆଜି କଂଗ୍ରେସ ସାଂସଦ ଅଧୀର ରଂଜନ ଚୌଧୁରୀ ସଂସଦରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ‘ରାଷ୍ଟ୍ରପତ୍ନୀ’ ସମ୍ବୋଧନକୁ ନେଇ ହଟ୍ଟଗୌଳ ହୋଇଛି। ଏହାକୁ ନେଇ ସଂସଦରେ ବିଜେପି ମହିଳା ସାଂସଦମାନେ ପ୍ରବଳ ବିରୋଧ କରିଛନ୍ତି।

ଆଜି ସଂସଦ କାର୍ଯ୍ୟ ସମୟରେ ଅଧୀର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତ୍ନୀ ବୋଲି କହିଥିଲେ। ଏହାକୁ ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ସ୍ମତିଇରାନୀ ପ୍ରମୁଖ ମହିଳା ସାଂସଦମାନେ ହଟ୍ଟଗୋଳ କରିଥିଲେ। ପରେ ସବୁ ମହିଳା ସାଂସଦ ଏକାଠି ହୋଇ ଏହାର ତୀବ୍ର ବିରୋଧ କରିଥିଲେ। ତୁରନ୍ତ ଅଧୀର ରଂଜନ ସଂସଦରେ କ୍ଷମା ମାଗନ୍ତୁ ବୋଲି ଦାବୀ କରିଥିଲେ।

ପରବର୍ତ୍ତି ସମୟରେ ରାଜ୍ୟସଭାରେ ମଧ୍ୟ ଏହାକୁ ନେଇ ପ୍ରବଳ ବିରୋଧ କରାଯାଇଥିଲା। ଅଧୀର ରଂଜନ ରାଷ୍ଟ୍ରକୁ ଅପମାନିତ କରିଛନ୍ତି ବୋଲି କହିଥିଲେ। ସାଂସଦ ତୁରନ୍ତ ତାଙ୍କର ବକ୍ତବ୍ୟ ଫେରାଇ ନେବା ସହିତ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ଦାବୀ କରିଥିଲେ। ସଂସଦରେ ଏପରି ହାଙ୍ଗାମା ଦ୍ବାରା ଉଭୟ ଗୃହକୁ ମୁଲତବୀ ରଖାଯାଇଛି।

ଏପଟେ ବିଧାନସଭାରେ ମଧ୍ୟ ରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତ୍ନୀ କହିବା ନେଇ ଝଡ ସୃଷ୍ଟି ହୋଇଛି। ବିରୋଧୀ ବିଜେପି ସଦସ୍ୟ କଂଗ୍ରେସ ହାଏ ହାଏ କରି ଗୃହ ଭିତରେ ହାଙ୍ଗାମା କରିଥିଲେ। ବିଜେପି ବିଧାୟକମାନେ ପ୍ଲାକାର୍ଡ ଧରି ଗୃହ ମଧ୍ୟରେ ହଟ୍ଟଗୋଳ କରିଥିଲେ।

ଗୃହ କାର୍ଯ୍ୟ ସ୍ବାଭାବିକ କରିବା ଲାଗି ବାଚସ୍ପତି ବାରମ୍ବାର ଅନୁରୋଧ କରିଥିଲେ। ନିଜ ସ୍ଥାନକୁ ଫେରି ଯାଇ ପ୍ରଶ୍ନକାଳରେ ସାମିଲ ହେବା ଲାଗି ବାଚସ୍ପତି ବିରୋଧୀ ଦଳ ବିଧାୟକଙ୍କୁ ଅନୁରୋଧ କରିଥିଲେ। ମାତ୍ର ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ପ୍ରଶ୍ନକାଳ ଜାରି ରହିଥିଲା।  ଫଳରେ ବାଚସ୍ପତି ଗୃହକୁ ଆଜି ଅପରାହ୍ନ 4ଟା ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଛନ୍ତି।

ବିଧାନସଭା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତ୍ନୀ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.