Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟରେ ଝାଡାବାନ୍ତି ସ୍ଥିତି ନେଇ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ, ଦେଲେ ଏହି ନିର୍ଦ୍ଦେଶ
ବିଶେଷ ଖବର

ରାଜ୍ୟରେ ଝାଡାବାନ୍ତି ସ୍ଥିତି ନେଇ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ, ଦେଲେ ଏହି ନିର୍ଦ୍ଦେଶ

August 5, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟରେ ଝାଡାବାନ୍ତି ସ୍ଥିତି ନେଇ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ, ଦେଲେ ଏହି ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟରେ ଦେଖାଦେଇଥିବା ଝାଡାବାନ୍ତି ନେଇ ଆଜି ମୁଖ୍ୟଶାସନ ସଚିବ ସମୀକ୍ଷା ବୈଠକ କରିଛନ୍ତି। ଏଥିରେ ସେ ଗ୍ରାମ ଓ ୱାର୍ଡ ରୁ କମ୍ୟୁନିଟି ହେଲଥ୍ ସେଣ୍ଟର, ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନା ଏବଂ ଜିଲ୍ଲାପାଳଙ୍କ ପର୍ଯ୍ୟନ୍ତ ତ୍ୱରିତ ଡାଇରିଆ ସୂଚନା ପ୍ରସାରଣ ବ୍ୟବସ୍ଥା ଉପରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଗୁରୁତ୍ୱ ଦେଇଛନ୍ତି।

ସେହିପରି ରୋଗୀମାନଙ୍କୁ ତୁରନ୍ତ ହସ୍ପିଟାଲ୍ ସ୍ଥାନାନ୍ତର ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ପ୍ରସାରଣ ଓ ହସ୍ପିଟାଲ ସ୍ଥାନାନ୍ତର ବ୍ୟବସ୍ଥାରେ ଆଶାକର୍ମୀ/ଅଙ୍ଗନାବାଡ଼ି କର୍ମୀ/ଓ୍ୱାର୍ଡ଼- ମେମ୍ବର/ସରପଂଚ/ସ୍ଥାନୀୟ ସ୍ୱେଚ୍ଛାସେବୀ ଅନୁଷ୍ଠାନଗୁଡିକୁ ସାମିଲ କରିବା ନିମନ୍ତେ ମଧ୍ୟ ଶ୍ରୀ ମହାପାତ୍ର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସମସ୍ତ ପାନୀୟଜଳ ସ୍ରୋତକୁ ନିୟମିତ ବ୍ୟବଧାନରେ ବିଶୋଧନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଲୋକମାନେ ଯେପରି ଝରଣାପାଣି ନ ପିଅନ୍ତି ତା ଉପରେ ସତର୍କ ଦୃଷ୍ଟି ରଖିବାକୁ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସଚେତନତା କାର୍ଯ୍ୟକ୍ରମକୁ ଅଧିକ ସକ୍ରିୟ କରିବାକୁ କୁହାଯାଇଛି। ସଂକ୍ରମିତ ଅଂଚଳରେ ଜଳ ବିଶୋଧନ ପାଇଁ ‘ରିଭର୍ସ ଅସମୋସିସ୍ ଯନ୍ତ୍ର’ ଲାଗିଥିବା ଗାଡ଼ି ମୁତୟନ କରିବାକୁ ଶ୍ରୀ ମହାପାତ୍ର ପରାମର୍ଶ ଦେଇଛନ୍ତି।

ସେହିପରି ରୋଗ ନିରୀକ୍ଷଣ ଓ ଅନୁଧ୍ୟାନ ବ୍ୟବସ୍ଥାକୁ ଅଧିକ ବ୍ୟାପକ କରାଯିବ। ବର୍ଷାଋତୁ ଶେଷ ପର୍ଯ୍ୟନ୍ତ ଡାଇରିଆ ନିରାକରଣ ବ୍ୟବସ୍ଥାକୁ ପୂର୍ଣ୍ଣ ସକ୍ରିୟ ରଖିବା ସହ ସଂପୂର୍ଣ୍ଣ ସଜାଗ ଓ ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳ ଏବଂ କ୍ଷେତ୍ରସ୍ତରୀୟ ସ୍ୱାସ୍ଥ୍ୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ପ୍ରାପ୍ତ ସୂଚନାରୁ ଜଣାପଡ଼ିଛି ବର୍ତ୍ତମାନ ସୁଦ୍ଧା ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ସୋନପୁର, ନୂଆପଡ଼ା, ଗଜପତି, ଝାରସୁଗୁଡ଼ା ଆଦି ୭ ଟି ଜିଲ୍ଲାରେ ସମୁଦାୟ ୬୮୦ ଲୋକ ସଂକ୍ରମିତ ହୋଇଥିବା ବେଳେ ୬୧୦ ଜଣ ଆରୋଗ୍ୟ ଲାଭ କରିଛନ୍ତି । ୫୩ ଜଣ ହସ୍ପିଟାଲରେ ଚିକିତ୍ସାଧିନ ଅଛନ୍ତି ଏବଂ ୧୭ ଜଣ ହସ୍ପିଟାଲ୍ ଆସିବାରେ ବହୁ ବିଳମ୍ବ କରି ମୃତ୍ୟୁ ବରଣ କରିଛନ୍ତି ।

ଏହି ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରମୁଖ ଶାସନ ସଚିବ ଶ୍ୟୀ ନିକୁଞ୍ଜବିହାରୀ ଧଳ, ମିଶନ ନିର୍ଦ୍ଦେଶକ ଶ୍ରୀମତୀ ଶାଳିନୀ ପଣ୍ଡିତ୍, ଆର୍. ଏମ୍. ଆର.ସି ଡାଇରେକ୍ଟର ଶ୍ରୀମତୀ ସଂଘମିତ୍ରା ପତି, ପବ୍ଲିକ୍ ହେଲ୍ଥ୍ ଡାଇରେକ୍ଟର ଡାକ୍ତର ନିରଞ୍ଜନ ମିଶ୍ରଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ସଂପୃକ୍ତ ଜିଲ୍ଲାପାଳମାନେ ଭିଡିଓ କନ୍ଫେରେନ୍ସିଂ ମାଧ୍ୟମରେ କ୍ଷେତ୍ରସ୍ତରୀୟ ସ୍ଥିତି ଓ ଡାଇରିଆ ନିରାକରଣ ନିମନ୍ତେ ନିଆଯାଇଥିବା ପଦକ୍ଷେପ ବିଷୟରେ ଜଣାଇଥିଲେ ।

ଡାଇରିଆ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ନେଇ ଯାଆ..ରେ ମେଘ ମୋତେ..ଗୀତର ଗାୟିକା ଏସ ଜାନକୀ ଆଉ ନାହାଁନ୍ତି, ୮୮ ବର୍ଷ ବୟସରେ ପରଲୋକ

July 12, 2026

ସରକାରଙ୍କ ବିଭିନ୍ନ ସଫଳତାର ଗାଥାକୁ ନେଇ ପ୍ରକାଶିତ ଦୁଇଟି ବିଶେଷ ପୁସ୍ତକ ବାଣ୍ଟିଲେ ଉପ ମୁଖ୍ୟମନ୍ତ୍ରୀ

July 12, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.