ଆସୁଛି ଲଘୁଚାପ, ହେବ ଝଡବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ

Published: Aug 5, 2022, 8:05 am IST

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଲଘୁଚାପରେ ପରିବର୍ତ୍ତନ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ଫଳରେ ଏହାଦ୍ବାରା ରାଜ୍ୟରେ ଝଡବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି।

ବିଭାଗ କହିଛି ଯେ, ମୌସୁମୀ ର ସକ୍ରିୟତା ବୃଦ୍ଧି ଏବଂ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା ୭ ତାରିଖରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ରେ ଝଡ-ବର୍ଷା ହେବ। ଏଥିସହିତ ଘଣ୍ଟା ପ୍ରତି ୪୫ ରୁ ୫୫ କିଲୋମିଟର ପବନ ପ୍ରବାହିତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୭ ରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଞ୍ଚଳକୁ ମତ୍ସ୍ୟଜୀବୀଙ୍କୁ ଯିବା ପାଇଁ ବାରଣ କରାଯାଇଛି।

ପାଣିପାଗ ବିଭାଗ ଆହୁରି କହିଛି ଯେ, ସାଧାରଣ ଅବସ୍ଥାନ ଠାରୁ ଦକ୍ଷିଣରେ ମୌସୁମୀ ନିମ୍ନ ଚାପ ରେଖାରେ ଥିବା ଯୋଗୁଁ ଆଜିଠୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହିପରି ଆସନ୍ତାକାଲି ୬ ତାରିଖରୁ ବର୍ଷାର ପରିମାଣ ବଢିବ। ୬ ରୁ ୧୦ ଯାଏଁ ରାଜ୍ୟରେ ଅଧିକାଂଶ ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ଏବଂ  କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ବୋଲି କୁହାଯାଇଛି।

Related posts