Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଗୃହ ଭିତରେ ଗୋପବନ୍ଧୁ, ମଧୁବାବୁ, ଗୋଦାବରୀଶ ପ୍ରମୁଖ କରିଥିବା ତର୍କ ଏବେ ଉପଲବ୍ଧ
ଜାତୀୟ ଖବର

ଗୃହ ଭିତରେ ଗୋପବନ୍ଧୁ, ମଧୁବାବୁ, ଗୋଦାବରୀଶ ପ୍ରମୁଖ କରିଥିବା ତର୍କ ଏବେ ଉପଲବ୍ଧ

August 27, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଗୃହ ଭିତରେ ଗୋପବନ୍ଧୁ, ମଧୁବାବୁ, ଗୋଦାବରୀଶ ପ୍ରମୁଖ କରିଥିବା ତର୍କ ଏବେ ଉପଲବ୍ଧ

ଭୁବନେଶ୍ୱର: ୧୯୨୨ ମସିହାରେ ତତ୍‌କାଳୀନ ବିହାର ଓଡ଼ିଶା ବ୍ୟବସ୍ଥାପକ ସଭାରେ ଉତ୍କଳଗୌରବ ମଧୁସୂଦନ ଦାସ ଓ ପରବର୍ତ୍ତୀ ସମୟରେ ଉତ୍କଳମଣି ଗୋପବନ୍ଧୁ, ବାଗ୍ମୀ ବିଶ୍ୱନାଥ କର, ପଣ୍ଡିତ ନୀଳକଣ୍ଠ ଓ ପଣ୍ଡିତ ଗୋଦାବରୀଶ ପ୍ରମୁଖ ନେତୃବୃନ୍ଦଙ୍କ ଦ୍ୱାରା ଉପସ୍ଥାପିତ ତର୍କ-ବିବରଣୀ ଓଡ଼ିଶା ବିଧାନସଭାକୁ ଉପଲବ୍ଧ ହୋଇଛି।

ଦୀର୍ଘ ୧୦୦ ବର୍ଷ ପରେ ବିହାର ବିଧାନସଭାରୁ ଏସବୁ ପୁରୁଣା ନଥି ଅଣାଯାଇପାରିଛି। ଏପରି ଗୁରୁତ୍ୱପୂର୍ଣ୍ଣ ସଂଗ୍ରହଣରୁ ଅନେକ ଅନାଲୋଚିତ ପ୍ରସଙ୍ଗ ମିଳିବ ଓ ସେସବୁ ଗବେଷକ ତଥା ଭବିଷ୍ୟତ ପିଢ଼ିକୁ ନୂତନ ଦିଗ୍‌ଦର୍ଶନ ଦେବ ବୋଲି ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ପ୍ରକାଶ କରିଛନ୍ତି।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ଓଡ଼ିଶା ବିଧାନସଭାରେ କେବଳ ୧୯୩୭ ମସିହାଠାରୁ ବିଧାୟକମାନଙ୍କ ବିବରଣୀ ରହିଛି। ତତ୍‌କାଳୀନ ବିହାର ଓଡ଼ିଶା ବ୍ୟବସ୍ଥାପକ ସଭାରେ ଓଡ଼ିଶାର ନେତୃବୃନ୍ଦଙ୍କ ବକ୍ତବ୍ୟର ବିବରଣୀ ଓଡ଼ିଶାରେ ଉପଲବ୍ଧ ନଥିଲା। ବରିଷ୍ଠ ସାମ୍ବାଦିକ ତଥା ସାହିତି୍ୟକ ଶ୍ରୀରାମ ଦାଶ ୧୯୭୯ ମସିହାରେ ବିଧାନସଭା ଗ୍ରନ୍ଥାଗାରକୁ ଆସି ଏହି ତଥ୍ୟ ଖୋଜି ନପାଇବା ପରେ ନଥିପତ୍ର ସଂଗ୍ରହ କରିବାକୁ ବିଧାନସଭା କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେହିଦିନଠାରୁ ଏହି ନଥି ସଂଗ୍ରହଣ ଉଦ୍ୟମ ଜାରି ରହିଥିଲା।

୨୦୦୧ ମସିହାରେ ସାମ୍ବାଦିକ ଶ୍ରୀ ଦାଶ ତତ୍‌କାଳୀନ ବିଧାନସଭା ବାଚସ୍ପତି ଶରତ କୁମାର କରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ତତ୍‌କାଳୀନ ସଚିବ ଜଗଦୀଶ୍‌ ପ୍ରସାଦ ଦାଶ ଜନୈକ କର୍ମଚାରୀ ରବି ନାରାୟଣ ମିଶ୍ରଙ୍କୁ ଏଥି ପାଇଁ ପାଟନା ପଠାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନଥିଲା। ଲୋକସଭାର ତତ୍‌କାଳୀନ ବାଚସ୍ପତି ସ୍ୱର୍ଗତ ରବି ରାୟଙ୍କ ସହିତ ସାମ୍ବାଦିକ ଶ୍ରୀ ଦାଶ ଯୋଗାଯୋଗ କରିଥିଲେ ମଧ୍ୟ ବିହାରରୁ କୌଣସି କାଗଜପତ୍ର ଆସିପାରିନଥିଲା।

୨୦୨୧ରେ ପୁନଶ୍ଚ ଓଡ଼ିଶା ବିଧାନସଭାର ତତ୍‌କାଳୀନ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦୃଷ୍ଟି ଆକର୍ଷଣ କରାଯିବା ପରେ ସେ ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ ଓ ଯୁଗ୍ମ ନିର୍ଦ୍ଦେଶକ ଶିବ ପ୍ରସାଦ ପଟ୍ଟନାୟକଙ୍କୁ ଏହି ଦାୟିତ୍ୱ ଦେଇଥିଲେ। ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ପଟ୍ଟନାୟକ ଏ ସଂପର୍କରେ ବିହାର ବିଧାନସଭା ସହ ଯୋଗାଯୋଗ କରିଥିଲେ ଏବଂ ସଚିବ ଶ୍ରୀ ଶତପଥୀ ନଥିପତ୍ର ସଂପର୍କରେ ବିହାର ବିଧାନସଭା ସଚିବଙ୍କୁ ଚିଠି ଲେଖିଥିଲେ।

ଗବେଷଣା ଅଧିକାରୀ ଶ୍ରୀ ଜୟକୃଷ୍ଣ ପ୍ରଧାନ ଓ ସ୍ୱତନ୍ତ୍ର କାର୍ଯ୍ୟକାରୀ ଅଧିକାରୀ (ଗବେଷଣା) ଶ୍ରୀ ଅମୂଲ୍ୟ କୁମାର ସ୍ୱାଇଁଙ୍କୁ ଏଥି ନିମନ୍ତେ ବିହାରର ରାଜଧାନୀ ପାଟନା ପଠାଯାଇଥିଲା। ଶ୍ରୀ ପ୍ରଧାନ ଓ ଶ୍ରୀ ସ୍ୱାଇଁ ପାଟନାରେ ରହି ବିହାର ବିଧାନ ପରିଷଦରେ ଉପଲବ୍ଧ ବିବରଣୀ ସହ ବିଭିନ୍ନ ତଥ୍ୟ ସଂଗ୍ରହ କରି ଓଡ଼ିଶା ଫେରିଲେ। ଏହା ଫଳରେ ଓଡ଼ିଶା ବିଧାନସଭାକୁ ୧୦୦ ବର୍ଷ ତଳର ପୁରୁଣା ନଥି ପହଞ୍ଚିପାରିଛି।

ପ୍ରକାଶଯୋଗ୍ୟ ଯେ ତତ୍‌କାଳୀନ ମାଡ୍ରାସ ପ୍ରେସିଡେନ୍‌ସୀରେ ସ୍ୱର୍ଗତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ସମେତ ଅନ୍ୟ ନେତୃବୃନ୍ଦଙ୍କ ଦ୍ୱାରା ଉପସ୍ଥାପିତ ଓଡ଼ିଶା ସଂପର୍କିତ ତଥ୍ୟ ସଂଗ୍ରହଣ ପାଇଁ ତାମିଲନାଡୁ ବିଧାନସଭା ସହ ମଧ୍ୟ ଓଡ଼ିଶା ବିଧାନସଭା ପକ୍ଷରୁ ଯୋଗାଯୋଗ କରାଯାଇଛି। ତେଣୁ ବିଭିନ୍ନ ତଥ୍ୟ ଓଡ଼ିଶା ବିଧାନସଭାକୁ ତାମିଲନାଡୁରୁ ଆସିବା ସମ୍ଭାବନା ଉଜ୍ଜ୍ୱଳ ହୋଇଛି।

ବରିଷ୍ଠ ସାମ୍ବାଦିକ ଶ୍ରୀ ଦାଶଙ୍କ ନିରବଚ୍ଛିନ୍ନ ପ୍ରୟାସ ସାଙ୍ଗକୁ ବିଧାନସଭା ସଚିବ ଶ୍ରୀ ଶତପଥୀ ଓ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ପଟ୍ଟନାୟକଙ୍କ ନିଷ୍ଠାପର ଉଦ୍ୟମ ବଳରେ ଏହି ଐତିହାସିକ ନଥିପତ୍ର ହାସଲ କରାଯାଇପାରିଥିବାରୁ ବାଚସ୍ପତି ଶ୍ରୀ ଆରୁଖ ଆନନ୍ଦ ପ୍ରକାଶ କରିଛନ୍ତି ଓ ସଂପୃକ୍ତ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।

( ଏଥିରେ ଥିବା ଫଟୋଟି ଏକ ପ୍ରତିକାତ୍ମକ ଫଟୋ, ଏହି ଲେଖାରେ ଥିବା ତଥ୍ୟ ଅନୁସାରେ ଏହି ଫଟୋଟିର କୌଣସି ସାମଞ୍ଜସ୍ୟ ନାହିଁ)

ଉତ୍କଳଗୌରବ ମଧୁସୂଦନ ଦାସ ବିହାର ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026
Latest News

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.