Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କ୍ୟାବିନେଟ ମଞ୍ଜୁରି : ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱଳ୍ପ ଅବଧି କୃଷି ଋଣ ଉପରେ ମିଳିବ ୧.୫ ପ୍ରତିଶତ ସୁଧ ରିହାତି
ଜାତୀୟ ଖବର

କ୍ୟାବିନେଟ ମଞ୍ଜୁରି : ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱଳ୍ପ ଅବଧି କୃଷି ଋଣ ଉପରେ ମିଳିବ ୧.୫ ପ୍ରତିଶତ ସୁଧ ରିହାତି

August 17, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
କ୍ୟାବିନେଟ ମଞ୍ଜୁରି : ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱଳ୍ପ ଅବଧି କୃଷି ଋଣ ଉପରେ ମିଳିବ ୧.୫ ପ୍ରତିଶତ ସୁଧ ରିହାତି

ନୂଆଦିଲ୍ଲୀ: ତିନି ଲକ୍ଷ ଟଙ୍କା ପର‌୍ୟ୍ୟନ୍ତ ସ୍ୱଳ୍ପ ଅବଧିର କୃଷି ଋଣ ଉପରେ ବାର୍ଷିକ ୧.୫ ପ୍ରତିଶତ ସୁଧ ରିହାତି ଯୋଗାଇ ଦେବେ କେନ୍ଦ୍ର ସରକାର। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ସବୁ ଋଣ ଲଗାଣକାରୀ ସଂସ୍ଥା ପାଇଁ ୧.୫ ପ୍ରତିଶତ ସୁଧ ରିହାତି ପ୍ରସ୍ତାବକୁ ମଞ୍ଜୁରି ମିଳିଛି।

ତେଣୁ ସବୁ ଋଣ ଲଗାଣକାରୀ ଆର୍ଥିକ ସଂସ୍ଥା ଯଥା: ସରକାରୀ ବ୍ୟାଙ୍କ, ଘରୋଇ ବ୍ୟାଙ୍କ, କ୍ଷୁଦ୍ର ଆର୍ଥିକ ବ୍ୟାଙ୍କ, ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କ, ସମବାୟ ବ୍ୟାଙ୍କ ଏବଂ ବାଣିଜ୍ୟିକ ବ୍ୟାଙ୍କମାନଙ୍କ ସହ ସିଧାସଳଖ ଯୋଡ଼ି ହୋଇଥିବା କମ୍ପ୍ୟୁଟରୀକୃତ ପ୍ରାଥମିକ କୃଷି ସମିତିମାନଙ୍କୁ ବାର୍ଷିକ ଦେଢ଼ ପ୍ରତିଶତ ସୁଧ ରିହାତି ମିଳିବ।

ଆର୍ଥିକ ଋଣ ଲଗାଣକାରୀ ସଂସ୍ଥାମାନେ ଏହି ଦେଢ଼ ପ୍ରତିଶତ ସୁଧ ରିହାତି ସୁବିଧା ଚାଷୀମାନଙ୍କୁ ଯୋଗାଇ ଦେବେ। ୨୦୨୨-୨୩ ଆର୍ଥିକ ବର୍ଷ ଠାରୁ ୨୦୨୪-୨୫ ଆର୍ଥିକ ବର୍ଷ ପର‌୍ୟ୍ୟନ୍ତ ୩ ଲକ୍ଷ ଟଙ୍କା ପର‌୍ୟ୍ୟନ୍ତ ସ୍ୱଳ୍ପ ଅବଧି ବିଶିଷ୍ଟ କୃଷି ଋଣ ଉପରେ ଏହି ରିହାତି ସୁବିଧା ମିଳିବ।

ସୁଧ ଛାଡ଼ ସୁବିଧା ନିମନ୍ତେ କାର୍ଯ୍ୟକାରୀ ହେବାକୁ ଥିବା ଏହି ଯୋଜନାରେ ୨୦୨୨-୨୩ ଆର୍ଥିକ ବର୍ଷ ଠାରୁ ୨୦୨୪-୨୫ ଆର୍ଥିକ ବର୍ଷ ପର‌୍ୟ୍ୟନ୍ତ ୩୪ ହଜାର ୮୫୬ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିପାଇଁ ଅତିରିକ୍ତ ବଜେଟ୍ ବ୍ୟବସ୍ଥା କରାଯାଇଛି।

ଲାଭ:

ସୁଧ ରିହାତିରେ ବୃଦ୍ଧି କାରଣରୁ କୃଷି ଋଣ ଯୋଗାଣରେ ସ୍ଥିରତା ସୁନିଶ୍ଚିତ ହେବ। ଋଣପ୍ରଦାନକାରୀ ସଂସ୍ଥା, ବିଶେଷ କରି ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କ ଏବଂ ସମବାୟ ବ୍ୟାଙ୍କମାନଙ୍କର ଆର୍ଥିକ ସ୍ଥିତିରେ ସୁଧାର ଆସିବ ଏବଂ ଅଧିକ ଋଣ ଦେବାକୁ ସେମାନେ ସକ୍ଷମ ହୋଇପାରିବେ। ଏହା ଗ୍ରାମୀଣ ଅର୍ଥବ୍ୟବସ୍ଥାରେ ଯଥେଷ୍ଟ କୃଷି ଋଣ ଉପଲବ୍ଧ କରାଇବ।

ପାଣ୍ଠି ବାବଦ ଖର୍ଚ୍ଚରେ ବୃଦ୍ଧିକୁ ସହ୍ୟ କରିବାରେ ବ୍ୟାଙ୍କମାନେ ସକ୍ଷମ ହେବେ ଏବଂ କୃଷକମାନଙ୍କୁ ସେମାନଙ୍କର କୃଷି ଆବଶ୍ୟକତା ପାଇଁ ଋଣ ପ୍ରଦାନ କରିପାରିବେ। ଏହାଦ୍ବାରା ଅଧିକରୁ ଅଧିକ ଚାଷୀ ଋଣର ଲାଭ ପାଇପାରିବେ। ଏହାବ୍ୟତୀତ ନିଯୁକ୍ତି ସୁଯୋଗ ସୃଷ୍ଟିରେ ସହାୟତା ମିଳିବ। କାରଣ ସ୍ୱଳ୍ପ ଅବଧି କୃଷି ଋଣ ପଶୁପାଳନ, କୁକ୍କୁଟ ପାଳନ, ମତ୍ସ୍ୟ ପାଳନ ସମେତ ସବୁ କୃଷି ଏବଂ ଆନୁସଙ୍ଗିକ କାର‌୍ୟ୍ୟରେ ସହାୟତା ପାଇଁ ପ୍ରଦାନ କରାଯାଇଥାଏ ।

ଚାଷୀମାନେ ବାର୍ଷିକ ୪% ସୁଧ ହାରରେ ସ୍ୱଳ୍ପକାଳୀନ କୃଷି ଋଣ ନେବା ଜାରି ରଖିପାରିବେ ଏବଂ ଠିକ୍ ସମୟରେ ଋଣ ପରିଶୋଧ ନିମନ୍ତେ ସକ୍ଷମ ହେବେ।

କୃଷି ଋଣ କ୍ୟାବିନେଟ ମଞ୍ଜୁରି ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026

ଡିଜିଟାଲ୍ ଯୁଗରେ ନୂଆ ରୂପରେ ରାଜସ୍ୱ ପର୍ଷଦ, ୱେବସାଇଟ୍ ଓ ତ୍ରୈମାସିକ ଜର୍ଣ୍ଣାଲର ଶୁଭାରମ୍ଭ

September 11, 2026

ପଞ୍ଚାୟତ-ପୌର ନିର୍ବାଚନ ଭୋଟର ତାଲିକା ପ୍ରସ୍ତୁତି, ଅକ୍ଟୋବର ୨୬ରୁ ସର୍ଭେ

September 11, 2026
Latest News

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.