Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପୁଣି ଥରେ ଆରମ୍ଭ ହେବ ତହସିଲଦାରଙ୍କ କ୍ୟାମ୍ପକୋର୍ଟ, ମୁଖ୍ୟମନ୍ତ୍ରୀ ଦେଲେ କଡା ନିର୍ଦ୍ଦେଶ
ବିଶେଷ ଖବର

ପୁଣି ଥରେ ଆରମ୍ଭ ହେବ ତହସିଲଦାରଙ୍କ କ୍ୟାମ୍ପକୋର୍ଟ, ମୁଖ୍ୟମନ୍ତ୍ରୀ ଦେଲେ କଡା ନିର୍ଦ୍ଦେଶ

September 13, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପୁଣି ଥରେ ଆରମ୍ଭ ହେବ ତହସିଲଦାରଙ୍କ କ୍ୟାମ୍ପକୋର୍ଟ ଶୁଣାଣି, ମୁଖ୍ୟମନ୍ତ୍ରୀ ଦେଲେ କଡା ନିର୍ଦ୍ଦେଶ

ଏବେଠୁ ଗ୍ରାମରେ ହେବ ରାଜସ୍ୱ ମାମଲାର ଫଇସଲା
ପ୍ରତ୍ୟେକ ସପ୍ତାହରେ ୨-୩ ଦିନ ହେବ କ୍ୟାମ୍ପ କୋର୍ଟ
ବରିଷ୍ଠ ଅଧିକାରୀଙ୍କ ଦ୍ୱାରା ନିୟମିତ ସମୀକ୍ଷା
କ୍ୟାମ୍ପ କୋର୍ଟ ନହେଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର:  ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମସ୍ତ ସେବା ଅନଲାଇନ ମାଧ୍ୟମରେ ଉପଲବ୍ଧ କରାଯାଇଛି। ରାଜସ୍ୱ ରଥ ମାଧ୍ୟମରେ ଲୋକଙ୍କ ଘରେ ଘରେ ପଟ୍ଟା ଓ ବିଭିନ୍ନ ପ୍ରକାରର ସାର୍ଟିଫିକେଟ ବଣ୍ଟାଯାଉଛି। ପ୍ରତ୍ୟେକ ଜିଲ୍ଲାର ରାଜସ୍ୱ ସମୀକ୍ଷା ବୈଠକ ଫଳରେ ରାଜସ୍ୱ ସେବାରେ ଉଲ୍ଲେଖନୀୟ ପରିବର୍ତନ ଆସିଛି।

ରାଜସ୍ୱ ସମୀକ୍ଷା ବୈଠକ ପରେ ରାଜସ୍ୱ ରଥ ମାଧ୍ୟମରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତରଫରୁ ପାଖାପାଖି ୧ ଲକ୍ଷ ପଟ୍ଟା ବଣ୍ଟନ କରାଯାଇଛି। ଏବେ ପ୍ରାୟ କୌଣସି ବିବିଧ ଏବଂ ଜାତିଗତ ପ୍ରମାଣପତ୍ର ଓ ବିବାଦବିହୀନ ଦାଖଲ ଖାରଜ ମାମଲାରେ ଲୋକମାନଙ୍କୁ ତହସିଲ ଯିବାର ଆବଶ୍ୟକତା ନାହିଁ। ତଥାପି ରାଜସ୍ୱ କୋର୍ଟରେ ଶୁଣାଣି ହେଉଥିବା ବିଭିନ୍ନ ରାଜସ୍ୱ ମାମଲାର ଫଇସଲା ପାଇଁ ଲୋକମାନଙ୍କୁ ତହସିଲ ଅଫିସ ଯିବାକୁ ପଡିଥାଏ।

ସେହି ସବୁ ରାଜସ୍ୱ ମାମଲାରେ ଲୋକମାନଙ୍କୁ ତହସିଲ ନ ଯିବା ପାଇଁ ତଥା ରାଜସ୍ୱ ସେବାକୁ ଅଧିକ ଲୋକାଭିମୁଖୀ କରିବାକୁ ଓ ରାଜସ୍ୱ ବିଭାଗକୁ ଅଧିକ କ୍ରିୟାଶୀଳ କରିବାକୁ ମୁଖମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ ରାଜସ୍ୱ କ୍ଷେତ୍ରାଧିକାରୀ ଯଥା ତହସିଲଦାର ଓ ଅତିରିକ୍ତ ତହସିଲଦାରମାନଙ୍କୁ କ୍ୟାମ୍ପ କୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ପ୍ରତ୍ୟେକ ତହସିଲଦାର ଓ ଅତିରିକ୍ତ ତହସିଲଦାରମାନେ ପ୍ରତି ସପ୍ତାହରେ ୨ ରୁ ୩ ଦିନ ବିଭିନ୍ନ ସେମାନଙ୍କ ଅଧିନସ୍ଥ ରାଜସ୍ୱ ନିରୀକ୍ଷକଙ୍କ ଅଫିସ, ପଂଚାୟତ ଓ ଗ୍ରାମରେ କ୍ୟାମ୍ପ କୋର୍ଟ କରିବାକୁ ରାଜସ୍ୱ ଓ ବିପର୍ଯୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଦ୍ୱାରା ପ୍ରତି ମାସରେ ପ୍ରତ୍ୟେକ ତହସିଲଦାର ଓ ଅତିରିକ୍ତ ତହସିଲଦାର ସେମାନଙ୍କ ଅଧିନସ୍ଥ ପ୍ରତ୍ୟେକ ଗ୍ରାମ ଗସ୍ତ କରି ବିଭିନ୍ନ ରାଜସ୍ୱ ମାମଲାର ଫଇସଲା କରିପାରିବେ।

ଏଥିପାଇଁ ସମସ୍ତ ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି ଓ ପ୍ରତ୍ୟେକ ଡିଭିଜନର ରାଜସ୍ୱ ଆୟୁକ୍ତମାନଙ୍କୁ ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀଙ୍କ ସାପ୍ତାହିକ ସମୀକ୍ଷା ବୈଠକରେ ସଚେତନ କରାଯାଇଛି। ଏହା ପରେ ପ୍ରତ୍ୟେକ ଜିଲ୍ଲାର ନୋଡାଲ ଅଫିସରମାନଙ୍କୁ ତହସିଲ ଅଫିସର କ୍ୟାମ୍ପ କୋର୍ଟ ଉପରେ ସ୍ୱତନ୍ତ୍ର ଭାବରେ ସମୀକ୍ଷା ବୈଠକ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ପ୍ରତ୍ୟେକ ଜିଲ୍ଲାର ରାଜସ୍ୱ ସମୀକ୍ଷା ବୈଠକରେ ଏହି କାର୍ଯ୍ୟସୂଚୀ ଉପରେ ନିୟମିତ ସମୀକ୍ଷା ହେବ।

କ୍ୟାମ୍ପ କୋର୍ଟ କରିବାରେ ଅବହେଳା ହେଲେ ରାଜସ୍ୱ ଅଧିକାରୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ରାଜସ୍ବ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଗଜପତି ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ଶାଖାର ବାର୍ଷିକୋତ୍ସବ

June 29, 2026

ତିନିଭାଷା ନୀତି ଉପରେ CBSE ବଡ଼ ନିଷ୍ପତ୍ତି: ଜାଣନ୍ତୁ ସ୍ଵତନ୍ତ୍ର ବ୍ୟବସ୍ଥା

June 29, 2026

ଭୁବନେଶ୍ୱରରେ ଚାଞ୍ଚଲ୍ୟ! ଯୁବକଙ୍କୁ ଲୁହା ରଡରେ ପିଟି ପିଟି ହତ୍ୟା

June 29, 2026

ସରକାରୀ ଓକିଲଙ୍କ ପ୍ରଶିକ୍ଷଣ ଶିବିର ଉଦଯାପିତ

June 29, 2026
Latest News

ସେଚେଲ୍ସର ୫୦ତମ ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

June 29, 2026

ଦ୍ରୁତ ଗତିରେ ପୃଥିବୀ ଆଡ଼କୁ ଆସୁଛି ‘ବ୍ରହ୍ମାସ୍ତ୍ର’: ସୁରକ୍ଷା ପାଇଁ ୩୦ ହଜାର କୋଟି ଖର୍ଚ୍ଚ କରିବ ନାସା

June 29, 2026

ଗଜପତି ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ଶାଖାର ବାର୍ଷିକୋତ୍ସବ

June 29, 2026

ତିନିଭାଷା ନୀତି ଉପରେ CBSE ବଡ଼ ନିଷ୍ପତ୍ତି: ଜାଣନ୍ତୁ ସ୍ଵତନ୍ତ୍ର ବ୍ୟବସ୍ଥା

June 29, 2026

ଭୁବନେଶ୍ୱରରେ ଚାଞ୍ଚଲ୍ୟ! ଯୁବକଙ୍କୁ ଲୁହା ରଡରେ ପିଟି ପିଟି ହତ୍ୟା

June 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.