Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନୂଆଖାଇ ପର୍ବ ଓଡିଶାରେ କାହିଁକି ପାଳନ ହୁଏ, ଜାଣନ୍ତୁ ଏହାର କାରଣ ସହ ପୂଜା ପଦ୍ଧତି
ଜାତୀୟ ଖବର

ନୂଆଖାଇ ପର୍ବ ଓଡିଶାରେ କାହିଁକି ପାଳନ ହୁଏ, ଜାଣନ୍ତୁ ଏହାର କାରଣ ସହ ପୂଜା ପଦ୍ଧତି

August 31, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନୂଆଖାଇ ପର୍ବ ଓଡିଶାରେ କାହିଁକି ପାଳନ ହୁଏ, ଜାଣନ୍ତୁ ଏହାର କାରଣ ସହ ପୂଜା ପଦ୍ଧତି

ଭୁବନେଶ୍ବର: ଓଡିଶାର ଏକ ଗଣ ପର୍ବ ହେଉଛି ନୂଆଁଖାଇ, ଯାହା ପଶ୍ଚିମ ଓଡିଶାରେ ବିଶେଷ ଭାବେ ପାଳିତ ହେଉଛି। ଏହି ପର୍ବଟି ଧାନ ଅମଳର ଖୁସିରେ ଚାଷୀମାନେ ପାଳନ କରିଥାନ୍ତି। ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ। ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ। ପରେ ସହଳ ଅମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରିଥାଏ।

ଚାଷୀ ପ୍ରଥମକରି ଅମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିବା ହିଁ ନବାନ୍ନ ଭକ୍ଷଣ କୁହାଯାଏ। ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ନୂଆଁଖାଇ କୁହାଯାଏ । ନୂଆଖାଇ ପାଳନ ନିମନ୍ତେ ଆଗରୁ “ଲଗନ” ବା ‘ତିଥି’ ନିର୍ଣ୍ଣୟ କରି ପୂଜା ଆଦି ସହ ଆରିସା ପିଠା ଭୋଗ କରାଯାଇଥାଏ।

ଆଗକାଳରେ ରାଜାମାନେ ନିଜ ରାଜ୍ୟର ଇଷ୍ଟଦେବୀଙ୍କ ନାମ ଅନୁସାରେ ନୂଆଖାଇବାର ଲଗ୍ନ ଧାର୍ଯ୍ୟ କରି ଭିନ୍ନ ଭିନ୍ନ ଦିନ ନୂଆ ଖାଉଥିଲେ। ରାଜାରାଜୁଡ଼ା ଶାସନ ପରେ ମଧ୍ୟ ରାଜାଙ୍କ ଇଷ୍ଟଦେବୀଙ୍କ ନାମ ଅନୁସାରେ ପଣ୍ଡିତମାନେ ନବାନ୍ନ ଭକ୍ଷଣ ତିଥି ବାହାର କରୁଥିଲେ, ତେଣୁ ନୂଆଖାଇ ପର୍ବ ପ୍ରତ୍ୟେକ ବର୍ଷ ଗୋଟିଏ ନିର୍ଦ୍ଦିଷ୍ଟ ତିଥିରେ ପାଳିତ ନ ହୋଇ ଭାଦ୍ରବ ଶୁକ୍ଳପକ୍ଷର ଯେ କୌଣସି ଏକ ତିଥିରେ ପାଳିତ ହେଉଥିଲା

ତେବେ ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ସାରା ଓଡ଼ିଶାରେ ଗୋଟିଏ ଦିନରେ ନୂଆଖାଇ ପର୍ବ ପାଳନ ଏବଂ ସାରା ଓଡ଼ିଶା ସରକାରୀ ଛୁଟି କରିବା ପାଇଁ ଘୋଷଣା କରିଥିଲେ। ଏହି ପଦକ୍ଷେପକୁ ପଶ୍ଚିମ ଓଡ଼ିଶାର ସବୁମହଲରେ ଚିନ୍ତା କରାଯାଇ ସର୍ବସମ୍ମତ କ୍ରମେ ଗଣେଷ ପୂଜାର ପରଦିନ ଅର୍ଥାତ ପଞ୍ଚମୀ ଦିନଟି ସ୍ଥିର କରାଗଲା। ସେହି ବର୍ଷଠାରୁ ପ୍ରତ୍ୟେକ ବର୍ଷ ପଶ୍ଚିମାଞ୍ଚଳରେ ଗୋଟିଏ ଦିନରେ ନୂଆଖାଇ ପର୍ବ ତିଥି ଅନୁସାରେ ପାଳିତ ହୋଇ ଆସୁଛି।

ଏହି ପର୍ବର କୃଷି ଏବଂ ଧାର୍ମିକ ଚେତନା ସହିତ ସମାଜିକ ଏକତା ମଧ୍ୟ ସୃଷ୍ଟି କରିଥାଏ। ଗ୍ରାମ ବା ସହରର ପଡ଼ା ଅଞ୍ଚଳରେ ନୂଆଖାଇ ଦିନ ନବାନ୍ନ ଦେଇ ପୂଜା ବିଧି ସମାପ୍ତ ହେବା ପରେ ପରିବାରର ମୁଖ୍ୟଙ୍କ ହାତରୁ ସମସ୍ତେ ନବାନ୍ନ ଭୋଗ ଗ୍ରହଣ କରନ୍ତି। ତାହା ଖାଇ ସାରି ପରିବାରର ସମସ୍ତ ବ୍ୟକ୍ତି ନିଜର ବୟସ୍କ ମାନଙ୍କୁ ଭୂମିଷ୍ଠ ପ୍ରଣାମ ସହ ଆଶୀର୍ବାଦ ଗ୍ରହଣ କରନ୍ତି। ପରେ ପିଠା ପଣା ସହ ନବାନ୍ନ ଭୋଜି ଖାଇ ସାରି ଗ୍ରାମ ବା ପଡ଼ୋଶୀରେ ଥିବା ସମସ୍ତ ବୟୋଜ୍ୟେଷ୍ଠ ମାନଙ୍କୁ ଭେଟି ପ୍ରଣାମ କରିଥାନ୍ତି।

ଏହି ସମୟରେ ଗ୍ରାମ ବା ପଡ଼ାର ଲୋକ ମାନେ ନିଜ ଭିତରେ ପୂର୍ବରୁ ଥିବା ଭେଦ ଭାବ ଭୁଲି ଯାଆନ୍ତି। ପରିବାର ମଧ୍ୟରେ ଥିବା ମତଭେଦ ମଧ୍ୟ ଏହି ସମୟରେ ସମାଧାନ ହୋଇଥାଏ। ସମସ୍ତେ ପୁଣି ଏକଜୁଟ ହୋଇ ରହନ୍ତି। ଏହା ନୂଆଖାଇ ପର୍ବର ଏକ ବିଶେଷତା। ସେଥିପାଇଁ ନୂଆଖାଇ ହେଉଛି ଏପରି ଏକ ପର୍ବ ଯେଉଁଠି ଯୋଡି ହୋଇ ରହିଛି ଧର୍ମ ସହିତ କୃଷି ଓ ସାମାଜିକ ବନ୍ଧନ।

ନୂଆଖାଇ ନୂଆଖାଇ ଜୁହାର
Share. Facebook Twitter LinkedIn Email WhatsApp Copy Link

Related Posts

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟଙ୍କ କଡା ଭର୍ତ୍ସନା: ବଙ୍ଗଳାରେ ବିଚାରପତିମାନେ ମଧ୍ୟ ସୁରକ୍ଷିତ ନୁହଁନ୍ତି

April 22, 2026

ବ୍ରହ୍ମପୁର ରେଳ ଷ୍ଟେସନର ହେବ ଆଧୁନିକୀକରଣ; ୩ଟି ନୂଆ ଲାଇନ ସହ ଦକ୍ଷିଣ ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତିଫଳନ

April 22, 2026
Latest News

ଆପଣ ମାତ୍ରାଧିକ ପେନକିଲର ସେବନ କରୁଛନ୍ତି କି, ଜାଣନ୍ତୁ ଏହାର ଭଲ ଓ ମନ୍ଦ ବିଷୟରେ

April 23, 2026

ମୂଳାଙ୍କ ୪, ୮ ଏବଂ ୯ ଥିବା ଲୋକଙ୍କର ବିଶେଷ ଶକ୍ତି ସମ୍ପର୍କରେ ଜାଣନ୍ତୁ

April 23, 2026

ଆଜି ଏପ୍ରିଲ ୨୩ ତାରିଖ ଗୁରୁବାରରେ ସାତୋଟି ରାଶି ପାଇଁ ରହିଛି ଶୁଭ ଖବର, ଜାଣନ୍ତୁ ରାଶିଫଳ

April 23, 2026

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.