Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରଥମ ସ୍ୱଦେଶୀ ଏୟାରକ୍ରାଫ୍ଟ କ୍ୟାରିଅର ଆଇଏନଏସ ବିକ୍ରାନ୍ତକୁ ସେନାରେ ସାମିଲ କରିବେ ପ୍ରଧାନମନ୍ତ୍ରୀ
ବିଶେଷ ଖବର

ପ୍ରଥମ ସ୍ୱଦେଶୀ ଏୟାରକ୍ରାଫ୍ଟ କ୍ୟାରିଅର ଆଇଏନଏସ ବିକ୍ରାନ୍ତକୁ ସେନାରେ ସାମିଲ କରିବେ ପ୍ରଧାନମନ୍ତ୍ରୀ

August 30, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୧-୨ରେ କେରଳ ଓ କର୍ଣ୍ଣାଟକ ଗସ୍ତ କରିବେ। ଅପରାହ୍ନ ଛଅଟା ବେଳେ ପ୍ରଧାନମନ୍ତ୍ରୀ କୋଚିନ ବିମାନ ବନ୍ଦର ନିକଟବର୍ତ୍ତୀ ଶ୍ରୀ ଆଦି ଶଙ୍କରାଚାର୍ଯ୍ୟଙ୍କ ଜନ୍ମଭୂମୀ କାଲାଡୀ ଗ୍ରାମ ପରିଦର୍ଶନ କରିବେ। ପ୍ରଧାନମନ୍ତ୍ରୀ କୋଚିନ ବନ୍ଦରରେ ସେପ୍ଟେମ୍ବର ୨ ତାରିଖ ପୂର୍ବାହ୍ନ ୯ଟାରେ ଭାରତର ପ୍ରଥମ ସ୍ୱଦେଶୀ ଏୟାରକ୍ରାଫ୍ଟ କ୍ୟାରିଅର ଜାହାଜ ଆଇଏନଏସ ବିକ୍ରାନ୍ତକୁ ସେନାରେ ସାମିଲ କରିବେ। ସେହିଦିନ ଅପରାହ୍ନ ସାଢ଼େ ଗୋଟାଏ ବେଳେ ପ୍ରଧାନମନ୍ତ୍ରୀ ୩୮୦୦ କୋଟି ଟଙ୍କା ବ୍ୟୟରେ ମାଙ୍ଗାଲୁରୁଠାରେ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ।

କୋଚିରେ ପ୍ରଧାନମନ୍ତ୍ରୀ

ବିଶେଷ କରି ରଣନୀତିକ କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ଆତ୍ମନିର୍ଭରତାର ଜଣେ ବିଶିଷ୍ଟ ପ୍ରସ୍ତାବକ ରହି ଆସିଛନ୍ତି। ଆତ୍ମନିର୍ଭରଶୀଳତାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ଦେଶର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିଅର ଆଇଏନଏସ ବିକ୍ରାନ୍ତକୁ ସେନାରେ ସାମିଲ କରିବେ। ଭାରତୀୟ ନୌସେନାର ନିଜସ୍ୱ ଯୁଦ୍ଧପୋତ ବ୍ୟୁରୋ ଦ୍ୱାରା ଏହାର ପରିପାଟୀ ପ୍ରସ୍ତୁତ ହୋଇଥିବାବେଳେ, ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ଅଧୀନ କୋଚିନ ସିପୟାର୍ଡ ଲିମିଟେଡ ଦ୍ୱାରା ଏହାର ନିର୍ମାଣ କରାଯାଇଛି। ଭାରତର ସାମୁଦ୍ରିକ ଇତିହାସରେ ସମ୍ପୂର୍ଣ୍ଣ ସ୍ୱୟଂକ୍ରିୟ ବ୍ୟବସ୍ଥାଯୁକ୍ତ ସବୁଠାରୁ ବୃହତ ଯୁଦ୍ଧ ପୋତ ଆଇଏନଏସ ବିକ୍ରାନ୍ତ ନିର୍ମିତ ହୋଇଛି।

୧୯୭୧ ଯୁଦ୍ଧରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଦେଶର ପ୍ରଥମ ଏୟାର କ୍ରାଫ୍ଟ କ୍ୟାରିଅର ନାମରେ ଏହାକୁ ନାମିତ କରାଯାଇଛି। ଏଥିରେ ଦେଶର ପ୍ରମୁଖ ଶିଳ୍ପାନୁଷ୍ଠାନ ଓ ଶହେରୁ ଅଧିକ ଏମଏସଏମଇ ପକ୍ଷରୁ ଯୋଗାଇ ଦିଆଯାଇଥିବା ଯନ୍ତ୍ରାଂଶ ସାହାଯ୍ୟରେ ଏହାର ନିର୍ମାଣ କରାଯାଇଛି। ବିକ୍ରାନ୍ତ ସେନାରେ କମିଶନଭୁକ୍ତ ହେବା ଦ୍ୱାରା ଭାରତର ଦୁଇଟି ଏୟାର କ୍ରାଫ୍ଟ କ୍ୟାରିଅର ସକ୍ରିୟ ହୋଇ ଦେଶର ସାମୁଦ୍ରିକ ନିରାପତ୍ତାକୁ ଅଧିକ ମଜଭୁତ କରିବ।

ଏହି ସମୟରେ ପ୍ରଧାନମନ୍ତ୍ରୀ ଉପନିବେଶୀୟ ଅତୀତରୁ ଦୂରେଇ ଭାରତୀୟ ସମୃଦ୍ଧ ସାମୁଦ୍ରିକ ଐତିହ୍ୟର ନୂତନ ନୌସେନା ନିଶାଣର ମଧ୍ୟ ଉନ୍ମୋଚନ କରିବେ।

ମାଙ୍ଗାଲୁରୁରେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ମାଙ୍ଗାଲୁରୁଠାରେ ୩୮୦୦ କୋଟି ଟଙ୍କା ବ୍ୟୟରେ ଶିଳ୍ପାୟନ ଓ ଯାନ୍ତ୍ରିକକରଣ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ମଧ୍ୟ କରିବେ। ପ୍ରଧାନମନ୍ତ୍ରୀ ୨୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୧୪ ନମ୍ବର ବର୍ଥର ଯାନ୍ତ୍ରିକକରଣ ବ୍ୟବସ୍ଥାର ଉଦଘାଟନ କରିବେ। ଏହାର ପଣ୍ୟ ପରିବହନ କ୍ଷମତା ନୂତନ ମାଙ୍ଗାଲୁରୁ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ୱାରା ସମ୍ପନ୍ନ ହେଉଛି। ଯାନ୍ତ୍ରିକକରଣ ଟର୍ମିନାଲ ଦ୍ୱାରା ବିଳମ୍ବ ହେଉଥିବା କାର୍ଯ୍ୟ ଶୀଘ୍ର କରାଯାଇ ପାରିବା ସହ ସାମର୍ଥ୍ୟ ଶତକଡା ୩୫ ଭାଗ ବୃଦ୍ଧି ପାଇବ। ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ ସମ୍ପୂର୍ଣ୍ଣ ହୋଇଥିବାବେଳେ ଏହାର ପଣ୍ୟ କାରବାର କ୍ଷମତା ୪.୨ ଏମଟିପିଏ ବୃଦ୍ଧିପାଇଛି ଓ ୨୦୨୫ ବେଳକୁ ଏହାର ୬ ଏମଟିପିଏ ପର୍ଯ୍ୟନ୍ତ ବୃଦ୍ଧି ପାଇବ।

ପ୍ରଧାନମନ୍ତ୍ରୀ ମଧ୍ୟ ବନ୍ଦର ଦ୍ୱାରା ଅଧିଗୃହୀତ ପ୍ରାୟ ଏକ ହଜାର କୋଟି ଟଙ୍କାର ପାଞ୍ଚଟି ପ୍ରକଳ୍ପର ଶିଳାନ୍ୟାସ କରିବେ। ସମନ୍ୱିତ ଏଲପିଜି ଓ ବ୍ଲକ ଲିକ୍ୟୁଡି ପିଓଏଲ ସୁବିଧା ଯୋଗୁ ବଡ ବଡ ଗ୍ୟାସ ପରିବହନକାରୀ (୪୫ ହଜାର ଟନ ପର୍ଯ୍ୟନ୍ତ) ଖୁବ ଦକ୍ଷତାର ସହ କରିପାରିବ। ଏହା ସେ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନାକୁ ଗତି ଦେବା ସହ ଦେଶର ସର୍ବୋଚ୍ଚ ଏଲପିଜି ରପ୍ତାନୀକାରୀ ବନ୍ଦର ମାନ୍ୟତା ମଧ୍ୟ ପାଇବ। ପ୍ରଧାନମନ୍ତ୍ରୀ ଭଣ୍ଡାରଣ ଟ୍ୟାଙ୍କ ଓ ଖାଇବା ତେଲ ବିଶୋଧନାଗାର ନିର୍ମାଣର ଶିଳାନ୍ୟାସ କରିବେ। ଏହାଛଡା ବିଟୁମେନ ଭଣ୍ଡାରଣ ବ୍ୟବସ୍ଥାର ମଧ୍ୟ ଶିଳାନ୍ୟାସ କରିବେ। ଏହା ବିଟୁମେନ ଓ ଖାଇବା ତେଲ ପୋତର ରହଣି ଓ ସାମଗ୍ରିକ ମାଲ ପରିବହନ ଖର୍ଚ୍ଚ ଓ ସମୟ ହ୍ରାସ କରିବ। ପ୍ରଧାନମନ୍ତ୍ରୀ କୁଲାଇଠାରେ ମଧ୍ୟ ମାଛଧରା ବନ୍ଦର ଶିଳାନ୍ୟାସ କରିବେ। ସାଗରମାଳା ପ୍ରକଳ୍ପ ଅଧୀନରେ କରାଯାଉଥିବା ଏହି କାର୍ଯ୍ୟ ଯୋଗୁଁ ମତ୍ସ୍ୟଜୀବୀମାନଙ୍କ ସାମାଜିକ ଓ ଆର୍ଥିକ ସୁବିଧା ମିଳିପାରିବ।

ପ୍ରଧାନମନ୍ତ୍ରୀ ମଧ୍ୟ ମାଙ୍ଗାଲୁରୁ ତୈଳ ବିଶୋଧନାଗାର ଓ ପେଟ୍ରୋ ରସାୟନ ଲିମିଟେଡର ଦୁଇଟି ପ୍ରକଳ୍ପର ଉଦଘାଟନ କରିବେ। ତାହା ହେଲା ବିଏସ-VI ଉନ୍ନୀତକରଣ ପ୍ରକଳ୍ପ ଓ ସମୁଦ୍ରଜଳ ଲବଣମୁକ୍ତ ପ୍ରକଳ୍ପ। ବିଏସ- VI ଉନ୍ନୀତକରଣ କାରଖାନା ୧୮୩୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ବେଳେ ଏହା ପରିବେଶ ଅନୁକୂଳ ଇନ୍ଧନ ଯୋଗାଇବ। ୬୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ସମୁଦ୍ର ଜଳ ଲବଣମୁକ୍ତ କାରଖାନା ମଧୁର ଜଳ ଉପରେ ନିର୍ଭରଶୀଳତା ହ୍ରାସ କରିବା ସହ ବର୍ଷ ସାରା ହାଇଡ୍ରୋକାର୍ବନ ଓ ପେଟ୍ରୋ ରସାୟନ ଯୋଗାଣ ଅବ୍ୟାହତ ରଖିବ।

ଆଇଏନଏସ ବିକ୍ରାନ୍ତ କର୍ଣ୍ଣାଟକ କେରଳ କୋଚିନ ବିମାନ ବନ୍ଦର ସ୍ୱଦେଶୀ ଏୟାରକ୍ରାଫ୍ଟ କ୍ୟାରିଅର
Share. Facebook Twitter LinkedIn Email WhatsApp Copy Link

Related Posts

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026

EPF ରେ ବଡ଼ ବୃଦ୍ଧି: 6,857 ଟଙ୍କା ପରିବର୍ତ୍ତେ 11,429 ଟଙ୍କା ହେବ ପେନସନ, ଜାଣନ୍ତୁ ଗଣିତ

September 16, 2026

ସେପ୍ଟେମ୍ବର ୧୭ରେ ‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ

September 16, 2026

ସମ୍ବଲପୁରରୁ ପାଣିପାଗ ଉପରେ ନଜର ରଖିବ ‘ମେକ୍ ଇନ୍ ଇଣ୍ଡିଆ’ ଡପ୍‌ଲର ରାଡାର୍

September 16, 2026
Latest News

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା

September 16, 2026

ଆଇଟିଇଆରରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଭଲିବଲ କୋର୍ଟ ଉଦ୍‌ଘାଟିତ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.