Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ସ୍ୱତନ୍ତ୍ର ରିଲିଫ୍‌ କମିଶନର
ବିଶେଷ ଖବର

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ସ୍ୱତନ୍ତ୍ର ରିଲିଫ୍‌ କମିଶନର

August 16, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବନ୍ୟା ପରିସ୍ଥିତି ସଂପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା କହିଲେ ଯେ, ମୁଖ୍ୟମନ୍ତ୍ରୀ ଆଜି ମହାନଦୀ ଅବବାହିକାରେ ଥିବା ୧୦ଟି ଜିଲ୍ଲାର ଜିଲ୍ଲାପାଳ, ମୁଖ୍ୟ ଶାସନ ସଚିବ, ସ୍ୱତନ୍ତ୍ର ରିଲିଫ୍‌ କମିଶନର ଓ ବିଭାଗୀୟ ସଚିବମାନଙ୍କ ସହ ଭିଡ଼ିଓ କନ୍‌ଫରେନ୍ସ ମାଧ୍ୟମରେ ବନ୍ୟା ପରିସ୍ଥିତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସମୀକ୍ଷା କରିଛନ୍ତି।

ଗତ କିଛି ଦିନ ଧରି ଲଗାତାର ବର୍ଷା ହେତୁ ମହାନଦୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ମହାନଦୀ ଅବବାହିକାରେ ଥିବା ୧୦ଟି ଜିଲ୍ଲାର କେତେକ ତଳିଆ ଅଞ୍ଚଳ ବନ୍ୟା ଦ୍ୱାରା ପ୍ରଭାବିତ ହୋଇପାରେ। ଏହି ୧୦ଟି ଜିଲ୍ଲାର ଜିଲ୍ଲା ପ୍ରଶାସନ ସତର୍କ ରହିବା ସହ ସମସ୍ତ ସତର୍କତା ଅବଲମ୍ବନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ସ୍ତରରୁ ସରକାରୀ ବିଭାଗଗୁଡ଼ିକ ତୁରନ୍ତ ସହାୟତା ପ୍ରଦାନ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟା ପ୍ଳାବିତ ଅଞ୍ଚଳରୁ ତୁରନ୍ତ ଲୋକମାନଙ୍କୁ ସ୍ଥାନାନ୍ତରିତ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତଳିଆ ଅଞ୍ଚଳରୁ ଲୋକମାନଙ୍କୁ ପ୍ରାଥମିକତା ଦେଇ ସ୍ଥାନାନ୍ତର କରାଯିବା ଏବଂ ଆବଶ୍ୟକ ରନ୍ଧା ଖାଦ୍ୟ ଓ ଶୁଖିଲା ଖାଦ୍ୟ ଯୋଗାଇ ଦିଆଯିବା ପାଇଁ ବ୍ୟବସ୍ଥା କରାଯାଇଛି। ରିଲିଫ୍‌ ଓ ଉଦ୍ଧାର କାର୍ଯ୍ୟରେ ସହଯୋଗ କରିବା ପାଇଁ ୯ଟି ଏନ୍‌ଡିଆର୍‌ଏଫ୍‌, ୯ଟି ଓଡ୍ରାଫ୍‌ ଏବଂ ୪୪ଟି ଅତିରିକ୍ତ ଅଗ୍ନିଶମ ସେବା ୟୁନିଟ୍‌ଗୁଡ଼ିକ ବିଭିନ୍ନ ସ୍ଥାନରେ ମୁତୟନ କରାଯାଇଛି।

ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ ପ୍ରଭାବିତ ଗ୍ରାମାଞ୍ଚଳରେ ସ୍ୱଚ୍ଛ ପାନୀୟଜଳ ଯୋଗାଇଦେବା ପାଇଁ ବ୍ୟବସ୍ଥା କରିଛନ୍ତି। ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ସ୍ୱାସ୍ଥ୍ୟ ବିଭାଗ ବିଶେଷ ବ୍ୟବସ୍ଥା କରିବା ସହ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ ପ୍ରଭାବିତ ଅଞ୍ଚଳରେ ଆବଶ୍ୟକ ପ୍ରାଣୀଚିକିତ୍ସା ତଥା ଗୋଖାଦ୍ୟ ଯୋଗାଇଦେବେ। ଇଂଜିନିୟରିଂ ବିଭାଗଗୁଡ଼ିକ କ୍ଷତିଗ୍ରସ୍ତ ଭିତ୍ତିଭୂମିର ଶୀଘ୍ର ପୁନରୁଦ୍ଧାର କରିବେ। ସେହିପରି କ୍ଷତିଗ୍ରସ୍ତ ଅଞ୍ଚଳରେ ବିଦୁ୍ୟତ ଶକ୍ତି ଯୋଗାଣ ପାଇଁ ଶକ୍ତି ବିଭାଗ ଆବଶ୍ୟକୀୟ ପ୍ରାଥମିକ ବ୍ୟବସ୍ଥା ଗ୍ରହଣ କରିଛନ୍ତି। ଆମେ ସବୁବେଳେ ଆମର ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ..’ର ନୀତି ଦ୍ୱାରା ପରିଚାଳିତ।

କଟକର ମୁଣ୍ଡଳୀଠାରେ ଆଜି ଅପରାହ@ ୪ ଟା ସୁଦ୍ଧା ସର୍ବୋଚ୍ଚ ୧୧.୭୫ ଲକ୍ଷ କ୍ୟୁସେକ୍‌ ବନ୍ୟାଜଳ ପ୍ରବାହିତ ହେବ। ଏହି ବନ୍ୟାଜଳ ଆଗାମୀ ୪୮ ଘଣ୍ଟା ପାଇଁ ମହତ୍ତ୍ୱପୂର୍ଣ୍ଣ ଅଟେ। ଦୁଇଦିନ ପରେ ବନ୍ୟାଜଳ କ୍ରମଶଃ କମିବାକୁ ଲାଗିବ। ନଦୀ ଓ କେନାଲ ବନ୍ଧର ସୁରକ୍ଷା ନିମନ୍ତେ କ୍ଷେତ୍ରୀୟ ସ୍ତରରେ ଜଗାରଖା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ଜିଲ୍ଲାପାଳମାନେ ପରିସ୍ଥିତି ଅନୁଧ୍ୟାନ କରି ନିଷ୍ପତ୍ତି ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ୧୦ଟି ଜିଲ୍ଲାରେ ସମସ୍ତ ସରକାରୀ କର୍ମଚାରୀମାନଙ୍କ ଛୁଟି ୭ ଦିନ ପାଇଁ ବାତିଲ କରାଯାଇଛି।

ବନ୍ୟା ପ୍ରଭାବିତ ଅଞ୍ଚଳରେ ରିଲିଫ୍‌ ଓ ଉଦ୍ଧାର କାର୍ଯ୍ୟ, ନଦୀ/କେନାଲ ବନ୍ଧଗୁଡ଼ିକର ସୁରକ୍ଷା ପାଇଁ ଜନସାଧାରଣ, ସ୍ଥାନୀୟ ଜନପ୍ରତିନିଧି, ଗୋଷ୍ଠୀସ୍ତରରେ ସେ୍ୱଚ୍ଛାସେବୀମାନେ ସହଯୋଗ କରିବା ପାଇଁ ନିବେଦନ କରାଯାଇଛି।

ପ୍ରଦୀପ ଜେନା ବନ୍ୟା ମୁକାବିଲା ସ୍ୱତନ୍ତ୍ର ରିଲିଫ୍‌ କମିଶନର
Share. Facebook Twitter LinkedIn Email WhatsApp Copy Link

Related Posts

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ଏଆଇ ଇମ୍ପାକ୍ସ ସମ୍ମିଳନୀ ଅବସରରେ ଭାରତ ସଂକ୍ରାନ୍ତରେ ବିଶ୍ୱର ବୈଷୟିକ ନେତୃତ୍ୱଙ୍କ ମତ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026
Latest News

ଆଜି ଫେବୃୟାରୀ ୨୨ ତାରିଖ ରବିବାରରେ ଏହି ରାଶି ଉପରେ ଶନିଦେବ ଅଛନ୍ତି ଖୁସି

February 22, 2026

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.