Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଡରାଇଲାଣି ସୁବର୍ଣ୍ଣରେଖା ଓ ବୈତରଣ ନଦୀ, ଆସନ୍ତା ଦୁଇଦିନ ବଡ ଗୁରୁତ୍ବପୂର୍ଣ୍ଣ
ଜାତୀୟ ଖବର

ଡରାଇଲାଣି ସୁବର୍ଣ୍ଣରେଖା ଓ ବୈତରଣ ନଦୀ, ଆସନ୍ତା ଦୁଇଦିନ ବଡ ଗୁରୁତ୍ବପୂର୍ଣ୍ଣ

August 21, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଡରାଇଲାଣି ସୁବର୍ଣ୍ଣରେଖା ଓ ବୈତରଣ ନଦୀ, ଆସନ୍ତା ଦୁଇଦିନ ବଡ ଗୁରୁତ୍ବପୂର୍ଣ୍ଣ

ଭୁବନେଶ୍ବର: ରାଜ୍ୟରେ ସୁବର୍ଣ୍ଣରେଖା ଓ ବୈତରଣ ନଦୀରେ ଅଧିକ ଜଳପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ଜଳ ସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ ଆଜି ପୂର୍ବାହ୍ଣରେ ସ୍ଥିତି ସମୀକ୍ଷା କରିଛନ୍ତି। ଆଭାସୀ ବ୍ୟବସ୍ଥା ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀମତୀ ଅର୍ଚ୍ଚନା ପଟ୍ଟନାୟକ, ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ,ସୁବର୍ଣ୍ଣରେଖା ଜଳସେଚନ ଡିଭିଜନର ମୁଖ୍ୟଯନ୍ତୀ,ବାଲେଶ୍ୱର ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ,ଜଳ ସମ୍ପଦ ବିଭାଗର ଅତିରିକ୍ତ ଶାସନ ସଚିବଙ୍କ ସମେତ ବିଭାଗର ଅନ୍ୟ ବରିଷ୍ଠ ପଦାଧିକାରୀ ଓ ଯନ୍ତ୍ରୀମାନ ଉପସ୍ଥିତ ଥିଲେ।

ବନ୍ୟା ପରିପ୍ରେକ୍ଷୀରେ ବିଭାଗ ପକ୍ଷରୁ ପ୍ରସ୍ତୁତିକୁ ଅଧିକ ବ୍ୟାପକ କରିବା ନେଇ ମନ୍ତ୍ରୀ ଶ୍ରୀମତୀ ସାହୁ ଗୁରୁତ୍ୱାରୋପ କରିଥିଲେ। ବୈଠକରେ ଆଲୋଚନା ଅନୁସାରେ ଆଜି ସକାଳ ସୁଦ୍ଧା ଝାଡଖଣ୍ଡର ଗାଲୁଡିହ ଜଳଭଣ୍ଡାରରୁ ୧୬ ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଫଳରେ ଓଡିଶାରେ ସୁବର୍ଣ୍ଣରେଖା ନଦୀରେ ଆଜି ସଂଧ୍ୟାରୁ ଆସନ୍ତା କାଲି ୧୦ ଟା ଭିତରେ ଜଳସ୍ତର ବୃଦ୍ଧି ପାଇବ ଓ ସେଥି ଯୋଗୁଁ ବଡ ଧରଣର ବନ୍ୟାର ସମ୍ଭାବନା ରହିଛି। ଫଳରେ ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର, ଭୋଗରାଇ, ବାଲିଆପାଳ ଓ ବସ୍ତା ଅଂଚଳ ପ୍ରଭାବିତ ହେବ।

ମନ୍ତ୍ରୀ ଶ୍ରୀମତୀ ସାହୁ କହିଛନ୍ତି ଯେ, ଆଗାମୀ ଦୁଇ ଦିନ ଆମ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ବିଭିନ୍ନ ନଦୀବନ୍ଧ ଦାୟିତ୍ୱରେ ଥିବା ଅଧିକାରୀ ଓ ଯନ୍ତ୍ରୀମାନେ ସତର୍କ ରହି ନିୟମିତ ତଦାରଖ କରନ୍ତୁ। ମୁଖ୍ୟମନ୍ତ୍ରୀ ସବୁବେଳେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେଉଛନ୍ତି। ତେଣୁ ଏହାକୁ ଦୃଷ୍ଟିରେ ରଖି ଜଳ ସଂପଦ ବିଭାଗର ଅଧିକାରୀ, କ୍ଷେତ୍ର ସ୍ତରରେ ଥିବା ଯନ୍ତ୍ରୀ ଓ କର୍ମଚାରୀ ଭାବେ ଅଧିକ ଚଳ ଚଞ୍ଚଳ ରହି ବନ୍ୟା ମୁକାବିଲା କରିବାକୁ ପରାମର୍ଶ ଦେଇଛନ୍ତି।

ସମ୍ଭାବ୍ୟ ବନ୍ୟା ପରିପ୍ରେକ୍ଷୀରେ ଜନସାଧାରଣ ଭୟଭୀତ ନହେବାକୁ ଅନୁରୋଧ କରିବା ସହ ନଦୀଗୁଡିକରେ ବିଭିନ୍ନ ସମୟରେ ଜଳସ୍ତର ଓ ଜଳପ୍ରବାହ ସଂପର୍କରେ ସଠିକ ସୂଚନା ପ୍ରଦାନ କରିବାକୁ ମନ୍ତ୍ରୀବିଭାଗୀୟ ଅଧିକାରୀ ଓ ଯନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀମତୀ ପଟ୍ଟନାୟକ କହିଛନ୍ତି ଯେ, ସବୁ ସମୟରେ ସଂପୃକ୍ତ ଜିଲ୍ଲାପାଳମାନଙ୍କ ସହିତ ଯୋଗାଯୋଗ କରାଯାଉଛି। ବନ୍ୟା ମୁକାବିଲା ପାଇଁ ବିଭାଗ ତରଫରୁ ବିଭିନ୍ନ ଜିଲ୍ଲାରେ ବରିଷ୍ଠ ଓ ଅଭିଜ୍ଞ ଅଧିକାରୀ ତଥା ଯନ୍ତ୍ରୀମାନଙ୍କୁ ପଠାଯାଇଛି ଓ ସେମାନେ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ସହିତ ସମନ୍ୱୟ ରଖି ବନ୍ୟାସ୍ଥିତି ଅନୁଧ୍ୟାନ କରି ବନ୍ୟା ପରିଚାଳନା କରୁଛନ୍ତି।

ଓଡିଶା ବନ୍ୟା ଟୁକୁନୀ ସାହୁ ବନ୍ୟା ସୁବର୍ଣ୍ଣରେଖା
Share. Facebook Twitter LinkedIn Email WhatsApp Copy Link

Related Posts

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026
Latest News

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.