Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ
ବିଶେଷ ଖବର

ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ

September 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ ହସିନା, ଆଜି ଭାରତର ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ଭବନରେ ସାକ୍ଷାତ କରିଛନ୍ତି।

ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କୁ ରାଷ୍ଟ୍ରପତି ଭବନକୁ ସ୍ୱାଗତ କରି ଭାରତର ରାଷ୍ଟ୍ରପତି କହିଛନ୍ତି ଯେ ଆମର ସହଯୋଗପୂର୍ଣ୍ଣ ଇତିହାସ, ଭାଷା ଏବଂ ସଂସ୍କୃତି ଆମକୁ ପରସ୍ପର ସହ ଯୋଡିଥାଏ। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ନେତୃତ୍ୱରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବହୁତ ଉନ୍ନତି ହୋଇଛି। ସେ କହିଛନ୍ତି ଯେ ବାଂଲାଦେଶ ସ୍ବାଧୀନତାର 50ତମ ବର୍ଷ ତଥା ଭାରତ-ବାଂଲାଦେଶ ଦ୍ୱିପାକ୍ଷିକ ସମ୍ପର୍କର ସୁବର୍ଣ୍ଣ ଜୟନ୍ତୀକୁ ଦୁଇ ଦେଶ ଏକତ୍ର ପାଳନ କରିବା ପ୍ରକୃତରେ ସ୍ବତନ୍ତ୍ର ଅଟେ। ଏହି ଐତିହାସିକ ଉତ୍ସବରେ ଭାଗ ନେବାକୁ ଉଭୟ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବାଂଲାଦେଶ ସହ ଭାରତର ଗୁରୁତ୍ୱପୂର୍ଣ୍ଣ ସମ୍ପର୍କକୁ ଦର୍ଶାଉଛି।

ରାଷ୍ଟ୍ରପତି ଏହି ଅବସରରେ କହିଛନ୍ତି ଯେ ବାଂଲାଦେଶ ଏହାର ଲୋକଙ୍କ ସାମାଜିକ-ଅର୍ଥନୈତିକ ସମୃଦ୍ଧିରେ ବହୁତ ସଫଳତା ହାସଲ କରିଛି। ସେ ଆଶ୍ବାସନା ପ୍ରଦାନ କରିଛନ୍ତି ଯେ ବାଂଲାଦେଶର ବିକାଶ ଯାତ୍ରାରେ ଭାରତ ଏକ ନିର୍ଭରଯୋଗ୍ୟ ସହଭାଗୀ ହେବ।

ରାଷ୍ଟ୍ରପତି କହିଛନ୍ତି ଯେ ଆମର ସମ୍ପର୍କ ସବୁବେଳେ ସହଯୋଗ ଏବଂ ପାରସ୍ପରିକ ବିଶ୍ୱାସ ଉପରେ ଆଧାରିତ। ମହାମାରୀ ଏବଂ ବର୍ତ୍ତମାନର ଅନ୍ତର୍ଜାତୀୟ ପରିସ୍ଥିତି ପରିପ୍ରେକ୍ଷୀରେ ବିଶ୍ୱ ସଙ୍କଟର ମୁକାବିଲା ପାଇଁ ଭାରତ ଏବଂ ବାଂଲାଦେଶ ଅର୍ଥନୈତିକ ଦୃଷ୍ଟିରୁ ଅଧିକ ମାତ୍ରାରେ ସଂଯୁକ୍ତ ହେବା ଆବଶ୍ୟକ। ସେ କହିଛନ୍ତି ଯେ ଏହି ଗସ୍ତ ଦ୍ବାରା ଦୁଇ ଦେଶ ମଧ୍ୟରେ ସମ୍ପର୍କ ଆହୁରି ପରିପକ୍ୱ ହେବ ଏବଂ ବିକାଶକୁ ତ୍ବରାନ୍ବିତ କରାଯାଇପାରିବ।

ଦୌପଦୀ ମୁର୍ମୁ ବାଂଲାଦେଶ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026

ମହାନଦୀ ଜଳ ବିବାଦ, ଆସନ୍ତା ଦୀପାବଳୀ ବେଳକୁ ଶୁଭ ଖବର ମିଳିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

August 1, 2026

ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ, ୫ଟି ଜିଲ୍ଲାର ୧୨ରୁ ଅଧିକ ବ୍ଲକରେ ବନ୍ୟାସ୍ଥିତି ଅନୁଧ୍ୟାନ

August 1, 2026
Latest News

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026

ଯୁବତୀ ଅପହରଣ ମାମଲାରେ ୩ ଯୁବକଙ୍କୁ ନିର୍ଦ୍ଧୁମ ମାଡ଼, ପୋଲିସ ଭୂମିକାକୁ ନେଇ ପ୍ରଶ୍ନ

August 1, 2026

ମହାନଦୀ ଜଳ ବିବାଦ, ଆସନ୍ତା ଦୀପାବଳୀ ବେଳକୁ ଶୁଭ ଖବର ମିଳିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.