
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବରର ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବରେ ଯୋଗ ଦେଇ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ରାଜ୍ୟବାସୀଙ୍କୁ ନିଜର ଅଭିଭାଷଣ ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ..
ଆଜି ସାରା ଦେଶ ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ କରୁଛି। ଜଣେ ଭାରତୀୟ ଭାବରେ ଏହା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ଏହି ପବିତ୍ର ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଅଭିନଆଜି ସାରା ଦେଶ ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ କରୁଛି। ଜଣେ ଭାରତୀୟ ଭାବରେ ଏହା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ଏହି ପବିତ୍ର ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଅଭିନନ୍ଦନ ଜଣାଉଛି।
ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦ୍ଦାର ପଟେଲ, ମୌଲାନା ଆଜାଦ, ଡଃ ବି.ଆର. ଆମ୍ବେଦକର, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ସହିଦ୍ ଲକ୍ଷ୍ଣଣ ନାଏକ, ବୀର ସୁରେନ୍ଦ୍ର ସାଏ, ମା ରମାଦେବୀ, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ପାର୍ବତୀ ଗିରିଙ୍କ ପରି ମହାନ୍ ସଂଗ୍ରାମୀ ମାନଙ୍କ ନେତୃତ୍ୱରେ ଆମେ ସ୍ୱାଧୀନତା ହାସଲ କରିଛୁ ଳ ଏହି ଅବସରରେ ସେମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।
ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଜୱାନ ମାନଙ୍କ ପ୍ରତି ମଧ୍ୟ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । କୋଭିଡ ମହାମାରୀ ସମୟରେ ମାନବ ଜାତିର ସେବାରେ ସହୀଦ ହୋଇ ଥିବା କୋଭିଡ ଯୋଦ୍ଧା ମାନଙ୍କୁ ମଧ୍ୟ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ଆମର ସ୍ବାଧୀନତା ଥିଲା କୋଟି କୋଟି ଭାରତୀୟ ମାନଙ୍କ ବିଜୟ। ସତ୍ୟ ଓ ଅହିଂସା ର ବିଜୟ. ଏହି ବିଜୟ ସାରା ବିଶ୍ବକୁ ରାସ୍ତା ଦେଖାଇଛି।
ଗତ ୭୫ ବର୍ଷରେ ଦେଶ ଅନେକ ମାଇଲ ଷ୍ଟୋନ ହାସଲ କରିଛି। କୃଷି, ଶିକ୍ଷା, ସ୍ବାସ୍ଥ୍ୟ, ବିଜ୍ଞାନ, ପ୍ରଯୁକ୍ତି ବିଦ୍ୟା ଶିଳ୍ପ, ଗବେଷଣା ଆଦି ବିଭିନ୍ନ କ୍ଷେତ୍ରରେ ଭାରତ ଆଜି ଆଗୁଆ ଦେଶ ସହ ପ୍ରତିଯୋଗିତା କରିପାରୁଛି। ଆମ ଓଡିଶା ମଧ୍ୟ ଦେଶର ବିକାଶ ସହିତ ତାଳ ଦେଇ ଆଗେଇ ଚାଲିଛି। ୭୫ ବର୍ଷରେ ଓଡିଶା ଅନେକ ଐତହାସିକ ସଫଳତା ହାସଲ କରି ଦେଶକୁ ରାସ୍ତା ଦେଖାଇଛି
ଓଡିଶାରେ ଆଜି ଟ୍ରାନସଫରମେସନର ନୂଆ ଯୁଗ ଆରମ୍ଭ ହୋଇଛି। ଓଡିଶାର ସଫଳତା ଅନ୍ୟ ମାନଙ୍କ ପାଇଁ ମାର୍ଗ ଦର୍ଶନ କରୁଛି । ଏକ ଖାଦ୍ୟ ଅଭାବ ରାଜ୍ୟରୁ ଏକ ଖାଦ୍ୟ ବଳକା ରାଜ୍ୟ ହେବା, ବିପର୍ଯ୍ୟୟ ପରିଚାଳନାରେ ବିଶ୍ବ ପାଇଁ ଆଦର୍ଶ ସୃଷ୍ଟି କରିବା, କ୍ରୀଡା ହବ୍ ଭାବରେ ପରିଚୟ ସୃଷ୍ଟି କରିବା ଓ , ୭୦ ଲକ୍ଷ ମାଙ୍କୁ ସଶକ୍ତ କରିବା ଆଦି ସଫଳତା ଆମ ଓଡିଶାର ଜୟଯାତ୍ରାର ପ୍ରତୀକ।
ଶିକ୍ଷା ଆମର ମୁଖ୍ୟ ବିକାଶ। ଆମ ସ୍କୁଲର ଟ୍ରାନସଫରମେସନ ଏବଂ ଗୁଣାତ୍ମକ ଶିକ୍ଷା ଦୃଢ ପ୍ରତିଶ୍ରୁତି ବହନ କରୁଛି। ପିଲାମାନଙ୍କ ଭିତରେ ନୂଆ ଆଶା ସୃଷ୍ଟି କରିଛି। ଗାଁର କୃତି ପିଲାମାନଙ୍କ ପାଇଁ ଆରମ୍ଭ ହୋଇଥିବା ଓଡିଶା ଆଦର୍ଶ ବିଦ୍ୟାଳୟ ଆଜି ବେଶ୍ ଲୋକପ୍ରିୟ ହୋଇଛି। କୋଟିଆରୁ ଆରମ୍ଭ କରି ଭୁବନେଶ୍ବରର ପର୍ଯ୍ୟନ୍ତ ୩୧୫ଟି ଆଦର୍ଶ ବିଦ୍ୟାଳୟରେ ଆଜି ଏକ ଲକ୍ଷ ପିଲା ପାଠ ପଢୁଛନ୍ତି। ଆଜି ଏହି ଅବସରରେ ୫ ହଜାର ଝିଅ ପିଲାଙ୍କ ପାଇଁ ଆଦର୍ଶ ବିଦ୍ୟାଳୟ ରେ ୫୦ଟି ହଷ୍ଟେଲର କରାଯାଇଛି।
ସ୍ବାଧୀନତାର ୭୫ ବର୍ଷ ଅବସରରେ ଆମେ ରାଜ୍ୟର ୩୦ଟି ଜିଲ୍ଲାର ଗ୍ରାମାଞ୍ଚଳରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପ ର ୩୦୦୦ ସ୍ମାରକୀ ସ୍ଥାପନ କରୁଛୁ। ଆମର ଯୁବ ବର୍ଗଙ୍କ ପାଇଁ କର୍ମ ନିଯୁକ୍ତି ଉପରେ ଆମେ ବିଶେଷ ଗୁରୁତ୍ବ ଦେଇଛୁ । ସରକାରୀ କ୍ଷେତ୍ରରେ ଖାଲି ଥିବା ବିଭିନ୍ନ ପଦବୀ ଗୁଡିକ ପୂରଣ ପାଇଁ ପଦକ୍ଷେପ ଜାରି ରହିଛି । ବିଭିନ୍ନ ବିଭାଗରେ ୭୦ ହଜାରରୁ ଅଧିକ ଏଣ୍ଟ୍ରି ଲେଭୁଲ ପଦବୀ ପୂରଣ ପାଇଁ ପଦକ୍ଷେପ ନିଆଯାଉଛି।
ଜନଜାତି ଭାଇଭଉଣୀ ମାନଙ୍କ ବିକାଶ ଓ ସେମାନଙ୍କ ସଶକ୍ତ କ୍ଷେତ୍ରରେ ଓଡିଶା ବହୁତ ଭଲ କାମ କରିଛି। ଓଡ଼ିଶାର ଜନଜାତି ପିଲାମାନେ ଆଜି ବିଭିନ୍ନ କ୍ଷେତ୍ରରେ, ଦେଶ ବିଦେଶରେ ସୁନାମ ଅର୍ଜନ କରୁଛନ୍ତି। ନିକଟରେ ରୋମ୍ରେ ଆମ ଓଡିଆ ପିଲା ଶେଷା କିଶାନଙ୍କୁ ଭେଟି ମୋତେ ବହୁତ ଖୁସି ଲାଗିଥିଲା। ଓଡିଶା ଜଗନ୍ନାଥଙ୍କ ପବିତ୍ର ଭୂମି। ଓଡିଆ ମାନେ ସବୁବେଳେ ଆଞ୍ଚଳିକତା ବାଦରୁ ଉପରକୁ ଉଠି ଜାତୀୟତାବାଦରେ କାମ କରନ୍ତି। ଭାରତୀୟ ଜାତୀୟ ହକିର ଉଭୟ ପୁରୁଷ ଓ ମହିଳା ଦଳକୁ ଓଡିଶା ପ୍ରାୟୋଜିତ କରିବା ଆମ ଜାତୀୟତାବାଦର ପ୍ରକୃଷ୍ଟ ଉଦାହରଣ।
ଆଉ ୨୫ ବର୍ଷ ପରେ ଆମେ ସ୍ବାଧୀନତାର ଶତବାର୍ଷିକ ପାଳନ କରିବା । ସେଥିପାଇଁ ଆମକୁ ବର୍ତ୍ତମାନ ଠାରୁ ପ୍ରସ୍ତୁତ ହେବାକୁ ହେବ। ମୋର ପୁରା ବିଶ୍ୱାସ ଏହି ସମୟ ମଧ୍ୟରେ ଦେଶର ବିକାଶରେ ଓଡିଶାର ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରହିବ। ଆମେ ସମସ୍ତେ ଯଦି ଦିନର ଅଳ୍ପ କିଛି ସମୟ ଦେଶ ପାଇଁ ଦେଇପାରିବା ତେବେ ଆମେ ବହୁତ ବଡ଼ ପରିବର୍ତ୍ତନ ଆଣି ପାରିବା।
ଜୟ ହିନ୍ଦ୍