Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଘରୁ ବ୍ୟାଗ ନେଇ ବଜାରକୁ ଯିବା ପାଇଁ ଲୋକଙ୍କୁ ଅନୁରୋଧ କଲେ ମୁଖ୍ୟ ଶାସନ ସଚିବ, କାହିଁକି ?
ଜାତୀୟ ଖବର

ଘରୁ ବ୍ୟାଗ ନେଇ ବଜାରକୁ ଯିବା ପାଇଁ ଲୋକଙ୍କୁ ଅନୁରୋଧ କଲେ ମୁଖ୍ୟ ଶାସନ ସଚିବ, କାହିଁକି ?

August 27, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଘରୁ ବ୍ୟାଗ ନେଇ ବଜାରକୁ ଯିବା ପାଇଁ ଲୋକଙ୍କୁ ଅନୁରୋଧ କଲେ ମୁଖ୍ୟ ଶାସନ ସଚିବ, କାହିଁକି ?

ଭୁବନେଶ୍ୱର: ଥରେ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ୍ ନିଷିଦ୍ଧ ଆଇନ୍କୁ କଡ଼ାକଡ଼ିଭାବେ ସାରା ରାଜ୍ୟରେ ଲାଗୁ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଆଜି ରାଜ୍ୟସ୍ତରୀୟ ଟାକ୍ସ ଫୋର୍ସ କମିଟି ବୈଠକରେ ଅଧ୍ୟକ୍ଷତା କରି ସେ ଏହି ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟ ଲୋକସେବା ଭବନରୁ ଡ଼ିଜିଟାଲ୍ ମୋଡ଼୍ରେ ଅନୁଷ୍ଠିତ ଏହି ବୈଠକରେ ପରିବେଶ ନିର୍ଦ୍ଦେଶକ ଶ୍ରୀ ସୁଶାନ୍ତ ନନ୍ଦ ପ୍ଲାଷ୍ଟିକ୍ ବ୍ୟବହାର ନିଷିଦ୍ଧ ନିୟମ ଏବଂ ତାହାର ଅନୁପାଳନ ସମ୍ବନ୍ଧିତ ବିଷୟ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ।

ଏ ଦିଗରେ ବର୍ତ୍ତମାନ ପର୍ଯ୍ୟନ୍ତ ନିଆଯାଇଥିବା ପଦକ୍ଷେପଗୁଡ଼ିକର ସମୀକ୍ଷାକରି ଆଇନକୁ କଡାକଡି ଭାବେ ଲାଗୁ କରିବା ପାଇଁ ଶ୍ରୀ ମହାପାତ୍ର ଜିଲ୍ଲାପାଳ, ଡି.ଏଫ୍.ଓ ଏବଂ ସଂପୃକ୍ତ ବିଭାଗର କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଥରେ ବ୍ୟବହାର ଯୋଗ୍ୟ ନିଷିଦ୍ଧ ପ୍ଲାଷ୍ଟିକ୍ ଉତ୍ପାଦନ ୟୁନିଟ୍ ଓ ବିକ୍ରୀ କରୁଥିବା ଦୋକାନୀମାନଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ।

ନିଜ ନିଜ ଜିଲ୍ଲା ଓ ବନଖଣ୍ଡରେ ହାଟ ବଜାର, ପର୍ଯ୍ୟଟନସ୍ଥଳୀ, ସାଧାରଣ ସମାଗମ ସ୍ଥାନ ଆଦିରେ ପ୍ଲାଷ୍ଟିକ୍ ବ୍ୟବହାର ବାରଣର ଅନୁପାଳନ ବିଷୟରେ ପ୍ରତି ମାସରେ ରିପୋର୍ଟ୍ ଦେବାପାଇଁ ଜିଲ୍ଲାପାଳ ଏବଂ ବନଖଣ୍ଡ ଅଧିକାରୀମାନଙ୍କୁ କୁହାଯାଇଥିଲା।

ଥରେ ବ୍ୟବହାର ଯୋଗ୍ୟ ନିଷିଦ୍ଧ ପ୍ଲାଷ୍ଟିକ୍, ପଲିଥିନ୍ ବ୍ୟାଗ୍, କ୍ୟାରି ବ୍ୟାଗ୍, ପ୍ଲାଷ୍ଟିକ୍ ଗ୍ଲାସ୍ ଆଦି ବ୍ୟବହାର ନକରିବା ପାଇଁ ସଚେତନତା କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ ଓ ସଘନ କରିବା ନିମନ୍ତେ ବୈଠକରେ ନିଷ୍ପତ୍ତି ହୋଇଥିଲା। ବିଦ୍ୟାଳୟମାନଙ୍କରେ ଗଠନ ହୋଇଥିବା ଇକୋ-କ୍ଲବ୍, ସାମ୍ବାଦିକ, ବରିଷ୍ଠ ନାଗରିକ, ସମ୍ମାନଷ୍ପଦ ବ୍ୟକ୍ତି ବିଶେଷ, ନିର୍ବାଚିତ ପ୍ରତିନିଧି, ବାର୍ ଆସୋସିଏସନ୍, ରୋଟାରୀ ଓ ଲାୟନ୍ସକ୍ଲବ୍ ଏବଂ ସ୍ଥାନୀୟ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାନଙ୍କୁ ଅଭିଯାନରେ ସକ୍ରିୟଭାବେ ସାମିଲ୍ କରିବା ପାଇଁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ।

ସ୍ୱତନ୍ତ୍ର ସ୍କ୍ୱାର୍ଡ୍ ମାଧ୍ୟମରେ ବିଭିନ୍ନ ସ୍ଥାନରେ ଚଢ଼ାଉକରି ନିଷିଦ୍ଧ ପ୍ଲାଷ୍ଟିକ୍ ଉତ୍ପାଦନ, ବିପଣୀ ଓ ବ୍ୟବହାରକାରୀ ଦୋକାନୀମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ନିଷ୍ପତ୍ତି ହୋଇଥିଲା। ପ୍ଲାଷ୍ଟିକ୍ ବର୍ଜ୍ୟ ସଂଗ୍ରହ ଓ ପରିଚାଳନା ବିଷୟ ବୈଠକରେ ସବିଶେଷଭାବେ ଆଲୋଚନା ହୋଇଥିଲା। ଏଥିପାଇଁ ଗ୍ରାମ ପଂଚାୟତ ଏବଂ ସହରାଞ୍ଚଳ ମାନଙ୍କ ମଧ୍ୟରେ ସମନ୍ୱୟକୁ ଅଧିକ ଦୃଢ଼ିଭୁତ ଓ ସୁଗମ କରାଯିବ।

ପ୍ଲାଷ୍ଟିକ୍ ବର୍ଜ୍ୟର ପୁନଃ ବ୍ୟବହାର ଉପରେ ଗୁରୁତ୍ୱ ଆରୋପ କରି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ରାସ୍ତା ନିର୍ମାଣ ଓ ସିମେଣ୍ଟ କାରଖାନା ଆଦିରେ ଏହାର ବ୍ୟବହାର ବଢ଼ାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

ପ୍ରଦ୍ୟୁଷଣ ନିୟନ୍ତ୍ରଣ ବୋର୍ଡ, ପୁର୍ତ୍ତ, ଗ୍ରାମ ଉନ୍ନୟନ, ଗୃହ ଓ ନଗର ଉନ୍ନୟନ ବିଭାଗ ଯନ୍ତ୍ରୀ ଓ ବିଶେଷଜ୍ଞ ମାନଙ୍କ ସହ ବୈଠକ କରି ରାସ୍ତା ନିର୍ମାଣରେ ପ୍ଲାଷ୍ଟିକ୍ର ନିୟମିତ ଯୋଗାଣ ଓ ବ୍ୟବହାର ନିଶ୍ଚିତ କରାଇବା ନିମନ୍ତେ ମୁଖ୍ୟ ଶାସନ ସଚିବ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସିମେଣ୍ଟ ପ୍ରସ୍ତୁତିରେ ଅଧିକ ପ୍ଲାଷ୍ଟିକ୍ ବର୍ଜ୍ୟ ବ୍ୟବହାର ନିମନ୍ତେ ନିଜ ନିଜ ପ୍ଲାଣ୍ଟର ଦକ୍ଷତା ବଢ଼ାଇବାକୁ ସଂପୃକ୍ତ କଂପାନୀମାନଙ୍କୁ କୁହାଯାଇଥିଲା।

ପ୍ରାପ୍ତ ସୂଚନାରୁ ଜଣାପଡ଼ିଛି, ବର୍ତ୍ତମାନ ସୁଦ୍ଧା ୧୧,୬୯୩ ଟି ଗ୍ରାମରେ ପ୍ଲାଷ୍ଟିକ୍ ବର୍ଜ୍ୟ ପରିଚାଳନା ନିମନ୍ତେ ଆବଶ୍ୟକୀୟ ଭିତ୍ତିଭୂମି ତିଆରି ହୋଇଛି। ୩୦୯୭ ଗ୍ରାମ ପଂଚାୟତରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା କଠିନ ବର୍ଜ୍ୟବସ୍ତୁ ଏବଂ ପ୍ଲାଷ୍ଟି୍କ୍ ବର୍ଜ୍ୟ ପରିଚାଳନା କରାଯାଉଛି। ୧୩୦୬ ଗ୍ରାମରେ ଘରକୁ ଘର ପ୍ଲାଷ୍ଟିକ୍ ବର୍ଜ୍ୟ ସଂଗ୍ରହ ବ୍ୟବସ୍ଥା ଆରମ୍ଭ ହୋଇଛି। ୧୩,୮୩୪ ଟି ବର୍ଜ୍ୟ ପୃଥକୀକରଣ ସ୍ଥାନ ତିଆରି କରାଯାଇଛି। ପ୍ରାୟ ୧୩,୪୫୫ ତିନି ଚକିଆ ଗାଡ଼ିକୁ ଗ୍ରାମାଞ୍ଚଳରେ କଠିନ ବର୍ଜ୍ୟବସ୍ତୁ ସଂଗ୍ରହ ଓ ପରିବହନ କାର୍ଯ୍ୟରେ ନିୟୋଜିତ କରାଯାଇଛି।

୨୦୨୧-୨୨ ବର୍ଷରେ ପ୍ରାୟ ବର୍ତ୍ତମାନ ସୁଦ୍ଧା ପ୍ରାୟ ୮୬ ଟନ୍ରୁ ଉର୍ଦ୍ଧ୍ୱ ପ୍ଲାଷ୍ଟିକ୍ ବର୍ଜ୍ୟ ଗ୍ରାମାଞ୍ଚଳରୁ ସଂଗ୍ରହ କରାଯାଇ ନିକଟତମ ସହରାଞ୍ଚଳ ବର୍ଜ୍ୟ ପରିଚାଳନା କେନ୍ଦ୍ରରେ ପହଞ୍ଚା ଯାଇଛି। ଏହା ବ୍ୟତୀତ ପ୍ରାୟ ୧୯୦୦ ବର୍ଜ୍ୟ ଏକତ୍ରୀକରଣ ସଂସ୍ଥା ଇତି ମଧ୍ୟରେ ୨୩୦୧ ଟନ୍ ପ୍ଲାଷ୍ଟିକ୍ ବର୍ଜ୍ୟ ସଂଗ୍ରହ କରିଥିବାର ଜଣାଇଛନ୍ତି। ସଂଗୃହିତ ପ୍ଲାଷ୍ଟିକ୍କୁ ପୁନଃ-ବ୍ୟବହାର ପୂର୍ବବର୍ତ୍ତୀ ପ୍ରକ୍ରିୟାକରଣ ନିମନ୍ତେ ଘରୋଇ ନିବେଶ ସହଭାଗିତାରେ ସ୍ୱତନ୍ତ୍ର ୟୁନିଟମାନ ପ୍ରତିଷ୍ଠା କରାଯାଇଛି। ଗ୍ରାମ ପଂଚାୟତ ଓ ସ୍ୱଚ୍ଛ ଭାରତ ଅଭିଯାନର ସହଯୋଗିତାରେ ଗ୍ରାମସ୍ତରୀୟ ବର୍ଜ୍ୟ ମହଜୁଦ ସେଡ୍ ମାନ ମଧ୍ୟ ନିର୍ମାଣ କରାଯାଇଛି।

ପର୍ଯ୍ୟାୟକ୍ରମେ ସମସ୍ତ ପଂଚାୟତ ଓ ଗ୍ରାମକୁ ପ୍ଲାଷ୍ଟିକ୍ ବର୍ଜ୍ୟ ସଂଗ୍ରହ ଏବଂ ପରିଚାଳନା କାର୍ଯ୍ୟକ୍ରମସହ ସଂଯୋଜିତ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ବର୍ଜ୍ୟ ପୃଥକୀକରଣ ଏବଂ ପୁନଃ ବ୍ୟବହାର କେନ୍ଦ୍ର ଏବଂ ପ୍ଲାଷ୍ଟିକ୍ ରୂପାନ୍ତରଣ ୟୁନିଟ୍ ଗୁଡ଼ିକର ଦକ୍ଷତା ବଢ଼ାଇବା ପାଇଁ ମଧ୍ୟ ବୈଠକରେ ନିଷ୍ପତ୍ତି ହୋଇଥିଲା।

ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପଂଚାୟତି ରାଜ ଓ ପାନୀୟ ଜଳ ଯୋଗାଣ ପ୍ରମୁଖ ଶାସନ ସଚିବ ଶ୍ରୀ ଆଶୋକ କୁମାର ମୀନା, ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଜି. ମାଥିଭାଥାନନ୍, ପରିବେଶ ନିର୍ଦ୍ଦେଶକ ଶ୍ରୀ ସୁଶାନ୍ତ ନନ୍ଦ, ପ୍ରଦ୍ୟୁଷଣ ନିୟନ୍ତ୍ରଣ ପରିଷଦର ସଦସ୍ୟ ସଚିବ ଡାକ୍ତର କେ. ମୁରୁଗେଶାନ୍ଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀମାନେ ବୈଠକର ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।

ପ୍ଲାଷ୍ଟିକ ମୁଖ୍ୟ ଶାସନ ସଚିବ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 12, 2026

ଭାରତ ପାଇଁ ବଡ଼ କୂଟନୈତିକ ବିଜୟ: ବ୍ରିକ୍ସ ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା

September 12, 2026

‘ଔରଙ୍ଗଜେବଙ୍କ ଭଳି ମାନସିକତା’: ଅଖିଳେଶ ଯାଦବଙ୍କ ଉପରେ ସଙ୍ଗୀତ ସୋମଙ୍କ କଡ଼ା ଆକ୍ରମଣ

September 12, 2026

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026
Latest News

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 12, 2026

ପାକିସ୍ତାନକୁ କ୍ଲିନ ସ୍ଵିପ୍ କଲା ଇଂଲଣ୍ଡ: ୩-୦ ରେ ଜିତିଲା ଟେଷ୍ଟ ସିରିଜ୍

September 12, 2026

ଭାରତ ପାଇଁ ବଡ଼ କୂଟନୈତିକ ବିଜୟ: ବ୍ରିକ୍ସ ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା

September 12, 2026

‘ଔରଙ୍ଗଜେବଙ୍କ ଭଳି ମାନସିକତା’: ଅଖିଳେଶ ଯାଦବଙ୍କ ଉପରେ ସଙ୍ଗୀତ ସୋମଙ୍କ କଡ଼ା ଆକ୍ରମଣ

September 12, 2026

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.