Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଧର୍ମ»ପବିତ୍ର ଜନ୍ମାଷ୍ଠମୀ: ଆଜି ଯଦି ଭଗବାନ କୃଷ୍ଣ ଥାଆନ୍ତେ ତେବେ ତାଙ୍କୁ କେତେ ବୟସ ହୋଇଥାଆନ୍ତା !
ଧର୍ମ

ପବିତ୍ର ଜନ୍ମାଷ୍ଠମୀ: ଆଜି ଯଦି ଭଗବାନ କୃଷ୍ଣ ଥାଆନ୍ତେ ତେବେ ତାଙ୍କୁ କେତେ ବୟସ ହୋଇଥାଆନ୍ତା !

August 18, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଶ୍ବାସ କରନ୍ତୁ, ମାର୍ଗଶିର ମାସରେ ଏହି କେତୋଟି କଥା କଲେ ଆପଣଙ୍କର ବେଶ୍ ଶୁଭପ୍ରାପ୍ତି ହେବ
ବିଶ୍ବାସ କରନ୍ତୁ, ମାର୍ଗଶିର ମାସରେ ଏହି କେତୋଟି କଥା କଲେ ଆପଣଙ୍କର ବେଶ୍ ଶୁଭପ୍ରାପ୍ତି ହେବ

ଭୁବନେଶ୍ବର, ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିକୁ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମଦିବସ ବା ଜନ୍ମାଷ୍ଟମୀ ରୂପେ ପାଳନ କରାଯାଏ। ହିନ୍ଦୁ ଧର୍ମର ଏହା ହେଉଛି ଏକ ବଡ ପର୍ବ। ଏହି ଦିନ ପ୍ରାୟତଃ ସମସ୍ତେ ଉପବାସ ଗ୍ରହଣ କରିଥାନ୍ତି। ଓଡିଶାର ବିଭିନ୍ନ ସ୍ଥାନରେ ଏହି ଦିନ ସ୍ବତନ୍ତ୍ର ଉତ୍ସବ ପାଳନ କରାଯାଇଥାଏ। ଶ୍ରୀମନ୍ଦିରରେ ମଧ୍ୟ ଜନ୍ମାଷ୍ଠମୀ ପର୍ବ ଦିନ ସ୍ବତନ୍ତ୍ର ନୀତି କରାଯାଇଥାଏ।

ବେଦବାଣୀ ଓ ଜ୍ୟୋତିଷ ଗଣନାନୁସାରେ ଭଗବାନ ଶ୍ରୀକୃଷ୍ଣ, ଦ୍ବାପର ଯୁଗ ଶେଷ ଭାଗରେ ଧରାଧାମରେ ଅବତୀର୍ଣ୍ଣ ହେଇଥିଲେ। ତାଙ୍କର ଲୀଳା ଅବଧୀ ଥିଲା ୧୨୫ ବର୍ଷ ୭ ମାସ । ଯେଉଁ ଦିନ କୃଷ୍ଣଙ୍କର ପରଲୋକ ହେଲା ସେଦିନଠାରୁ କଳି ଯୁଗ ଆରମ୍ଭ ହେଇଛି। ବର୍ତ୍ତମାନ କଳିଯୁଗ ଯୁଗାଦ୍ଦ ୫୧୧୩ ଚାଲିଛି। ତେଣୁ ଆଜକୁ ୫୨୩୮ ବର୍ଷ ପୂର୍ବେ ଲୀଳା ପୁରୁଷୋତ୍ତମ ଏହି ଧରାଧାମରେ ଅବତରଣ କରିଥିଲେ। ଗବେଷକଙ୍କ ମତରେ ଖ୍ରୀଷ୍ଟପୂର୍ବ ୩୨୨୭ ପୂର୍ଣ୍ଣମାନ୍ତ ଭାଦ୍ର କୃଷ୍ଣ ଅଷ୍ଟମୀ ତିଥିରେ ତାଙ୍କର ଜନ୍ମ ହେଇଥିଲା।

ଅବତାର ଅର୍ଥ ଅବତୀର୍ଣ୍ଣ ହେବା, ଭକ୍ତମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ । ଶଙ୍ଖ, ଚକ୍ର, ଗଦା, ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା, ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।

ମାନବ ଜାତିର ଉନ୍ନତିକଳ୍ପେ ଭଗବାନ ଶ୍ରୀକୃଷ୍ଣ ଭିନ୍ନ ଭିନ୍ନ ଭୂମିକାରେ ଅବତୀର୍ଣ୍ଣ ହେଇ ଲୀଳା କରିଥିଲେ। ମହାଭାରତ ଯୁଦ୍ଧକୁ ଏଡେଇବା ପାଇଁ ଶାନ୍ତିର ବାର୍ତ୍ତାନେଇ ଦୁର୍ଯ୍ୟୋଧନଙ୍କ ନିକଟକୁ ଗମନ କରିଥିଲେ।ଏଠାରେ ପଂରବ୍ରହ୍ମ ଶ୍ରୀକୃଷ୍ଣ ଶାନ୍ତିଦୂତର ଭୂମିକା ନିଭାଇ ଥିଲେ। ମହାଭାରତ ଯୁଦ୍ଧକ୍ଷେତ୍ରରେ ଅର୍ଜ୍ଜୁନଙ୍କ ରଥର ସାରଥୀହେଇ ରଥକୁ ସୁଚାରୁ ରୂପେ ଚାଳନା କରିଥିଲେ ।

ଯୁଦ୍ଧର ପ୍ରାରମ୍ଭରେ ନିଜର ଜ୍ଞାତି କୁଟୁମ୍ବମାନଙ୍କୁ ଅବଲୋକନ କରି ଅର୍ଜୁନଙ୍କ ମନରେ ବିଷାଦ ଆସିଥିଲା ଓ ଯୁଦ୍ଧ ନକରିବା ପାଇଁ ଶ୍ରୀକୃଷ୍ଣଙ୍କୁ ମନାକରିଦେଇଥିଲେ। ଏଠାରେ ଭଗବାନ ଗୁରୁ ରୂପରେ ଅବତୀର୍ଣ୍ଣ ହେଇ ଅର୍ଜୁନଙ୍କୁ ଗୀତାଜ୍ଞାନ ପ୍ରଦାନ କରି ଧର୍ମସ୍ଥାପନ ପାଇଁ ଯୁଦ୍ଧ କରିବାଲାଗି ତାଙ୍କୁ ମନେଇବାରେ ସକ୍ଷମ ହେଇଥିଲେ।କୂଟନୀତି ପ୍ରୟୋଗ କରି ପାଣ୍ଡବମାନଙ୍କୁ ଯୁଦ୍ଧରେ ଜିତାଇଥିଲେ। ଏଠାରେ ତାଙ୍କୁ ବିଚକ୍ଷଣ କୂଟନୀତିଜ୍ଞ ରୂପରେ ମାନ୍ୟତା ଦିଆଯାଏ।

ମହାଭାରତ ଯୁଦ୍ଧରେ ଅର୍ଜୁନଙ୍କୁ ନିମିତ୍ତମାତ୍ର କରି ମାନବ ସମାଜକୁ ଯେଉଁ ସାଂଖ୍ୟଯୋଗ, କର୍ମଯୋଗ, ଜ୍ଞାନଯୋଗ ଓ ଭକ୍ତିଯୋଗ ଶିକ୍ଷାପ୍ରଦାନ କରିଛନ୍ତି,ତାହାକୁ ପାଥେୟ କରି ବିଷୟାସକ୍ତ ଅଜ୍ଞାନ ଜୀବ ନିଜର ସାଧାରଣ ଜୀବନରେ ବାସ୍ତବ ସମସ୍ୟାକୁ ଉପଲବ୍ଧି କରି ନିଜକୁ ଉଦ୍ଧାର କରୁଛନ୍ତି। ଏହା ଭାଗବତ ଗୀତା ନାମରେ ବିଶ୍ୱ ବିଖ୍ୟାତ। ଭଗବତ ଗୀତା ବିଶ୍ବ ସାହିତ୍ୟ ଭଣ୍ଡାରରେ ଏକ ଅନନ୍ୟ ସ୍ଥାନ ଅଧିକାର କରିଛି। ଏଥିରେ ରଚିତ ହେଇଥିବା ଭଗବାନ ଶ୍ରୀକୃଷ୍ଣଙ୍କର ମୁଖନିଃସୃତ ବାଣୀ ବୋଲି ବିଶ୍ବାସ ରହିଛି।

କୃଷ୍ଣଜନ୍ମ ଜନ୍ମାଷ୍ଠମୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026
Latest News

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.