Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»BEAKING: ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ, ସଂଜୟ ସିଂଙ୍କୁ ପୁଣି ମିଳିଲା ଅତିରିକ୍ତ ଦାୟିତ୍ବ
ଜାତୀୟ ଖବର

BEAKING: ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ, ସଂଜୟ ସିଂଙ୍କୁ ପୁଣି ମିଳିଲା ଅତିରିକ୍ତ ଦାୟିତ୍ବ

August 27, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ, ସଂଜୟ ସିଂଙ୍କୁ ପୁଣି ମିଳିଲା ଅତିରିକ୍ତ ଦାୟିତ୍ବ

ଭୁବନେଶ୍ୱର : ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ ସ୍ତରରେ କେତେକ ଅଦଳବଦଳ କରିଛନ୍ତି। ମୁଖ୍ୟତଃ ପଞ୍ଚାୟତିରାଜ ବିଭାଗର ପ୍ରମୁଖ ଶାସନ ସଚିବ ଅଶୋକ କୁମାର ମୀନା କେନ୍ଦ୍ରୀୟ ଡେପୁଟେସରେ ଯିବାପରେ ଏହି ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଯେଉଁ ଅଦଳବଦଳ ହୋଇଛି ତାହା ହେଲା

1- ସୁଶୀଲ କୁମାର ଲୋହାନୀ- ରାଜ୍ୟ ପଞ୍ଚାୟତିରାଜ ଓ ପାନ୍ୟଜଳ ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସେ ଏବେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟ କରୁଛନ୍ତି। ଏଥିସହ ସେ ଅବାକାରୀ ବିଭାଗର ସଚିବ ପଦ ମଧ୍ୟ ତାଙ୍କ ପାଖରେ ରହିଛି।

2- ଦେଓରଞ୍ଜନ ସିଂହ- ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ସଚିବ ଦେଓରଂଜନ ସି ଙ୍କୁ ରାଜ୍ୟ ଅବକାରୀ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଶ୍ରୀ ସିଂହ ଓଏମସି ଅଧ୍ୟକ୍ଷ, ଇଡକଲ ଅଧ୍ୟକ୍ଷ, ଓଏମସିଏଲର ଅଧ୍ୟକ୍ଷ ଦାୟିତ୍ୱ ମଧ୍ୟ ପୂର୍ବପରି ତୁଲାଇବେ। ସେ ଦାୟିତ୍ବ ନେବା ପରେ ଲୋହାନୀ ଏହି ପଦରୁ ହଟିଯିବେ।

3- ସଞ୍ଜୟ କୁମାର ସିଂହ- ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହଙ୍କୁ ଅତିରିକ୍ତ ଭାବେ ବାଣିଜ୍ୟ କର ଓ ଜିଏସ୍‌ଟି କମିଶନ ଭାବେ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଶ୍ରୀ ସିଂହ ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ସଚିବ, ବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ୱର ସ୍ମାର୍ଟସିଟି ପରିଚାଳନା ନିର୍ଦ୍ଦେଶ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇଛନ୍ତି। ସେ ପୂର୍ବପରି ଏହି ଦାୟିତ୍ବରେ ମଧ୍ୟ ରହିବେ।

ଆଇଏଏସ ଅଶୋକ କୁମାର ମୀନାଙ୍କ କେନ୍ଦ୍ରୀୟ ଡେପୁଟେସନ ଯିବା ପାଇଁ ନିଷ୍ପତି ହୋଇସାରିଛି। ଏପରିକି ସେ କେନ୍ଦ୍ରରେ କେଉଁ ଦାୟିତ୍ବରେ ରହିବେ ତାହା ମଧ୍ୟ ଗତ ମାସରେ ଘୋଷଣା ହୋଇସାରିଛି। ସେହି ଅନୁସାରେ ସେ ଭାରତୀୟ ଖାଦ୍ୟ ନିଗମର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ହେବେ। ସେହିପରି 2006 ବ୍ୟାଚର ଆଇଏଏସ ରୂପା ରୋଶନ ସାହୁ କେନ୍ଦ୍ର ସରକାରଙ୍କ ଯୁଗ୍ନ ସଚିବ ପ୍ୟାହାକୁ ଉନ୍ନତ ହୋଇଛନ୍ତି। ସେ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଛନ୍ତି।

ଆଇଏଏସ ଅଦଳବଦଳ ରାଜ୍ୟ ସରକାର ସଞ୍ଜୟ ସିଂ ଆଇଏଏସ ସୁଶୀଲ କୁମାର ଲୋହାନୀ
Share. Facebook Twitter LinkedIn Email WhatsApp Copy Link

Related Posts

ଇୟୁଜେନିକ୍ସ ହେୟାର ସାଇନ୍ସେସ ପକ୍ଷରୁ ଭୁବନେଶ୍ୱରରେ ବିଶ୍ୱସ୍ତରୀୟ ହେୟାର୍ ରିଷ୍ଟୋରେସନ୍ କ୍ଲିନିକର ଶୁଭାରମ୍ଭ

May 23, 2026

ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

May 23, 2026

ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ

May 23, 2026

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026
Latest News

ଇୟୁଜେନିକ୍ସ ହେୟାର ସାଇନ୍ସେସ ପକ୍ଷରୁ ଭୁବନେଶ୍ୱରରେ ବିଶ୍ୱସ୍ତରୀୟ ହେୟାର୍ ରିଷ୍ଟୋରେସନ୍ କ୍ଲିନିକର ଶୁଭାରମ୍ଭ

May 23, 2026

ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

May 23, 2026

ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ

May 23, 2026

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026

କୋଲକାତାରେ ପହଞ୍ଚିଲେ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

May 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.