Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏଣିକି ରାଜ୍ୟଗୁଡିକୁ ରିହାତି ଦରରେ ଡାଲି ଯୋଗାଇ ଦେବ କେନ୍ଦ୍ର, ମିଳିଲା କ୍ୟାବିନେଟ ମଂଜୁରୀ 
ଜାତୀୟ ଖବର

ଏଣିକି ରାଜ୍ୟଗୁଡିକୁ ରିହାତି ଦରରେ ଡାଲି ଯୋଗାଇ ଦେବ କେନ୍ଦ୍ର, ମିଳିଲା କ୍ୟାବିନେଟ ମଂଜୁରୀ 

August 31, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଚଳିତ ଖରିଫ ଋତୁରେ ଧାନ ଚାଷୀଙ୍କ ପାଇଁ ଡିଜିଟାଲ୍ ସଂସ୍କାର ବ୍ୟବସ୍ଥାକୁ ଗୁରୁତ୍ଵ
ଚଳିତ ଖରିଫ ଋତୁରେ ଧାନ ଚାଷୀଙ୍କ ପାଇଁ ଡିଜିଟାଲ୍ ସଂସ୍କାର ବ୍ୟବସ୍ଥାକୁ ଗୁରୁତ୍ଵ

ନୂଆଦିଲ୍ଲୀ: ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶକୁ ରିହାତି ଦରରେ ଚଣା (ଡାଲି) ଯୋଗାଇ ଦେବେ କେନ୍ଦ୍ର ସରକାର। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ଏହି ପ୍ରସ୍ତାବକୁ ମଞ୍ଜୁରି ମିଳିଛି। ମୂଲ୍ୟ ସମର୍ଥନ ଯୋଜନା (ପିଏସଏସ) ଏବଂ ମୂଲ୍ୟ ସ୍ଥିରତା ପାଣ୍ଠି (ପିଏସଏଫ) ଅଧୀନରେ କିଣାଯାଇଥିବା ଡାଲି ଷ୍ଟକରୁ କେନ୍ଦ୍ର ସରକାର ଏହି ଚଣା ରାଜ୍ୟମାନଙ୍କୁ ଯୋଗାଇ ଦେବେ।

ଏହି ଡାଲିକୁ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ସରକାରମାନେ ବିଭିନ୍ନ କଲ୍ୟାଣମୂଳକ ଯୋଜନାରେ ଉପଯୋଗ କରିବେ। ଅନ୍ୟପଟେ ବିରି, ହରଡ଼ ଓ ମସୁର ଡାଲି ପାଇଁ ପିଏସଏସ ଅଧୀନରେ ଗୁଣବତ୍ତା କ୍ରୟ ସୀମାକୁ ମଧ୍ୟ ବର୍ତ୍ତମାନର ୨୫%ରୁ ୪୦%କୁ ବଢ଼ାଇବା ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛନ୍ତି।

ଅନୁମୋଦିତ ଯୋଜନାରେ, ଉତ୍ସ ରାଜ୍ୟର ନିର୍ଗମ ମୂଲ୍ୟ ଉପରେ କିଲୋ ପ୍ରତି ୮ଟଙ୍କା ରିହାତିରେ ୧୫ ଲକ୍ଷ ମେଟ୍ରିକ୍ ଟନ୍ ଚଣା ଯୋଗାଇ ଦେବା ପାଇଁ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶମାନଙ୍କୁ ପ୍ରସ୍ତାବ ଦିଆଯାଇଛି। ପ୍ରଥମେ ଅନୁରୋଧ ଆସିଥିବା ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶଙ୍କୁ ପ୍ରଥମେ ଏହି ଯୋଜନାର ସୁବିଧା ମିଳିପାରିବ।

ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ସରକାରମାନେ ସେମାନଙ୍କର ବିଭିନ୍ନ କଲ୍ୟାଣମୂଳକ କାର‌୍ୟ୍ୟକ୍ରମ/ଯୋଜନା ଯଥା ମଧ୍ୟାହ୍ନ ଭୋଜନ, ସାଧାରଣ ବଣ୍ଟନ ବ୍ୟବସ୍ଥା, ସମନ୍ବିତ ଶିଶୁ ବିକାଶ କାର‌୍ୟ୍ୟକ୍ରମ (ଆଇସିଡିପି) ଆଦିରେ ଏହିସବୁ ଡାଲିକୁ ନିଜ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶରେ ଉପଯୋଗ କରିବେ।

୧୨ ମାସର ଏକକାଳୀନ ବିତରଣ ଅବଧି କିମ୍ବା ୧୫ ଲକ୍ଷ ମେଟ୍ରିକ ଟନ୍ ଚଣା ଷ୍ଟକ୍ ସରିବା ପର‌୍ୟ୍ୟନ୍ତ, ଯାହା ପ୍ରଥମେ ହେବ ସେହି ସୀମା ଅନୁଯାୟୀ ଏହି ସୁବିଧା ଉପଲବ୍ଧ ରହିବ। ଭାରତ ସରକାର ଏହି ଯୋଜନାକୁ କାର‌୍ୟ୍ୟକାରୀ କରିବା ଲାଗି ୧୨୦୦ କୋଟି ଟଙ୍କା ଖର୍ଚ୍ଚ କରିବେ।

କ୍ୟାବିନେଟଙ୍କ ନିଷ୍ପତ୍ତି ଫଳରେ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ସରକାରମାନେ ପିଡିଏସ, ମଧ୍ୟାହ୍ନ ଭୋଜନ ଯୋଜନା ଆଦି ବିଭିନ୍ନ କଲ୍ୟାଣମୂଳକ କାର‌୍ୟ୍ୟକ୍ରମରେ ଏହି ଚଣାକୁ ଉପଯୋଗ କରିବା ଲାଗି ସକ୍ଷମ ହେବେ। ମହଜୁଦ ଡାଲି ଉପଯୋଗ ହେବା ପରେ ପଣ୍ୟାଗାରଗୁଡ଼ିକରେ ସ୍ଥାନ ଖାଲି ହୋଇପାରିବ ଯାହାକି ଆସନ୍ତା ରବି ଋତୁ ସମୟରେ ମୂଲ୍ୟ ସମର୍ଥନ ଯୋଜନାରେ କିଣାଯାଇଥିବା ଡାଲି ଜାତୀୟ ଫସଲ ମହଜୁଦ କରି ରଖିବାରେ ସହାୟକ ହେବ।

ଏହାଦ୍ବାରା ଚାଷୀମାନେ ସେମାନଙ୍କ ଡାଲିର ଉଚିତ୍ ମୂଲ୍ୟ ପାଇପାରିବେ ଏବଂ ଅଧିକ ଡାଲିଜାତୀୟ ଫସଲ ଚାଷରେ ନିବେଶ କରିବା ପାଇଁ ସେମାନେ ଅନୁପ୍ରାଣିତ ହେବେ। ଭବିଷ୍ୟତରେ ମଧ୍ୟ ସେମାନେ ନିଜ ଉତ୍ପାଦର ଉଚିତ୍ ମୂଲ୍ୟ ପାଇପାରିବେ। ଅଧିକନ୍ତୁ, ଏହା ଆମ ଦେଶକୁ ଏପରି ଡାଲି ଉତ୍ପାଦନ କ୍ଷେତ୍ରରେ ଆତ୍ମ ନିର୍ଭର ହେବା ଦିଗରେ ସହାୟକ ହେବ।

ନିକଟ ଅତୀତରେ, ବିଶେଷ କରି ଗତ ତିନି ବର୍ଷ ମଧ୍ୟରେ ଚଣା (ଡାଲି) ଉତ୍ପାଦନ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ୨୦୧୯-୨୦, ୨୦୨୦-୨୧ ଏବଂ ୨୦୨୧-୨୨ ରବି ଋତୁରେ ମୂଲ୍ୟ ସମର୍ଥନ ଯୋଜନା ଅଧୀନରେ ଭାରତ ସରକାର ରେକର୍ଡ ପରିମାଣର ଚଣା କିଣି ପାରିଛନ୍ତି।

ଏହି କାରଣରୁ ପିଏସଏସ ଏବଂ ପିଏସଏଫ ଅଧୀନରେ ସରକାରଙ୍କ ପାଖରେ ୩୦.୫୫ ଲକ୍ଷ ମେଟ୍ରିକ ଟନ୍ ଚଣା ମହଜୁଦ ଅଛି। ପରବର୍ତ୍ତୀ ରବି ଋତୁରେ ଚଣା ଉତ୍ପାଦନ ମଧ୍ୟ ଭଲ ରହିବ ବୋଲି ଆଶା କରାଯାଉଛି। ଏହାଛଡ଼ା ୨୦୨୨-୨୩ ଋତୁ ପାଇଁ ଚଣାର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପାଇଥିବା କାରଣରୁ ମୂଲ୍ୟ ସମର୍ଥନ ଯୋଜନାରେ ଅଧିକ ଡାଲି କିଣାଯିବ।

କେନ୍ଦ୍ର କ୍ୟାବିନେଟ କେନ୍ଦ୍ର କ୍ୟାବିନେଟ ବୈଠକ କେନ୍ଦ୍ର କ୍ୟାବିନେଟ ମଞ୍ଜୁରି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.