Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବନ୍ୟା ସହାୟତା ଘୋଷଣା; ୧୨୮ କୋଟି ଟଙ୍କାର ପ୍ୟାକେଜକୁ ମଂଜୁର କଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

ବନ୍ୟା ସହାୟତା ଘୋଷଣା; ୧୨୮ କୋଟି ଟଙ୍କାର ପ୍ୟାକେଜକୁ ମଂଜୁର କଲେ ମୁଖ୍ୟମନ୍ତ୍ରୀ

September 7, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବନ୍ୟା ସହାୟତା ଘୋଷଣା; ୧୨୮ କୋଟି ଟଙ୍କାର ପ୍ୟାକେଜକୁ ମଂଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗତ ଅଗଷ୍ଟ ମାସର ଦ୍ୱିତୀୟ ଓ ତୃତୀୟ ସପ୍ତାହରେ ହୋଇଥିବା ବନ୍ୟା ଓ ପ୍ରବଳ ବୃଷ୍ଟିପାତ ଯୋଗୁଁ ରାଜ୍ୟର ୨୪ ଟି ଜିଲ୍ଲା ଯଥା: ଅନୁଗୁଳ, ବରଗଡ, ବୌଦ୍ଧ, ନୟାଗଡ, ସମ୍ବଲପୁର, ସୁବର୍ଣ୍ଣପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, ପୁରୀ, ଭଦ୍ରକ ବାଲେଶ୍ୱର, ଯାଜପୁର, କେଉଁଝର, ମୟୁରଭଞ୍ଜ, ବଲାଙ୍ଗିର, ଝାରସୁଗୁଡା, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ନୂଆପଡା ଓ ସୁନ୍ଦରଗଡ ପ୍ରଭାବିତ ହୋଇଥିଲା। ବନ୍ୟା ଓ ପ୍ରବଳ ବୃଷ୍ଟିପାତ ଦ୍ୱାରା ହୋଇଥିବା କ୍ଷୟକ୍ଷତିର ଆକଳନ ସମ୍ପୃକ୍ତ ଜିଲ୍ଲା ଓ ବିଭାଗମାନଙ୍କୁ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।

ଜିଲ୍ଲାପାଳ ମାନଙ୍କଠାରୁ ପ୍ରାପ୍ତ କ୍ଷୟକ୍ଷତିର ଆକଳନର ତଥ୍ୟ ଅନୁଯାୟୀ ୧୪, ୨୩୫ ଟି ବାସଗୃହ, ୧୨୩୬ ଟି ଗାଈ ଗୁହାଳ, ୫୦୩୬ ହେକ୍ଟର ଚାଷ ଜମି ବାଲିଚର, ୧୧୨୫ ଟି ଡଙ୍ଗା ଓ ଜାଲ, ୨୮.୩୮୨ ହେକ୍ଟର ମାଛ ପୋଖରୀ ଓ ୪୮୩.୧୪୫ ହେକ୍ଟର ମାଛ ଜାଁଳ ଚାଷ କ୍ଷତିଗ୍ରସ୍ତ ହୋଇଅଛି। ୧, ୨୬, ୧୬୨ ହେକ୍ଟର ଚାଷ ଜମି ଶତକଡା ୩୩ ଭାଗରୁ ଉର୍ଦ୍ଧ୍ୱ ଫସଲ ହାନୀ ହୋଇଅଛି।

ଜିଲ୍ଲାପାଳ ମାନଙ୍କର କ୍ଷୟକ୍ଷତିର ଆକଳନକୁ ଭିତ୍ତିକରି ଓ ବିପର‌୍ୟ୍ୟୟ ସହାୟତା ପାଣ୍ଠିର ସର୍ତ୍ତ ଓ ନିୟମାବଳୀ ଅନୁଯାୟୀ ଘର ନିର୍ମାଣ ସହାୟତା, ବାସନକୁସନ ସହାୟତା, କୃଷି ଭିତ୍ତିକ ସହାୟତା, ବାଲିଚର ସହାୟତା, ମୃତ ଗୋରୁଗାଈଙ୍କ ପାଇଁ ସହାୟତା, କ୍ଷତିଗ୍ରସ୍ତ ଡଙ୍ଗା ଓ ଜାଲ, ମତ୍ସ୍ୟପୋଖରୀ, ମତ୍ସ୍ୟଜାଁଳ ଚାଷ, ହସ୍ତତନ୍ତ ବୁଣାକାର, ହସ୍ତଶିଳ୍ପ କାରିଗର, ରେଶମ ଚାଷୀଙ୍କ ପାଇଁ ସହାୟତା ବାବଦକୁ ୧୨୮ କୋଟି ୫୮ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମଞ୍ଜୁର କରାଯାଇଅଛି।

ସେହିପରି ଜଳବନ୍ଦୀ ଘେରରେ ଥିବା ପ୍ରଭାବିତ ଲୋକମାନଙ୍କୁ ଖାଦ୍ୟ ସହାୟତା ବାବଦକୁ ଅଦ୍ୟାବଧି ଜିଲ୍ଲାପାଳମାନଙ୍କୁ ୯୯ କୋଟି ୯୨ ଲକ୍ଷ ୯୭ ହଜାର ଟଙ୍କା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମଞ୍ଜୁର କରାଯାଇଅଛି।

ଇତି ମଧ୍ୟରେ ଜଳସଂପଦ ବିଭାଗ, ପୁର୍ତ୍ତ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ଗୃହ ଓ ନଗର ଉନ୍ନୟନ ବିଭାଗ ଓ ଶକ୍ତି ବିଭାଗ ଙ୍କଠାରୁ ସାଧାରଣ ସମ୍ପତ୍ତି କ୍ଷୟକ୍ଷତିର ଆକଳନ ରିପୋର୍ଟ ହସ୍ତଗତ ହୋଇଅଛି । ସାଧାରଣ ସମ୍ପତ୍ତି କ୍ଷୟକ୍ଷତିର ତୁରନ୍ତ ପୁନଃରୁଦ୍ଧାର ପାଇଁ ଜଳସଂପଦ ବିଭାଗ ୫୨୭୭.୬୯ ଲକ୍ଷ ଟଙ୍କା, ପୁର୍ତ୍ତ ବିଭାଗ ୨୦୧୯.୪୪ ଲକ୍ଷ ଟଙ୍କା, ଗ୍ରାମ୍ୟ ଉନ୍ନୟନ ବିଭାଗ ୪୨୫୪.୭୦ ଲକ୍ଷ ଟଙ୍କା, ଗୃହ ଓ ନଗର ଉନ୍ନୟନ ବିଭାଗ ୬୦୭.୭୨ ଲକ୍ଷ ଟଙ୍କା ଓ ଶକ୍ତି ବିଭାଗ ୫୦୩.୩୮ ଲକ୍ଷ ଟଙ୍କା ଆବଶ୍ୟକ ବୋଲି ଜଣାଇଛନ୍ତି।

ମାତ୍ର ବିପର୍ଯ୍ୟୟ ସହାୟତା ପାଣ୍ଠିର ସର୍ତ୍ତ ଓ ନିୟମାବଳୀ ଅନୁଯାୟୀ ସାଧାରଣ ସମ୍ପତ୍ତିର କ୍ଷୟକ୍ଷତିର ତୁରନ୍ତ ପୁନଃରୁଦ୍ଧାର ପାଇଁ ଜଳସଂପଦ ବିଭାଗ ୪୩୫୩.୯୨ ଲକ୍ଷ ଟଙ୍କା, ପୁର୍ତ୍ତ ବିଭାଗ ୧୩୬୭.୨୫ ଲକ୍ଷ ଟଙ୍କା, ଗ୍ରାମ୍ୟ ଉନ୍ନୟନ ବିଭାଗ ୨୪୧୪.୩୭ ଲକ୍ଷ ଟଙ୍କା, ଗୃହ ଓ ନଗର ଉନ୍ନୟନ ବିଭାଗ ୮୨.୪୬ ଲକ୍ଷ ଟଙ୍କା ଓ ଶକ୍ତି ବିଭାଗ ୪୯୭.୫୧ ଲକ୍ଷ ଟଙ୍କା ବିପର‌୍ୟ୍ୟୟ ସହାୟତା ପାଣ୍ଠିରୁ ମଞ୍ଜୁର କରାଯାଇଅଛି। ଏହି ଭଳି ସର୍ବମୋଟ ୮୭୧୫.୫୧ ଲକ୍ଷ ଟଙ୍କା ଉକ୍ତ ବିଭାଗମାନଙ୍କୁ ସାଧାରଣ ସମ୍ପତ୍ତିର ତୁରନ୍ତ ମରାମତି ଓ ପୁନଃରୁଦ୍ଧାର ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମଞ୍ଜୁର କରାଯାଇଛି।

ବନ୍ୟା ବନ୍ୟା ସହାୟତା
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁର ଜିଲ୍ଲା ସାମ୍ବାଦିକ ୟୁନିୟନର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ: ପେନସନ ଓ ସାମାଜିକ ସୁରକ୍ଷା ଦାବୀ

April 12, 2026

ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା

April 12, 2026

ଆସାମ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଭୁବନେଶ୍ୱର କଂଗ୍ରେସ

April 12, 2026

ପିଏମ ଶ୍ରୀ କୁଶଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲିରେ ମୁଖ୍ୟମନ୍ତ୍ରୀଙ୍କ ଯୋଗଦାନ

April 12, 2026
Latest News

ସମ୍ବଲପୁର ଜିଲ୍ଲା ସାମ୍ବାଦିକ ୟୁନିୟନର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ: ପେନସନ ଓ ସାମାଜିକ ସୁରକ୍ଷା ଦାବୀ

April 12, 2026

ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା

April 12, 2026

ଆସାମ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଭୁବନେଶ୍ୱର କଂଗ୍ରେସ

April 12, 2026

ପିଏମ ଶ୍ରୀ କୁଶଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲିରେ ମୁଖ୍ୟମନ୍ତ୍ରୀଙ୍କ ଯୋଗଦାନ

April 12, 2026

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ବଡ଼ ଆଶ୍ୱସ୍ତି: ଭାରତ ଆସୁଛି ଏଲପିଜି ଜାହାଜ ‘ଜଗ୍ ବିକ୍ରମ’

April 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.