Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସାରା ରାଜ୍ୟରେ ବସିଲା ଉଚ୍ଚ ବିଦ୍ୟାଳୟର ଅଭିଭାବକ-ଶିକ୍ଷକ ବୈଠକ, ୫-‘ଟି’ ଉପରେ ଗୁରୁତ୍ୱ
ବିଶେଷ ଖବର

ସାରା ରାଜ୍ୟରେ ବସିଲା ଉଚ୍ଚ ବିଦ୍ୟାଳୟର ଅଭିଭାବକ-ଶିକ୍ଷକ ବୈଠକ, ୫-‘ଟି’ ଉପରେ ଗୁରୁତ୍ୱ

September 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ସାରା ରାଜ୍ୟରେ ବସିଲା ଉଚ୍ଚ ବିଦ୍ୟାଳୟର ଅଭିଭାବକ-ଶିକ୍ଷକ ବୈଠକ, ୫-‘ଟି’ ଉପରେ ଗୁରୁତ୍ୱ

ଭୁବନେଶ୍ୱର : ସାରା ରାଜ୍ୟରେ ଆଜି ଅଭିଭାବକ-ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ଓ ଏହାର ବିଭିନ୍ନ ଉପାଦାନଗୁଡ଼ିକର ସଠିକ ବ୍ୟବହାର ଓ ପରିଚାଳନା ଉପରେ ଆଲୋଚନା ହୋଇଥିଲା।

ଶିକ୍ଷକଶିକ୍ଷୟିତ୍ରୀମାନେ ୫-‘ଟି’ ରୂପାନ୍ତରଣ ବିଷୟରେ ଅଭିଭାବକମାନଙ୍କୁ ଅବଗତ କରାଇଥିଲେ। ଶୈକ୍ଷିକ ଅଭିବୃଦ୍ଧି, ବିଦ୍ୟାଳୟ ଭିତ୍ତିଭୂମିର ଉନ୍ନତି, ସ୍ମାର୍ଟ ଶ୍ରେଣୀଗୃହ ମାଧ୍ୟମରେ ଶିକ୍ଷାଦାନ ଓ ଶିକ୍ଷଣ, ଇ-କଣ୍ଟେଣ୍ଟ ମାଧ୍ୟମରେ ଶିକ୍ଷାଦାନ, ଇ-ଲାଇବ୍ରେରୀ, ବିଜ୍ଞାନାଗାରର ବ୍ୟବହାର, ଶୁଦ୍ଧ ପାନୀୟ ଜଳର ଉପଲବ୍ଧତା ଓ ଶୌଚାଳୟର ବ୍ୟବହାର, ବିଦ୍ୟାଳୟର ପରିଷ୍କାରପରିଚ୍ଛନ୍ନତା, କ୍ରୀଡ଼ା ଓ ଖେଳ ପଡ଼ିଆର ବିକାଶ ଉପରେ ବିଷଦ ଆଲୋଚନା କରାଯାଇଥିଲା।

ଅଭିଭାବକମାନେ ଉକ୍ତ ବୈଠକରେ ରାଜ୍ୟ ସରକାରଙ୍କ ତରଫରୁ ଛାତ୍ରଛାତ୍ରୀମାନଙ୍କର ଗୁଣାତ୍ମକ ବିକାଶ ତଥା ବିଦ୍ୟାଳୟର ସର୍ବାଙ୍ଗୀନ ଉନ୍ନତି ପାଇଁ ନିଆଯାଇଥିବା ପଦକ୍ଷେପର ଭୂୟସୀ ପ୍ରଶଂସା କରିଥିଲେ। ବିଦ୍ୟାଳୟ ଉନ୍ନତିକରଣ ପ୍ରକିୟାରେ ସେମାନେ ସମ୍ମିଳିତ ଭାବେ ସହଯୋଗ କରିବେ ବୋଲି ମତବ୍ୟକ୍ତ କରିଥିଲେ।

ଶିକ୍ଷା ବିଭାଗର ବିଭିନ୍ନ ପଦାଧିକାରୀ ଏଥିରେ ଯୋଗଦାନ କରି ତଦାରଖ ଓ ପରିଦର୍ଶନ କରିଥିଲେ। ରାଜ୍ୟବ୍ୟାପୀ ଗୋଟିଏ ଦିନରେ ଅଭିଭାବକ ଓ ଶିକ୍ଷକ ବୈଠକ ପାଇଁ ଦିନ ଧାର୍ଯ୍ୟ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ସମସ୍ତ ଜିଲ୍ଲାରେ ଅନୁଷ୍ଠିତ ହୋଇଯାଇଛି।
ପ୍ରକାଶ ଥାଉ କି ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ଅଧୀନରେ ପ୍ରଥମ ପର୍ଯ୍ୟାୟରେ ୧୦୭୫ଟି ଓ ଦ୍ୱିତୀୟ ପର୍ଯ୍ୟାୟରେ ୨୯୦୬ଟି ବିଦ୍ୟାଳୟକୁ ରୂପାନ୍ତରିତ କରାଯାଇଛି।

ଅଭିଭାବକ-ଶିକ୍ଷକ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.