Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦ୍ବାଦଶ, ଦଶମ ତଥା ଜେଇ ମେନ ପରୀକ୍ଷାର କୃତୀ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସମ୍ବର୍ଦ୍ଧିତ
ବିଶେଷ ଖବର

ଦ୍ବାଦଶ, ଦଶମ ତଥା ଜେଇ ମେନ ପରୀକ୍ଷାର କୃତୀ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସମ୍ବର୍ଦ୍ଧିତ

August 30, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡିଶା ଆଦର୍ଶ ବିଦ୍ୟାଳୟର ଦ୍ବାଦଶ, ଦଶମ ତଥା ଜେଇଇ ମେନ ପରୀକ୍ଷାର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟରଠାରେ ଅନୁଷ୍ଟିତ ସ୍ବତନ୍ତ୍ର ଉତ୍ସବରେ ସମ୍ବର୍ଦ୍ଧିତ କରିଥିଲେ।

ଓଡିଶାର ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ରାଜ୍ୟର ପ୍ରତି ବ୍ଲକ୍‌ରେ ତଥା ଭୁବନେଶ୍ବରରେ ଗୋଟିଏ Iconic ଆଦର୍ଶ ସ୍କୁଲ ରହିଛି। CBSE ଢାଞ୍ଚାରେ ଏହି ସ୍କୁଲ ମାନଙ୍କରେ ହଷ୍ଟେଲ ସୁବିଧା ସହିତ ପାଠ ପାଢାଯାଉଛି।

ଆଜି ସମ୍ବର୍ଦ୍ଧିତ ହୋଇଥିବା କୃତୀ ଛାତ୍ରଛାତ୍ରୀ ମାନେ ହେଲେ ମୟୁରଭଂଜ ଜିଲ୍ଲାର ଝରଗାଁ ଆଦର୍ଶ ବିଦ୍ୟାଳୟର ଆଦର୍ଶ ସାହୁ, କୋରାପୁଟ ଜିଲ୍ଲାର କୋଟପାଡ ଆଦର୍ଶ ବିଦ୍ୟାଳୟର ଓମ୍‌ ଆର୍‌ୟାନ ବିଶ୍ବାଳ, ଗଞ୍ଜାମ ଜିଲ୍ଲାର ପିତାପଲ୍ଲୀ ଆଦର୍ଶ ବିଦ୍ୟାଳୟର ଉତ୍କଳ ପଟ୍ଟନାୟକ, କଳାହାଣ୍ଡି ଜିଲ୍ଲାର ମଶାଣିମୁଣ୍ଡା ଆଦର୍ଶ ବିଦ୍ୟାଳୟର ଦିବେନ୍ଦୁ ସାହାନାଇ, କେନ୍ଦୁଜର ଜିଲ୍ଲାର ସାଳପଡା ଆଦର୍ଶ ବିଦ୍ୟାଳୟର ହେମନ୍ତ ବେହେରା, ଗଞ୍ଜାମ ଜିଲ୍ଲାର ସୋରଡା ଆଦର୍ଶ ବିଦ୍ୟାଳୟର ଶୁଭମ ପ୍ରସାହ ଗୌଡ, ଗଞ୍ଜାମ ଜିଲ୍ଲାର ଶାସନମା ଗାଁ ଆଦର୍ଶ ବିଦ୍ୟାଳୟର ସୁମନ କୁମାରୀ ମହାରଣା, ମୟୁରଭଂଜ ଜିଲ୍ଲାର ଝରଗାଁ ଆଦର୍ଶ ବିଦ୍ୟାଳୟର ସରିତା ମାର୍ଡି, ମୟୁରଭଂଜ ଜିଲ୍ଲାର ରାଣିଭୋଳ ଆଦର୍ଶ ବିଦ୍ୟାଳୟର ମାନସ ମହୋଦଧି ପୁର୍ତ୍ତି, କୋରାପୁଟ ଜିଲ୍ଲାର ମାଛରା ଆଦର୍ଶ ବିଦ୍ୟାଳୟର ସ୍ବସ୍ତିକ ଆଦିତ୍ୟ ରଞ୍ଜନ। ଏମାନେ ସମସ୍ତେ ଜେଇଇ ମେନ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି।

ସେହିପରି CBSE Class-12 ପରୀକ୍ଷାରେ ଉଲ୍ଲେଖନୀୟ କୃତୀତ୍ବ ହାସଲ କରିଥିବା ସମ୍ବର୍ଦ୍ଧିତ ଛାତ୍ରଛାତ୍ରୀମାନେ ହେଲେ – କେନ୍ଦୁଝର ଜିଲ୍ଲାର ସାଳପଡା ଆଦର୍ଶ ବିଦ୍ୟାଳୟର ଇଶାନୀ ବିଶୋଇ, ଗଞ୍ଜାମ ଜିଲ୍ଲାର ସିଦ୍ଧେଶ୍ବର ଆଦର୍ଶ ବିଦ୍ୟାଳୟର ଏସ୍‌ ଅନୁଭବ ଦୋରା, ଗଞ୍ଜାମ ଜିଲ୍ଲାର କରାପଲ୍ଲୀ ଆଦର୍ଶ ବିଦ୍ୟାଳୟର ଏମ୍‌ ମୋହିତ ରେଡ୍ଡୀ, କୋରାପୁଟ ଜିଲ୍ଲାର କୋଟପାଡ ଆଦର୍ଶ ବିଦ୍ୟାଳୟର ଓମ୍‌ ଆର୍‌ୟାନ ବିଶ୍ବାଳ, ଗଞ୍ଜାମ ଜିଲ୍ଲାର ସିଦ୍ଧେଶ୍ବର ଆଦର୍ଶ ବିଦ୍ୟାଳୟର ସିପଦ ଯଜ୍ଞ ପ୍ରସାଦ ଆଚାରୀ।

ସେହିପରି CBSE ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ପିଲାମାନେ ହେଲେ – କଳାହାଣ୍ଡି ଜିଲ୍ଲାର ମୁଷିଗୁଡା ଆଦର୍ଶ ବିଦ୍ୟାଳୟର ସୁଧନ୍ୟା ପତି, ମୟୁରଭଂଜ ଜିଲ୍ଲାର ଗରୁଡବସା ଆଦର୍ଶ ବିଦ୍ୟାଳୟର ବୈବଶ୍ବେତା ଆଚାର୍ଯ୍ୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦର୍ଶ ବିଦ୍ୟାଳୟରେ ସେମାନଙ୍କ ଅନୁଭୂତି ସଂପର୍କରେ ପିଲାମାନଙ୍କୁ ପଚାରି ବୁଝିଥିଲେ ଏବଂ ସେମାନଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ।

ପିଲାମାନଙ୍କ ସହ ମତ ବିନିୟମ କରି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଦର୍ଶ ବିଦ୍ୟାଳୟରେ କିପରି ଆହୁରି ପ୍ରଭାବଶାଳୀ ଶିକ୍ଷାଦାନ କରାଯାଇପାରିବ ସେ ସଂପର୍କରେ ଛାତ୍ରଛାତ୍ରୀ ମାନଙ୍କ ମତାମତ ଲୋଡିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଆଦର୍ଶ ବିଦ୍ୟାଳୟ ସଂଗଠନର ଅଧ୍ୟକ୍ଷ ଉପେନ୍ଦ୍ର ତ୍ରିପାଠୀ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। ବିଭାଗୀୟ ସଚିବ ଅଶ୍ବଥି ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା, ବରିଷ୍ଠ ଅଧିକାରୀ ଏବଂ ସମ୍ବର୍ଦ୍ଧିତ ଛାତ୍ରଛାତ୍ରୀଙ୍କ ଅଭିଭାବକ ମାନେ ଉପସ୍ଥିତ ଥିଲେ।

ଓଡିଶା ଆଦର୍ଶ ବିଦ୍ୟାଳୟ କୃତୀ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ବିପର୍ଯ୍ୟୟ ପରିଚାଳନାରେ ମୌଳିକ ପରିବର୍ତ୍ତନ: ଅମିତ ଶାହ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

ପାରାଦୀପ ବନ୍ଦରରେ ମାଲବାହୀ ଜାହାଜ ‘ଏମ୍‌ଟି ୟୁନିଟି’ ଆରେଷ୍ଟ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

September 10, 2026
Latest News

ଜର୍ମାନୀ ଚାନ୍ସେଲରଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 11, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ବିପର୍ଯ୍ୟୟ ପରିଚାଳନାରେ ମୌଳିକ ପରିବର୍ତ୍ତନ: ଅମିତ ଶାହ

September 11, 2026

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.