Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜୁ ସେତୁ କାର୍ଯ୍ୟର ସମୀକ୍ଷା ବୈଠକ, ଶିଘ୍ର ନିର୍ମାଣ ଶେଷ କରିବା ପାଇଁ ନିର୍ଦ୍ଦେଶ
ବିଶେଷ ଖବର

ବିଜୁ ସେତୁ କାର୍ଯ୍ୟର ସମୀକ୍ଷା ବୈଠକ, ଶିଘ୍ର ନିର୍ମାଣ ଶେଷ କରିବା ପାଇଁ ନିର୍ଦ୍ଦେଶ

September 14, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜୁ ସେତୁ କାର୍ଯ୍ୟର ସମୀକ୍ଷା ବୈଠକ, ଶିଘ୍ର ନିର୍ମାଣ ଶେଷ କରିବା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ୨୦୨୨-୨୩ ଆର୍ଥିକ ବର୍ଷରେ ଓଡ଼ିଶାରେ ୩୦୦ ବିଜୁ ସେତୁ ନିର୍ମାଣ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ଲକ୍ଷ୍ୟ ହାସଲ କରିବା ନିମନ୍ତେ ଆଜି ଗ୍ରାମ୍ୟ ନିର୍ମାଣ ଭବନରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ଏକ ସମୀକ୍ଷା ବୈଠକ କରିଛନ୍ତି।
ବୈଠକରେ ମନ୍ତ୍ରୀ ଶ୍ରୀ ଘଡ଼ାଇ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସେତୁର ଗୁଣବତ୍ତା ବଜାୟ ରଖିବା ଉପରେ ଗୁରୁତ୍ୱ ଦେବା ସହ ସେ ପ୍ରକଳ୍ପ ନିମନ୍ତେ ଥିବା ଜମି ଅଧିଗ୍ରହଣ ପ୍ରକ୍ରିୟାରେ ଥିବା ସମସ୍ୟାର ତ୍ୱରିତ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେତୁ ପ୍ରକଳ୍ପଗୁଡ଼ିକର ଅଗ୍ରଗତିର ସମୀକ୍ଷା ନେଇ ପ୍ରତ୍ୟେକ ମାସରେ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ ବୋଲି ମନ୍ତ୍ରୀ ଶ୍ରୀ ଘଡ଼ାଇ ପ୍ରକାଶ କରିଛନ୍ତି।

ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ କହିଛନ୍ତି ଯେ ସେତୁ ପ୍ରକଳ୍ପକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସଂପନ୍ନ କରିବାରେ ଉଭୟ ବିଭାଗୀୟ ଅଧିକାରୀ ଏବଂ ଏଜେନ୍ସୀଙ୍କ ସମାନ ଦାୟିତ୍ୱ ରହିଛି। ତେଣୁ ସମସ୍ତଙ୍କୁ ଦଳଗତ ମନୋଭାବ ନେଇ କାମ କରିବାକୁ ପଡ଼ିବ। ସମସ୍ତ ଯନ୍ତ୍ରୀମାନଙ୍କୁ କ୍ଷେତ୍ର ଗସ୍ତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ୱୟନରେ ଥିବା ସମସ୍ୟାଗୁଡ଼ିର ସମାଧାନ କରି ପ୍ରକଳ୍ପ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ବିଜୁ ସେତୁ ପରି ଐତିହାସିକ ଯୋଜନାର ପରିକଳ୍ପନା କରିଥିଲେ। ଗତ ୧୦ ବର୍ଷ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୧୩୯ଟି ବିଜୁ ସେତୁ ନିର୍ମାଣ ହୋଇଛି ଏବଂ ୨୦୨୩ ମାର୍ଚ୍ଚ ସୁଦ୍ଧା ଆହୁରି ୩୦୦ଟି ବିଜୁ ସେତୁ ନିର୍ମାଣ କରାଯିବ।

ଏହି ସମୀକ୍ଷା ବୈଠକରେ ଗ୍ରାମ୍ୟ ଉନ୍ନୟନ ନିର୍ଦ୍ଦେଶକ ଶ୍ରୀ ଅରବିନ୍ଦ ଅଗ୍ରୱାଲ, ଯନ୍ତ୍ରୀମୁଖ୍ୟ ଶ୍ରୀ ପ୍ରଦୀପ ସାମଲ, କୋଠାବାଡ଼ି ଓ ସେତୁର ମୁଖ୍ୟଯନ୍ତ୍ରୀ ଶ୍ରୀ ରମେଶ ଚନ୍ଦ୍ର ବେହେରା, ସ୍ୱତନ୍ତ୍ର ଶାସନ ସଚିବ ଇଂ ଅକ୍ଷୟ କୁମାର ପ୍ରଧାନ, ମୁଖ୍ୟଯନ୍ତ୍ରୀ(ରାସ୍ତା) ଶ୍ରୀ ସଂଜୀବ ମହାନ୍ତିଙ୍କ ସମେତ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଏବଂ ଏଜେନ୍ସୀମାନେ ଉପସ୍ଥିତ ଥିଲେ।

ପ୍ରୀତିରଂଜନ ଘଡାଇ ବିଜୁ ସେତୁ ସଂଜୟ ସିଂ
Share. Facebook Twitter LinkedIn Email WhatsApp Copy Link

Related Posts

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026
Latest News

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ଆଜି ଜୁନ୍ ୨୭ ତାରିଖ ଶନିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.