Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପୁଲିସ ଆଧୁନିକୀକରଣ ପାଇଁ ଓଡିଶାକୁ କେନ୍ଦ୍ର ଦେବ ୧୩.୯୧ କୋଟି ଟଙ୍କା
ଅପରାଧ

ପୁଲିସ ଆଧୁନିକୀକରଣ ପାଇଁ ଓଡିଶାକୁ କେନ୍ଦ୍ର ଦେବ ୧୩.୯୧ କୋଟି ଟଙ୍କା

August 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଭାରତ ସରକାର ପୁଲିସ ବଳର ଆଧୁନିକୀକରଣ ବୃହତ ଯୋଜନା ଅଧୀନରେ ୧୫ଟି ଉପଯୋଜନା ଅନୁମୋଦନ କରିଛନ୍ତି। ୨୬, ୨୭୫ କୋଟି ଟଙ୍କା କେନ୍ଦ୍ରୀୟ ବ୍ୟୟ ଅଟକଳରେ ଏହି ଉପଯୋଜନା ମାନ ପାଞ୍ଚ ବର୍ଷ ମଧ୍ୟରେ ୨୦୨୧-୨୨ରୁ ୨୦୨୫-୨୬ ମଧ୍ୟରେ ତ୍ୱରାନ୍ୱିତ ହେବ।

ଏହି ଉପଯୋଜନା ଅଧୀନରେ ଗୋଟିଏ ହେଲା, ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ପୁଲିସ ବଳର ଆଧୁନିକୀକରଣ ବାବଦ ସହାୟତା। ଯୋଜନା କାଳରେ ଏହାର ବ୍ୟୟବରାଦ ୪ ହଜାର ୮୪୬କୋଟି ଟଙ୍କା ରଖାଯାଇଛି। ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ପିଛା ହୋଇଥିବା ଆବଣ୍ଟନ ରାଶି ନିମ୍ନରେ ପ୍ରଦତ୍ତ ହୋଇଛି। ଏହି ସମୟ ମଧ୍ୟରେ ଓଡିଶା ୧୩.୯୧ କୋଟି ଟଙ୍କାର ସହାୟତା ପାଇବ।

ପୁଲିସ ବଳର ଆଧୁନିକୀକରଣ ବୃହତ ଯୋଜନା ଅଧୀନରେ ଭାରତ ସରକାର ଅପରାଧ ବିଜ୍ଞାନ ସାମର୍ଥ୍ୟ ବୃଦ୍ଧି ପାଇଁ ମଧ୍ୟ ଆଧୁନିକ ଯୋଜନା ରଖିଛନ୍ତି। ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକରେ ଅତ୍ୟାଧୁନିକ ଯନ୍ତ୍ରପାତି ଓ ବୈଷୟିକ ଜ୍ଞାନ ଉପଯୋଗ ତଥା ତାଲିମ ମାନବ ସମ୍ବଳ ଓ ପରୀକ୍ଷାଗାରରେ ଅତ୍ୟାଧୁନିକ ବ୍ୟବସ୍ଥା ଜରିଆରେ ସମୟୋଚିତ ତଦନ୍ତ କରିବା ଏହି ଉପଯୋଜନା ସହାୟତାର ଲକ୍ଷ୍ୟ।

“ପୁଲିସ ବଳର ଆଧୁନିକୀକରଣ” ଭଳି ବୃହତ୍ତ ଯୋଜନା ଅଧୀନରେ ମାଦକଦ୍ରବ୍ୟ ନିୟନ୍ତ୍ରଣ ନିମସ୍ତେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ପ୍ରଦାନ କରାଯାଉଥିବା ସହାୟତା ଯୋଜନା ଅବଧିକୁ ଆଉ ପାଞ୍ଚବର୍ଷ ଅର୍ଥାତ୍ ୨୦୨୧-୨୨ରୁ ୨୦୨୫-୨୬ ପର‌୍ୟ୍ୟନ୍ତ ବୃଦ୍ଧି କରାଯାଇଛି। ଏ ବାବଦ ୫୦କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଉପଯୋଗ ଓ ସଞ୍ଚୟକୁ ଭିତ୍ତିକରି ଯୋଜନା ବ୍ୟୟବରାଦ ରାଶି ସଂଶୋଧିତ ହେବ। ଗୃହବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ରାୟ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ରାଜ୍ୟସଭାକୁ ଏହା ଜଣାଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

April 13, 2026

ଶେଷ ହେବ ତେଲ ଏବଂ ଏଲପିଜି ସଙ୍କଟ!: ଓଡ଼ିଶା ଓ ଗୁଜୁରାଟରେ ପହଞ୍ଚିଲା ଦୁଇଟି ବଡ଼ ଟ୍ୟାଙ୍କର୍

April 13, 2026

ମାରି ନେଲେ ମଙ୍ଗରାଜେ ହାରିଗଲେ ପାତ୍ରେ, ବିଜେଡି ରାଜ୍ୟସଭା ରାଜନୀତି

April 13, 2026

MI କୁ RCB ପରାସ୍ତ କରିବା ପରେ ବଦଳିଲା ପଏଣ୍ଟ ଟେବୁଲର ସ୍ଥିତି: ଜାଣନ୍ତୁ ଶୀର୍ଷରେ କିଏ?

April 13, 2026
Latest News

‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

April 13, 2026

ଶେଷ ହେବ ତେଲ ଏବଂ ଏଲପିଜି ସଙ୍କଟ!: ଓଡ଼ିଶା ଓ ଗୁଜୁରାଟରେ ପହଞ୍ଚିଲା ଦୁଇଟି ବଡ଼ ଟ୍ୟାଙ୍କର୍

April 13, 2026

ମାରି ନେଲେ ମଙ୍ଗରାଜେ ହାରିଗଲେ ପାତ୍ରେ, ବିଜେଡି ରାଜ୍ୟସଭା ରାଜନୀତି

April 13, 2026

MI କୁ RCB ପରାସ୍ତ କରିବା ପରେ ବଦଳିଲା ପଏଣ୍ଟ ଟେବୁଲର ସ୍ଥିତି: ଜାଣନ୍ତୁ ଶୀର୍ଷରେ କିଏ?

April 13, 2026

ଆଜି ମଧ୍ୟ କମିଲା ସୁନା ଏବଂ ରୂପାର ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.