Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ତାଳଚେର ସାର କାରଖାନାର ପୁନରୁଦ୍ଧାର କାର୍ଯ୍ୟ ଅନୁଧ୍ୟାନ କଲେ କେନ୍ଦ୍ର ସାର ଓ ରସାୟନ ରାଷ୍ଟ୍ର ମନ୍ତ୍ରୀ
ଜାତୀୟ ଖବର

ତାଳଚେର ସାର କାରଖାନାର ପୁନରୁଦ୍ଧାର କାର୍ଯ୍ୟ ଅନୁଧ୍ୟାନ କଲେ କେନ୍ଦ୍ର ସାର ଓ ରସାୟନ ରାଷ୍ଟ୍ର ମନ୍ତ୍ରୀ

August 26, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: କେନ୍ଦ୍ର ସାର ଓ ରସାୟନ, ନୂତନ ଓ ଅକ୍ଷୟ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଭଗୱନ୍ତ ଖୁବା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ତାଳଚେର ସାର କାରଖାନାର ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କରିଛନ୍ତି।

ଗୁରୁବାର ଓ ଶୁକ୍ରବାର ଦୁଇ ଦିନ ଧରି କେନ୍ଦ୍ର ମନ୍ତ୍ରୀ ତାଳଚେର ଠାରେ ସାର କାରଖାନା ପ୍ରକଳ୍ପର ନିର୍ମାଣ କାର୍ଯ୍ୟର ଅଗ୍ରଗତି ନିରୀକ୍ଷଣ କରିବା ସହ ବରିଷ୍ଠ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିଲେ। ସେ ପ୍ରକଳ୍ପ ପରିଚାଳନା ସମୀକ୍ଷା କରିବା ସହିତ ତାଳଚେର ସାର କାରଖାନା ଏବଂ ପିଡିଆଇଏଲର ବରିଷ୍ଠ ଅଧିକାରୀମାନଙ୍କ ସହିତ ଏକ ଜରୁରୀ ସମୀକ୍ଷା ବୈଠକ କରିଥିଲେ। କେନ୍ଦ୍ର ମନ୍ତ୍ରୀ ସେମାନଙ୍କ ଠାରୁ ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସ୍ଥିତି ସମ୍ପର୍କରେ ପଚାରି ବୁଝିଥିଲେ। ଏହାପରେ ସେ ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ନିୟୋଜିତ କଣ୍ଟ୍ରାକ୍ଟର ଓ ସହାୟକମାନଙ୍କ ସହିତ ଆଲୋଚନା କରିଥିଲେ। ସେମାନଙ୍କର କାର୍ଯ୍ୟ ଏବଂ ପ୍ରକଳ୍ପର ପ୍ରଗତି ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ପଚାରି ବୁଝିଥିଲେ।

କେନ୍ଦ୍ର ମନ୍ତ୍ରୀ କାରଖାନା ପ୍ରକଳ୍ପ କ୍ଷେତ୍ର ବୁଲିବା ସହିତ ସବୁ ୟୁନିଟର ନିର୍ମାଣ କାର୍ଯ୍ୟ ସମୀକ୍ଷା କରିଥିଲେ। ଏହାପରେ ସେ ରେଳ କରିଡର, ପାଣି ପାଇପଲାଇନ କରିଡର ଏବଂ ବ୍ରାହ୍ମଣୀ ନଦୀ ଠାରେ ଇନଟେକ ୱେଲ୍ ପମ୍ପହାଉସ ସୁବିଧା ପରିଦର୍ଶନ କରିଥିଲେ।

ନିର୍ଦ୍ଧାରିତ ସମୟରେ ତାଳଚେର ସାର କାରଖାନା କାର୍ଯ୍ୟକ୍ଷମ କରିବା ଏବଂ ଏଠାରୁ ଯଥାଶୀଘ୍ର ୟୁରିଆ ଉତ୍ପାଦନ ଆରମ୍ଭ କରିବା ଉପରେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଖୁବା ଗୁରୁତ୍ବାରୋପ କରିଥିଲେ। ଏଥିପାଇଁ ପୁନରୁଦ୍ଧାର କାର୍ଯ୍ୟକୁ ତ୍ବରାନ୍ବିତ କରିବା ଲାଗି ଟିଏଫଏଲ ଏବଂ ପିଡିଆଇଏଲର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏହି ଅବସରରେ ଆରସିଏଫର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଶ୍ରୀନିବାସ ସି. ମୁଦଗେରିକର, ଟିଏଫଏଲର ଅଧ୍ୟକ୍ଷ ଦେବାଶିଷ ନନ୍ଦ, ଆରସିଏଫଏଲର ବୈଷୟିକ ନିର୍ଦ୍ଦେଶକ ମିଲିନ୍ଦ ଏମ ଦେଓ, ଟିଏଫଏଲର ପରିଚାଳନା ନିର୍ଦ୍ଦେଶକ ଏସ ଏନ ଯାଦବ, ସିଆଇଏଲର କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ ଡକ୍ଟର ଏ କେ ସାମନ୍ତରାୟଙ୍କ ସମେତ ତାଳଚେର ସାର କାରଖାନା ପ୍ରକଳ୍ପ, ଜିଲ୍ଲା ପ୍ରଶାସନ, କୋଲ ଇଣ୍ଡିଆର ବରିଷ୍ଠ ଅଧିକାରୀମାନଙ୍କ ସହିତ କେନ୍ଦ୍ର ମନ୍ତ୍ରୀ ବୈଠକରେ ଆଲୋଚନା କରିଥିଲେ।

ଓଡିଶା ଗସ୍ତ ତାଳଚେର ସାର କାରଖାନା ପୁନରୁଦ୍ଧାର କାର୍ଯ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରମ୍ପଙ୍କ ଇରାନକୁ ଚେତାବନୀ ପରେ କ’ଣ ରହିଛି ସୁନା ଏବଂ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 20, 2026

ବନ୍ଦେ ଭାରତ ଏକ୍ସପ୍ରେସ ଉପରକୁ ପଥର ମାଡ଼: ଯାତ୍ରା କରୁଥିଲେ ଆରଏସଏସ ମୁଖ୍ୟ ମୋହନ ଭାଗବତ

February 20, 2026

ଆମେରିକା ସହିତ ‘ପ୍ୟାକ୍ସ ସିଲିକା’ରେ ଯୋଗଦେଲା ଭାରତ: ଜାଣନ୍ତୁ ଏହା କ’ଣ?

February 20, 2026

“ଯଦି ଆପଣମାନେ ଫ୍ରାନ୍ସ ଆସନ୍ତି…”: ଭାରତୀୟମାନଙ୍କୁ ବଡ଼ ପ୍ରସ୍ତାବ ଦେଲେ ମାକ୍ରୋନ୍

February 20, 2026
Latest News

ଟ୍ରମ୍ପଙ୍କ ଇରାନକୁ ଚେତାବନୀ ପରେ କ’ଣ ରହିଛି ସୁନା ଏବଂ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 20, 2026

ବନ୍ଦେ ଭାରତ ଏକ୍ସପ୍ରେସ ଉପରକୁ ପଥର ମାଡ଼: ଯାତ୍ରା କରୁଥିଲେ ଆରଏସଏସ ମୁଖ୍ୟ ମୋହନ ଭାଗବତ

February 20, 2026

ଏଲିଏନ୍‌ମାନଙ୍କର ଗୁପ୍ତ ତଥ୍ୟ ପ୍ରକାଶ କରିବ ଆମେରିକା!: ବଡ଼ ନିର୍ଦ୍ଦେଶ ଜାରି କଲେ ଟ୍ରମ୍ପ୍ 

February 20, 2026

ଆମେରିକା ସହିତ ‘ପ୍ୟାକ୍ସ ସିଲିକା’ରେ ଯୋଗଦେଲା ଭାରତ: ଜାଣନ୍ତୁ ଏହା କ’ଣ?

February 20, 2026

“ଯଦି ଆପଣମାନେ ଫ୍ରାନ୍ସ ଆସନ୍ତି…”: ଭାରତୀୟମାନଙ୍କୁ ବଡ଼ ପ୍ରସ୍ତାବ ଦେଲେ ମାକ୍ରୋନ୍

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.