Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପର ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପର ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

August 12, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ ଦୁଇଟି ଗୁରୁତ୍ବପୂର୍ଣ୍ଣ ଜଳସେଚନ ପ୍ରକଳ୍ପ ଦେଓ ଓ ସୁବର୍ଣ୍ଣରେଖା ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ଏହାସହିତ ଜିଲ୍ଲାର ଅନେକ ବିକାଶମୂଳକ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଆଜି ମୟୁରଭଞ୍ଜର ରାସଗୋବିନ୍ଦପୁରସ୍ଥିତ ଟିକପଦା ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପ ଲୋକାର୍ପିତ କରି କହିଛନ୍ତି ଯେ ଜନଜାତି ଭାଇଭଉଣୀ ମାନଙ୍କ ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ଆଜି ସୁଫଳ ଦେବା ଆରମ୍ଭ କରିଛି। ଶିକ୍ଷା ଓ ରୋଜଗାର ଜରିଆରେ ସେମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ବହୁତ ଆଗକୁ ଯାଇପାରିଛି। ଜନଜାତି ପିଲାମାନେ ଆଜି ସେମାନଙ୍କ ଦକ୍ଷତା ବଳରେ ଦେଶ ବିତେଶରେ ସୁନାମ କରିପାରୁଛନ୍ତି ବୋଲି ସେ କହିଥିଲେ।

ଆଜି ଲୋକାର୍ପିତ ଦୁଇଟି ପ୍ରକଳ୍ପ ମଧ୍ୟରୁ ସୁବର୍ଣ୍ଣରେଖା ପ୍ରକଳ୍ପ ଦ୍ବାରା ମୟୁରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର ୧୭,୧୨୧ ହେକ୍ଟର ଅତିରିକ୍ତ ଚାଷ ଜମି ପାଇଁ ଜଳସେଚନର ସୁବିଧା ମିଳିବ। ଏହାଦ୍ବାରା ଉଭୟ ଜିଲ୍ଲାର ୫୫ ହଜାର ଚାଷୀ ଉପକୃତ ହେବେ। ଏତିପାଇଁ ୬୮୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ସୂଚନାଯୋଗ୍ୟ ଯେ ସୁବର୍ଣ୍ଣରେଖା ରାଜ୍ୟ ସରକାରଙ୍କ ଏକ ବୃହତ ଜଳସେଚନ ପ୍ରକଳ୍ପ। ଏହାଦ୍ବାରା ସମୁଦାୟ ୭୦ ହଜାର ହେକ୍ଟର ଜମିକୁ ଜଳସେଚିତ କରିବାର ଲକ୍ଷ୍ୟ ରଖାଯାଇଛି। ବର୍ତ୍ତମାନ ସୁଦ୍ଧା ୫୦ ହଜାର ହେକ୍ଟରରୁ ଅଧିକ ଚାଷ ଜମିକୁ ପାଣି ସୁବିଧା କରାଯାଇପାରିଛି।

ସେହିପରି ଦେଓ ଜଳସେଚନ ପ୍ରକଳ୍ପ ଦ୍ବାରା ମୟୁରଭଞ୍ଜର ପ୍ରାୟ ୧୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିବା ସହିତ ଏହାଦ୍ବାରା ୧୦୦ଟି ଗାଁର ଦୁଇ ଲକ୍ଷ ଲୋକ ଉପକୃତ ହେବେ। ଏଥିପାଇଁ କରଞ୍ଜିଆ ବ୍ଲକ୍‌ର ହାତୀବାରି ଠାରେ ୮୨୩ କୋଟି ଟଙ୍କାରେ ଦେଓ ନଦୀ ଉପରେ ୧୨୮୦ ମିଟର ଦୈର୍ଘ୍ୟର ଏକ ବନ୍ଧ ନିର୍ମାଣ କରାଯାଇଛି।

କୃଷି, ଶିକ୍ଷା, ସ୍ବାସ୍ଥ୍ୟ ଓ ଅନ୍ୟାନ୍ୟ ବିକାଶ ଓ କଲ୍ୟାଣ ମୂଳକ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ସବୁ କାର୍ଯ୍ୟକ୍ରମ ଲୋକଙ୍କୁ ସଶକ୍ତ କରିଛି ଏବଂ ଲୋକଙ୍କ ଆଦର ଲାଭ କରିଛି।

୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ପିଲାମାନଙ୍କ ମଧ୍ୟରେ ଆତ୍ମବିଶ୍ବାସ ବୃଦ୍ଧି କରିଛି। ଯେତେବେଳେ ମୟୁରଭଞ୍ଜର ଗୋଟିଏ ପିଲାଟିଏ ଗାଁ ସ୍କୁଲରେ ବିଶ୍ବସ୍ତରୀୟ ଶିକ୍ଷା ସୁବିଧା ପାଉଛି, ସେତେବେଳେ କେବଳ ସେ ପିଲା ନୁହେଁ, ବା ଗାଁ ନୁହେଁ, ସାରା ଓଡିଶାର ଆଗକୁ ବଢିବାର ଚିତ୍ର ସ୍ପଷ୍ଟ ହେଉଛି ବୋଲି ସେ କହିଥିଲେ।

ମୟୁରଭଞ୍ଜର କଳା ଓ ସଂସ୍କୃତିର ଉଚ୍ଚପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସାରା ଭାରତରେ ମୟୁରଭଞ୍ଜର ଏକ ସ୍ବତନ୍ତ୍ର ପରିଚୟ ରହିଛି। ମୟୁରଭଞ୍ଜର ଜନଜାତି ଭାଇଭଉଣୀ ମାନଙ୍କର ଏକ ସମୃଦ୍ଧ ପରମ୍ପରା ରହିଛି। ସେ ଗୌରବକୁ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁଜୀ ଆହୁରି ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ। ତାଙ୍କ ପାଇଁ ଆମେ ସମସ୍ତେ ଗର୍ବିତ ବୋଲି ସେ କହିଥିଲେ।

ମୟୁରଭଞ୍ଜ ରାଜ୍ୟର ଏକ ବଡ ଓ ଗୁରୁତ୍ବପୂର୍ଣ୍ଣ ଜିଲ୍ଲା ବୋଲି ମତ ଦେଇ ସେ କହିଲେ ଯେ ରାଜ୍ୟର ବିକାଶର ମୟୁରଭଞ୍ଜର ସ୍ବତନ୍ତ୍ର ଅବଦାନ ରହିଛି। ସମସ୍ତେ ମିଶି ଜିଲ୍ଲାର ଓ ସାରା ରାଜ୍ୟର ବିକାଶ ପାଇଁ ହାତ ମିଳାଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର, ମୋରଡା ବିଧାୟକ ରାଜକିଶୋର ଦାସ, ବାଙ୍ଗରିପୋଷି ବିଧାୟକ ସୁଦାମ ମାର୍ଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ପରିଷଦ ସଭାପତି ଭାରତୀ ହାଂସଦା ପ୍ରମୁଖ ବକ୍ତବ୍ୟ ରଖି ମୟୁରଭଞ୍ଜର ଚାଷୀ ମାନଙ୍କ ପାଇଁ ଏହି ଦୁଇଟି ପ୍ରକଳ୍ପର ଗୁରୁତ୍ବ ବିଷୟରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଶର ସବୁଠାରୁ ଲୋକପ୍ରିୟ ଓ ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ବୋଲି ବର୍ଣ୍ଣନା କରି ଓଡିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ତାଙ୍କୁ ସମସ୍ତଙ୍କ ପ୍ରିୟଭାଜନ କରିପାରିଛି ବୋଲି ସେମାନେ ମତ ଦେଇଥିଲେ।

ନବୀନ ପଟ୍ଟନାୟକ ମୟୁରଭଞ୍ଜ ମୁଖ୍ୟମନ୍ତ୍ରୀ ସୁବର୍ଣ୍ଣରେଖା
Share. Facebook Twitter LinkedIn Email WhatsApp Copy Link

Related Posts

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ଏଆଇ ଇମ୍ପାକ୍ସ ସମ୍ମିଳନୀ ଅବସରରେ ଭାରତ ସଂକ୍ରାନ୍ତରେ ବିଶ୍ୱର ବୈଷୟିକ ନେତୃତ୍ୱଙ୍କ ମତ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026
Latest News

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.