Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନୂଆ ରୂପରେ ସଜେଇ ହେଲା ଭୁବନେଶ୍ବରର ଉତ୍କଳ ମଣ୍ଡପ, ଖର୍ଚ୍ଚ ହେଲା ୯୬ ଲକ୍ଷ ଟଙ୍କା
ବିଶେଷ ଖବର

ନୂଆ ରୂପରେ ସଜେଇ ହେଲା ଭୁବନେଶ୍ବରର ଉତ୍କଳ ମଣ୍ଡପ, ଖର୍ଚ୍ଚ ହେଲା ୯୬ ଲକ୍ଷ ଟଙ୍କା

September 14, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନୂଆ ରୂପରେ ସଜେଇ ହେଲା ଭୁବନେଶ୍ବରର ଉତ୍କଳ ମଣ୍ଡପ, ଖର୍ଚ୍ଚ ହେଲା ୯୬ ଲକ୍ଷ ଟଙ୍କା

ଭୁବନେଶ୍ୱର: ରାଜଧାନୀ ଉତ୍କଳ ସଂଗୀତ ମହାବିଦ୍ୟାଳୟ ପରିସରରେ ଥିବା ଉତ୍କଳମଣ୍ଡପ ଏବେ ନୂଆ ରୂପରେ ସଜେଇ ହୋଇଛି। ଏହି ମଣ୍ଡପର ଏବେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଶେଷ ହୋଇଛି। ଏଣିକି ଦର୍ଶକମାନେ ଏକ ଆକର୍ଷଣୀୟ ମଣ୍ଡପରେ ମନୋଜ୍ଞ ପରିବେଶ ମଧ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବାକୁ ପାଇବେ।

ରାଜ୍ୟ ସରକାରଙ୍କ ତରଫରୁ ୯୬ ଲକ୍ଷ ୫୦ ହଜାର ଟଙ୍କା ବ୍ୟୟରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ରାସ୍ତା ଓ କୋଠାବାଡି (ପୂର୍ତ୍ତ) ବିଭାଗ ଦ୍ୱାରା ଏହି କାର‌୍ୟ୍ୟ ସମାପ୍ତ କରାଯାଇଛି। ଏଠାରେ ଯେପରି ସାଂସ୍କୃତିକ ଦଳମାନେ ନିଜକୁକାର‌୍ୟ୍ୟକ୍ରମ ପାଇଁ ପ୍ରସ୍ତୁତି କରିପାରିବେ, ସେଥିପାଇଁ ମଞ୍ଚ ପଛପଟେ ଥିବା ୨ ଟି ବେସମେଣ୍ଟ ହଲ ଓ ଗ୍ରୀନରୁମ୍ଗୁଡିକର ଆଧୁନିକୀକରଣ କରାଯାଇଛି।

ସବୁ ପ୍ରକୋଷ୍ଠରେ ସୁନ୍ଦର ସୁନ୍ଦର ଆକର୍ଷଣୀୟ ଦର୍ପଣ ଲଗାଯାଇଥିବାବେଳେ ଏଲ୍.ଇ.ଡି ଆଲୋକରେ ମଞ୍ଚ ସଜେଇହୋଇଛି । ନବୀକରଣ କରାଯାଇଥିବା ଏହି ଉତ୍କଳମଣ୍ଡପରେ ଏଣିକି ବିଭିନ୍ନ ସଂସ୍ଥା ଦ୍ୱାରା ସାଂସ୍କୃତିକ ଆୟୋଜନ କରିବା ସହଜ ହୋଇଛି।

ଏଠାରେ କାର୍ଯ୍ୟକ୍ରମ ଆୟୋଜନ ପାଇଁ ଇଚ୍ଛୁକ ଅନୁଷ୍ଠାନମାନେ eDistrict.odisha.gov.in ଓ୍ୱେବ୍ ସାଇଟ୍ ମାଧ୍ୟମରେ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଅନ୍ ଲାଇନ୍ ଯୋଗେ ଉତ୍କଳ ମଣ୍ଡପ ବୁକିଂ କରିପାରିବେ ବୋଲି ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ସୂଚନା ଦିଆଯାଇଛି।

ସୌନ୍ଦର‌୍ୟ୍ୟକରଣ କରାଯାଇଥିବା ଏହି ଉତ୍କଳ ମଣ୍ଡପକୁ ଆଜି ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ମଧୁସୂଦନ ପାଢୀ ବିଭାଗୀୟ ଅଧିକାରୀଙ୍କ ସମେତ ପରିଦର୍ଶନ କରିଥିଲେ।

ପ୍ରକାଶ ଥାଉକି,ଚଳିତ ବର୍ଷ ଫେବୃୟାରୀ ୨୪ ତାରିଖରେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପାଢୀ, ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ରଞ୍ଜନ କୁମାର ଦାସ, ଅଧିକ୍ଷଣ ଯନ୍ତ୍ରୀ , (ରାସ୍ତା ଓ କୋଠାବାଡି) ଡିଭିଜନ-୪,ନିର୍ମାଣସୌଧ,ଭୁବନେଶ୍ୱର ଓ ପ୍ରଖ୍ୟାତ ଓଡିଶୀ ନୃତ୍ୟାଙ୍ଗନା ପଦ୍ମଶ୍ରୀ ଅରୁଣା ମହାନ୍ତି ପ୍ରମୁଖ ପରିଦର୍ଶନ କରି ଏହାର ନବୀକରଣ ନିମନ୍ତେ ଉତ୍କଳମଣ୍ଡପ ପରିଦର୍ଶନ କରିଥିଲେ।

ତଦନୁସାରେ ଅଧିକ୍ଷଣ ଯନ୍ତ୍ରୀ, ରାସ୍ତା ଓ କୋଠାବାଡି(ପୂର୍ତ୍ତ) ବିଭାଗକୁ ଉତ୍କଳମଣ୍ଡପର ନବୀକରଣ କାର‌୍ୟ୍ୟ ପାଇଁ ଗତ ମଇ ୨ ତାରିଖରେ ହସ୍ତାନ୍ତର କରାଯାଇଥିଲା ଓ ଇତିମଧ୍ୟରେ ମଣ୍ଡପର ନବୀକରଣ କାର୍ଯ୍ୟ ସଂପାଦନ କରାଯାଇଛି।

ଆଜି ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପାଢୀଙ୍କ ଉତ୍କଳମଣ୍ଡପ ପରିଦର୍ଶନ ସମୟରେ ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକଶ୍ରୀ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ, ଉପ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ମିଶ୍ର, ଉତ୍କଳ ମଣ୍ଡପର ପରିଚାଳକ ଶ୍ରୀ ପ୍ରମୋଦ ବିଶ୍ୱାଳଙ୍କ ସମେତ ପୂର୍ତ୍ତ, ବିଦ୍ୟୁତ୍ ବିଭାଗ ଓ ସଂପୃକ୍ତ ବିଭିନ୍ନ ବିଭାଗର ପଦାଧିକାରୀମାନେ ଉପସ୍ଥିତ ଥିଲେ।

ଉତ୍କଳ ମଣ୍ଡପ ଭୁବନେଶ୍ବର ରବିନ୍ଦ୍ର ମଣ୍ଡପ ସଂସ୍କୃତି ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.