Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କ୍ଷମା ମାଗିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ, ଦଳର ସଭାପତିଙ୍କୁ ଲେଖିଲେ ଚିଠି
ବିଶେଷ ଖବର

କ୍ଷମା ମାଗିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ, ଦଳର ସଭାପତିଙ୍କୁ ଲେଖିଲେ ଚିଠି

August 19, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
କ୍ଷମା ମାଗିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ, ଦଳର ସଭାପତିଙ୍କୁ ଲେଖିଲେ ଚିଠି

ଭୁବନେଶ୍ବର: ମୋର ଯେପରି ଆକ୍ରମଣାତ୍ମ କାର୍ଯ୍ୟ କଳାପ ସେଥିପାଇଁ ମୁଁ ଦୁଃଖିତ। ମୋତେ କ୍ଷମା କରନ୍ତୁ ବୋଲି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛି। ଏହି କଥା କହିଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ। ସେ କହିଛନ୍ତି ଯେ, ମୋତେ ମାରିଦେବା ପାଇଁ ଏକ ସୁଚିନ୍ତିତ ଷଢଯନ୍ତ୍ର କରାଯାଇଥିଲା। ହେଲେ ଭଗବାନଙ୍କ ଆର୍ଶିବାଦରୁ ସେଥିରୁ ବଞ୍ଚିଗଲି।

ଏକ ସାକ୍ଷାତକାରରେ ପ୍ରଶାନ୍ତ ଜଗଦେବ କହିଛନ୍ତି ଯେ, ମୁଁ ଚିଲିକା ବ୍ଲକକୁ ଯିବି ବୋଲି ବିଜେପି କର୍ମିମାନେ ଆଗରୁ ସଜାଗ ହୋଇ ରହିଥିଲେ। ସେଠାରେ ପହଁଞ୍ଚିବା ମାତ୍ରେ ମୋ ଉପରକୁ ଆକ୍ରମଣ କଲେ। ଠେଙ୍ଗାରେ ଲାଗିଥିବା ଦଳୀୟ ପତାକା ଧରି ସେମାନେ ମୋତେ ପିଟିଲେ। ଯାହା ସାରା ଓଡିଶା ଦେଖିଛି। ମୋ ମୁଣ୍ଡକୁ ଠେଙ୍ଗାରେ ପାହାର ପକାଇବା ପରେ ବ୍ରେକ ଉପରୁ ମୋର ଗୋଡ ଖସିଗଲା। ଫଳରେ ଗାଡି ଆଗକୁ ଗଡିଗଲା। ମିଡିଆରେ ଯାହା କୁହାଯାଉଛି ଯେ, ମୁଁ ଲୋକଙ୍କୁ ଉପରକୁ ଗାଡି ମଡାଇ ଦେଲି ତାହା ସଂପୂର୍ଣ୍ଣ ଭୁଲ କଥା।

ପ୍ରକୃତ କଥା ହେଲା ପୂର୍ବରୁ ଚିଲିକା ବିଜେପିର ଏକ ଗଡ ଥିଲା। ଗତ ନିର୍ବାଚନରେ ବିଜେଡି ତରଫରୁ ମୁଁ ଏଗାର ହଜାର ଭୋଟରେ ଜିତିବା ପରେ ବିଜେପିର ରାଗ ପଞ୍ଚମ ହୋଇଯାଇଛି। ସେମାନେ ମୋତେ ବିଭିନ୍ନ ସମୟରେ ହଇରାଣ କରିବାକୁ ଯୋଜନା କରୁଛନ୍ତି। ହେଲେ ସେଥିରେ ସେମାନେ ସଫଳ ହୋଇପାରୁ ନାହାଁନ୍ତି ବୋଲି ପ୍ରଶାନ୍ତ ଜଗଦେବ କହିଛନ୍ତି।

ମୋତେ ମାଡ ମାରିବା ପରେ ସେମାନେ ଗାଡିର ନମ୍ବର ପ୍ଲେଟକୁ ବାଡାଇ ଭାଙ୍ଗି ଦେଲେ। ସେଥିରେ ଆଉ ଏକ ନମ୍ବର ପ୍ଲେଟ ଯୋଡି ମୋତେ ବଦନାମ କରିବାକୁ ଚେଷ୍ଠା କରିଥିଲେ। ସେଥିରେ ମଧ୍ୟ ସଫଳ ହୋଇପାରିଲେ ନାହିଁ ବୋଲି ପ୍ରଶାନ୍ତ ଜଗଦେବ କହିଛନ୍ତି। ଏହି ଗୋଟିଏ ଘଟଣା ନୁହେଁ ସେମାନେ ବିଭିନ୍ନ ସମୟରେ ମୋତେ ବଦନାମ କରିବାକୁ ଚେଷ୍ଠା କରିଛନ୍ତି।

ତେବେ ଏ ସବୁ ଘଟଣା ନେଇ ମୁଁ ଦୁଃଖ ପ୍ରକାଶ କରି ମୋର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛି। ସେ ଯାହା ବିଚାର କରିବେ। ମୁଁ ଶଙ୍ଖ ଚିହ୍ନରେ ଛିଡା ହୋଇ ଜିତିଛି। ମୁଁ ବିଜେଡିରେ ରହିଛି। ହେଲେ ସଭାପତି ତଥା ଦଳ ଯାହା ବିଚାର କରିବେ ସେଥିରେ ମୁଁ ସମ୍ମତି ପ୍ରଦାନ କରିବି ବୋଲି କହିଛନ୍ତି ବିଧାୟକ ପ୍ରଶାନ୍ତ ଜଗଦେବ।

ଚିଲିକା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026
Latest News

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.