Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଘୋଷଣା: ଅଗ୍ନିଶମ ବାହିନୀରେ ଗଢାହେବ ଷ୍ଟ୍ରାଇକିଂ ଫାୟାର ଫୋର୍ସ 
ଜାତୀୟ ଖବର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଘୋଷଣା: ଅଗ୍ନିଶମ ବାହିନୀରେ ଗଢାହେବ ଷ୍ଟ୍ରାଇକିଂ ଫାୟାର ଫୋର୍ସ 

August 29, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବର୍ତ୍ତମାନ ସମୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି । ବିଭିନ୍ନ ବିପର୍ଯ୍ୟ ବିଶେଷକରି ଅଗ୍ନି ଦୁର୍ଘଟଣା ସମୟରେ ଲୋକଙ୍କ ଉଦ୍ଧାର କାର୍ଯ୍ୟ ଯେପରି ତ୍ବରାନ୍ବିତ ଭାବରେ କରାଯାଇପାରିବ, ତାକୁ ଦୃଷ୍ଟିରେ ରଖି ୧୪୪ ସଦସ୍ୟ ବିଶିଷ୍ଟ ଏକ ଷ୍ଟ୍ରାଇକିଂ ଫାୟାର ଫୋର୍ସ ଗଠନ କରାଯିବ।

ଏ ସଂପର୍କରେ ଆଜି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନା କରାଯାଇ ପ୍ରସ୍ତାବ ଉପରେ ବିସ୍ତୃତ ଆଲୋଚନା କରାଯିବା ପରେ ପ୍ରସ୍ତବଟି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି।

ନିଷ୍ପତ୍ତି ଅନୁଯାୟୀ ରାଜ୍ୟର କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ଥିବା ୩ଟି ଜୋନ୍‌ରେ ଏହି ଷ୍ଟ୍ରାଇକିଂ ଫାୟାର ଫୋର୍ସର ୩ଟି ରେଂଜ ହେଡକ୍ବାଟର ରହିବ। ପ୍ରତ୍ୟେକ ରେଂଜ ହେଡକ୍ବାଟର ପାଇଁ ୪୮ଟି ପଦବୀ ସୃଷ୍ଟି କରାଯାଇ ସମୁଦାୟ ୧୪୪ଟି ପଦବୀ ସୃଷ୍ଟି ହେବ। ଏଥିରେ ଆସିଷ୍ଟାଣ୍ଟ ଫାୟାର ଅଫିସର, ଷ୍ଟେସନ ଅଫିସର, ଆସିଷ୍ଟାଣ୍ଟ ଷ୍ଟେସନ ଅଫିସର, ହାବିଲଦାର ମେଜର, ଡ୍ରାଇଭର ହାବିଲଦାର, ହାବିଲଦାର ମେକାନିକ୍, ଲିଡିଂ ଫାୟାରମ୍ୟାନ, ଫାୟାରମ୍ୟାନ ଡ୍ରାଇଭର ଓ ଫାୟାରମ୍ୟାନ ଆଦି ପଦବୀ ରହିବ ।

ସମସ୍ତ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟ କିମ୍ବା ମନୁଷ୍ୟକୃତ ବିପର‌୍ୟ୍ୟୟ ବା ଦୁର୍ଘଟଣା ସମୟରେ ଓଡିଶା ଅଗ୍ନିଶମ ସେବା ଫାଷ୍ଟ ରେସପଣ୍ଡର ଭାବରେ କାର୍ଯ୍ୟ କରି ଜନସାଧାରଣଙ୍କୁ ଠିକ୍ ସମୟରେ ସେବା ଯୋଗାଇ ଦେଉଛି । ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ମଧ୍ୟ ଏହାର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ଏପରିକି ରାଜ୍ୟ ବାହାରେ ମଧ୍ୟ ବିଭିନ୍ନ ବିପର‌୍ୟ୍ୟୟ ସମୟରେ ଅଗ୍ନଶମ ବାହିନୀ ପକ୍ଷରୁ ଉଲ୍ଲେଖନୀୟ ସେବା ଯୋଗାଇ ଦିଆଯାଉଛି । ତେଣୁ ଅଗ୍ନିଶମ ବାହିନୀକୁ ତୁରନ୍ତ କୌଣସି ବିପର‌୍ୟ୍ୟୟ ପ୍ରଶମନ କାର୍ଯ୍ୟରେ ନିୟୋଜିତ କରିବା ପାଇଁ ଆବଶ୍ୟକ ଆଧୁନିକ ଦକ୍ଷତା ଥିବା ଏକ ସ୍ବତନ୍ତ୍ର ଫୋର୍ସର ଆବଶ୍ୟକତା ରହିଛି ବୋଲି ଉପସ୍ଥାପନାରେ କୁହାଯାଇଥିଲା ।

ଏହି ବାହିନୀକୁ ସମସ୍ତ ପ୍ରକାର ଆଧୁନିକ ଯନ୍ତ୍ର ଓ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେଇ ଏକ ଦକ୍ଷ କୌଶଳ ସଂପନ୍ନ ଷ୍ଟ୍ରାଇକିଂ ଫାୟାର ଫୋର୍ସ ଭାବରେ ବିକଶିତ କରାଯିବ ବୋଲି ବୈଠକ ରେ ନିଷ୍ପତ୍ତି ହୋଇଛି। ଏହି ବୈଠକକୁ ମୁଖ୍ୟମନ୍ତ୍ରୀ ଙ୍କ ସଚିବ ୫ଟି ଶ୍ରୀ ଭି କେ ପାଣ୍ଡିଆନ ସଂଚଳନା କରିଥିଲେ।

ଅଗ୍ନିଶମ ବିଭାଗର ଡିଜି ଶ୍ରୀ ସନ୍ତୋଷ ଉପାଧ୍ୟୟ ପ୍ରସ୍ତାବ ସମ୍ପର୍କ ରେ ଉପସ୍ଥାପନା କରିଥିଲେ। ଆଲୋଚନା ରେ ମୁଖ୍ୟ ଶାସନ ସଚିବ ,ଶ୍ରୀ ସୁରେଶ ମହାପାତ୍ର ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀ ସଂଜୀବ ଚୋପ୍ରା ଓ ଅତିରିକ୍ତ ଡିଜି ଶ୍ରୀମତୀ ସୌମ୍ୟା ମିଶ୍ର ପ୍ରମୁଖ ଭାଗ ନେଇଥିଲେ।

ଅଗ୍ନିଶମ ବାହିନୀ
Share. Facebook Twitter LinkedIn Email WhatsApp Copy Link

Related Posts

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Latest News

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.