Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି: ୯ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
ବିଶେଷ ଖବର

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି: ୯ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

August 10, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି। ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ୨ ଜଣଙ୍କୁ ଚାକିରୀରୁ ବହିଷ୍କାର ଓ ଅନ୍ୟ ୨ ଜଣଙ୍କ ପେନ୍‌ସନ୍‌ ସ୍ଥାୟୀଭାବେ ସ୍ଥଗିତ କରାଯାଇଛି। ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ, ଯଥା – ଜଣେ ସୁପରିନ୍‌ଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଏକଜିକ୍ୟୁଟିଭ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଜୁନିଅର ଇଞ୍ଜିନିୟର, ଜଣେ ଓ.ଏ.ଏସ୍ ଅଧିକାରୀ, ଜଣେ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଏବଂ ଜଣେ ସାମାଜିକ ଶିକ୍ଷା ଅଧିକାରୀ ଅନ୍ତର୍ଭୁକ୍ତ। ପୂର୍ବରୁ ୧୬୪ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ବେଳେ, ଏହି ୯ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୭୩ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଚାକିରୀରୁ ବହିଷ୍କୃତ ହୋଇଥିବା ୫ ଜଣ ଅଧିକାରୀଙ୍କ ମଧ୍ୟରେ ଅଛନ୍ତି ମାଲକାନଗିରିର ଗ୍ରାମ୍ୟ ଉନ୍ନୟନ ଡିଭିଜନ-୧ର ପୂର୍ବତନ ସୁପରିଟେଣ୍ଡିଂ ଇଞ୍ଜିନିୟର ଆଶିଷ କୁମାର ଦାଶ। କଣ୍ଟ୍ରାକ୍‌ଟର ମାନଙ୍କ ଠାରୁ ଅସତ୍‌ ଉପାୟରେ ୧୦.୨୩ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ସେ ଭିଜିଲାନ୍‌ସ ଦ୍ବାରା ଧରା ପଡିଥିଲେ। ବିଭିନ୍ନ ସ୍ଥାନରେ ଥିବା ତାଙ୍କ ଘର ଉପରେ ଚଢଉ କଲା ପରେ ୮.୬୩ କୋଟି ଟଙ୍କାର ସଂପତ୍ତି ଓ ୧.୪ କୋଟି ଟଙ୍କାର ନଗଦ ଟଙ୍କା ଧରା ପଡିଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସେହିପରି ଭଦ୍ରକ ଗ୍ରାମ୍ୟ ଉନ୍ନୟନ ଡିଭିଡନ-୧ର ପୂର୍ବତନ ଏକ୍‌ଜ୍ୟୁକିଟିଭ ଇଞ୍ଜିନିୟର ମାନସ ରଂଜନ ମହାନ୍ତି। ଜଣେ କଣ୍ଟ୍ରାକ୍ଟରଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ । ଏହାସହିତ ତାଙ୍କ ପାଖରେ 3.୯୦ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଥିଲା। ତାଙ୍କ ବିରୁଦ୍ଧରେ ଦୁଇଟି ବିଭାଗୀୟ ତଦନ୍ତ ମଧ୍ୟ ଚାଲିଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

କଟକ ଗଣ୍ଡରପୁର ଡ୍ରେନେଜ୍‌ ଡିଭିଜନର ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ମନୋଜ କୁମାର ବେହେରା ଓ ତାଙ୍କ ପତ୍ନୀଙ୍କ ନାମରେ ୪.୨୬ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଆୟବହିର୍ଭୁତ ସଂପତ୍ତି ଥିବା ଅଭିଯୋଗରେ ଭିଜିଲାସନ୍‌ ମାମଲା ଚାଲିଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସେହିପରି କେନ୍ଦୁଝର ଜିଲ୍ଲା ସାଳପଡାସ୍ଥିତ ବୈତରଣୀ ଜଳସେଚନ ଡିଭିଜନର ଆସିଷ୍ଟାଣ୍ଟ ଇଞ୍ଜିନିୟର ଉମେଶ କୁମାର ଶାଶିନୀଙ୍କ ବିରୁଦ୍ଧରେ ୧.୪୨ କୋଟି ଟଙ୍କାରୁ ଅଧିକ ଟଙ୍କାର ଆୟବହିର୍ଭୁତ ସଂପତ୍ତି ଥିବା ଅଭିଯୋଗରେ ଦୁର୍ନିତୀ ମାମଲା ରହିଛି। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଉମରକୋଟ ସଡକ ଓ କୋଠାବାଡି (R&B Section)ର ଆସିଷ୍ଟାଣ୍ଟ ଇଞ୍ଜିନିୟର ବିଶୁଦ୍ଧାନନ୍ଦ ବେହେରାଙ୍କ ନାମରେ ନିମ୍ନମାନର କାମ କରିବାର ଅଭିଯୋଗ ଥିଲା। ଏହାସହିତ ତାଙ୍କ ନାମରେ ୭୦.୯୩ ଲକ୍ଷ ଟଙ୍କାର ଆୟ ବହିର୍ଭୁତ ସଂପତ୍ତି ଥିବା ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲ ରହିଛି। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ପାରଳାଖେମୁଣ୍ଡିର ଅବସରପ୍ରାପ୍ତ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ (CDVO) ଜଳଧର ମଲ୍ଲିକଙ୍କ ନାମରେ ଗୋଟିଏ ବଦଳି କେସ୍‌ରେ ୧୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ ମାମଲ ଥିଲା। ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି। ବର୍ତ୍ତମାନ ବାଲେଶ୍ବର ଜିଲ୍ଲାରେ ଡେପୁଟି କଲେକ୍ଟର ଥିବା ଓ ମୟୁରଭଂଜ ଜିଲ୍ଲାର ସାମାଖୁଣ୍ଟା ବ୍ଲକ୍‌ର ପୂର୍ବତନ ତହସିଲଦାର ଓ.ଏ.ଏସ ଅଧିକାରୀ ସବିତା ସାହୁଙ୍କ ନାମରେ ୧୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ ମାମଲା ଥିଲା। ଅସାଧୁତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି।

ବଲାଙ୍ଗୀର ଜିଲ୍ଲାର ପୂର୍ବତନ ସାମାଜିକ ଶିକ୍ଷା ସଂଗଠକ (Ex-SEO) ପ୍ରଭାସିନୀ ବାବୁ ସ୍ବାମୀଙ୍କୁ ହରାଇଥିବା ଜଣେ ମହିଳାଙ୍କୁ ୨୦ ହଜାର ଟଙ୍କାର ସାମାଜିକ ସହାୟତା ପ୍ରଦାନ ପାଇଁ ୩୦୦୦ ଟଙ୍କା ଲାଞ୍ଚ ଗ୍ରହଣ କରିଥିଲେ। ଅସାଧୁତା କାରଣରୁ ତାଙ୍କୁ ମଧ୍ୟ ଚାକିରୀରୁ ବହିଷ୍କାର କରାଯାଇଛି।

ଗଞ୍ଜାମ ଜିଲ୍ଲା ରୁରାଲ ୱାର୍କ୍ସ ଡିଭିଜନ-୨ର ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ପୂର୍ବତନ ଜୁନିଅର ଇଞ୍ଜିନିୟର ତ୍ରିନାଥ ସେଠୀ ୯ ହଜାର ଟଙ୍କା ଲାଞ୍ଚ ମାମଲାରେ ଦେଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ତାଙ୍କ ପେନ୍‌ସନ୍‌କୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି।
ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୭୩ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ପେନ୍‌ସନକୁ ସ୍ଥାୟୀ ଭାବେ ସ୍ଥଗିତ ରଖାଯାଇଛି।

ଦୁର୍ନୀତିଗ୍ରସ୍ତ ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026
Latest News

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବାଙ୍କିପୁର ସମେତ ଦୁଇ ଆସନରେ ପରାଜୟ ପରେ ଆସିଲା ବିଜେପିର ପ୍ରଥମ ପ୍ରତିକ୍ରିୟା

August 3, 2026

ପେଟ୍ରୋଲ ଓ ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ୍ ଟ୍ୟାକ୍ସ, ଘରୋଇ ଦର ଅପରିବର୍ତ୍ତିତ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.