Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମହିଳା ଶ୍ରମିକ ଉପଯୋଗୀ କୃଷି ଯନ୍ତ୍ରପାତିକୁ ବ୍ୟବହାର ପାଇଁ କୃଷି ବିଭାଗ ଆରମ୍ଭ କଲା ପଦକ୍ଷେପ
ବିଶେଷ ଖବର

ମହିଳା ଶ୍ରମିକ ଉପଯୋଗୀ କୃଷି ଯନ୍ତ୍ରପାତିକୁ ବ୍ୟବହାର ପାଇଁ କୃଷି ବିଭାଗ ଆରମ୍ଭ କଲା ପଦକ୍ଷେପ

September 15, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମହିଳା ଶ୍ରମିକ ଉପଯୋଗୀ କୃଷି ଯନ୍ତ୍ରପାତିକୁ ବ୍ୟବହାର ପାଇଁ କୃଷି ବିଭାଗ ଆରମ୍ଭ କଲା ପଦକ୍ଷେପ

ଭୁବନେଶ୍ୱର: ରାଜ୍ୟର ମୋଟ କୃଷି ଶ୍ରମିକଙ୍କ ମଧ୍ୟରୁ ୪୮ ପ୍ରତିଶତରୁ ଊର୍ଦ୍ଧ କୃଷିଜୀବୀ ମହିଳା ଓ କୃଷିଶ୍ରମିକ ହୋଇଥିବାବେଳେ ଛୋଟ ଛୋଟ କୃଷି ଯନ୍ତ୍ରପାତିର ବ୍ୟବହାର ଦ୍ୱାରା ସେମାନଙ୍କର ଶ୍ରମ ଲାଘବ କରାଯାଇ ପାରୁଥିବା ଦୃଷ୍ଟିରୁ ମହିଳା ଶ୍ରମିକ ଉପଯୋଗୀ କୃଷି ଯନ୍ତ୍ରପାତିକୁ ଜନାଦୃତ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି।

ଆଜି କୃଷି ଭବନରେ ଆୟୋଜିତ ବୈଠକରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ କୃଷି କ୍ଷେତ୍ରରେ ଯାନ୍ତ୍ରିକୀକରଣ ଓ ମହିଳା କୃଷିଜୀବୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ କୃଷକ ଉତ୍ପାଦକ ସଂଘମାନଙ୍କ ଦ୍ୱାରା କୃଷି ଯନ୍ତ୍ରପାତିର ବ୍ୟବହାର ସଂପର୍କରେ ବିଭାଗ ପକ୍ଷରୁ କାର୍ଯ୍ୟକାରୀ କରାଯାଉଥିବା କାର୍ଯ୍ୟକ୍ରମଗୁଡ଼ିକର ଅଗ୍ରଗତିର ସମୀକ୍ଷା କରିଥିଲେ। କୃଷି ଯାନ୍ତ୍ରିକୀକରଣ ପାଇଁ ନିର୍ଦ୍ଧାରିତ ବଜେଟ୍‌ରେ ଶତକଡ଼ା ୩୦ ପ୍ରତିଶତ ଗ୍ରାମୀଣ ମହିଳା କୃଷକମାନଙ୍କ ପାଇଁ ବ୍ୟବସ୍ଥା କରିବା ଉପରେ ମନ୍ତ୍ରୀ ଶ୍ରୀ ସ୍ୱାଇଁଁ ଗୁରୁତ୍ୱାରୋପ କରିଥିଲେ।

କୃଷି କ୍ଷେତ୍ରରେ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ, ଡ୍ରୋନ୍‌ ଆଦିର ଉପଯୋଗିତା ନିମନ୍ତେ କ୍ଷେତ୍ର ପ୍ରଦର୍ଶନ, ତାଲିମ ପ୍ରଦାନ ଓ ଲାଇସେନ୍ସ ଆଦିର ବ୍ୟବସ୍ଥା ନିମନ୍ତେ ଆଶୁ ପଦକ୍ଷେପ ନେବାକୁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ଗ୍ରାମାଞ୍ଚାଳର ପାରମ୍ପରିକ ଗ୍ରାମୀଣ କାରିଗରମାନଙ୍କୁ କିପରି ଭାବରେ କୃଷି ଯାନ୍ତ୍ରିକୀକରଣ କାର୍ଯ୍ୟକ୍ରମରେ ସାମିଲ କରାଯାଇପାରିବ ସେ ବିଷୟରେ ବିସ୍ତୃତ ଅନୁଧ୍ୟାନ କରିବା ଉପରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଗୁରୁତ୍ୱାରୋପ କରିଥିଲେ।

ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ରାଜ୍ୟର କୃଷି କ୍ଷେତ୍ରରେ ବ୍ୟବହୃତ ଯନ୍ତ୍ରପାତିର ଉପଯୋଗ ଓ ବିଭାଗ ପକ୍ଷରୁ ଏ ଦିଗରେ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ଯୋଜନା ସଂପର୍କରେ ଆଲୋଚନା କରିଥିଲେ।

ବୈଠକରେ କୃଷି ଓ ଖାଦ୍ୟ ଉତ୍ପାଦନ, ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକମାନଙ୍କ ସମେତ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ମୁଖ୍ୟଯନ୍ତ୍ରୀ, ଓଡ଼ିଶା କୃଷି ଶିଳ୍ପ ନିଗମର ପରିଚାଳନା ନିର୍ଦ୍ଦେଶକ, ଏନ୍‌ଆର୍‌ଆର୍‌ଆଇ, ସିୱାର ନିର୍ଦ୍ଦେଶକ, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ଓଡ଼ିଶା ଜୀବିକା ମିଶନ, ମିଶନ ଶକ୍ତିର ପ୍ରତିନିଧି ଓ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

ଡ. ଅରବିନ୍ଦ କୁମାର ପାଢ଼ୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ
Share. Facebook Twitter LinkedIn Email WhatsApp Copy Link

Related Posts

ଦୁର୍ଗାପୂଜା ପାଇଁ ଭୁବନେଶ୍ୱରରେ ୧୯ ରୁ ୨୪ ପର୍ଯ୍ୟନ୍ତ ନୂଆ ଟ୍ରାଫିକ୍ କଟକଣା

October 14, 2026

୬୨ତମ ଆଇଏଚଜିଏଫ୍ ଦିଲ୍ଲୀ ଅଟମ୍ ଫେୟାରରେ ‘ଓଡ଼ିଶା ମଣ୍ଡପ’ ଉଦଘାଟିତ

October 14, 2026

ମୁକ୍ତ ବାଣିଜ୍ୟ ରାଜିନାମା ମାଧ୍ୟମରେ ବିଶ୍ୱ ବଜାରରେ ସୁଯୋଗ ଖୋଜୁଛି ଓଡ଼ିଶା

October 14, 2026

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026
Latest News

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?: ତେବେ ମାତା ଦୂର୍ଗାଙ୍କ ପାଇବେ ଆଶୀର୍ବାଦ

October 14, 2026

ଦୁର୍ଗାପୂଜା ପାଇଁ ଭୁବନେଶ୍ୱରରେ ୧୯ ରୁ ୨୪ ପର୍ଯ୍ୟନ୍ତ ନୂଆ ଟ୍ରାଫିକ୍ କଟକଣା

October 14, 2026

ମମତା ବାନାର୍ଜୀଙ୍କୁ ଛୁରୀରେ ଆକ୍ରମଣ ଉଦ୍ୟମ: ମହିଳା ଅଟକ

October 14, 2026

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀରକୁ ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

October 14, 2026

ପ୍ରଥମ ବିମଷ୍ଟେକ୍ ଗୃହମନ୍ତ୍ରୀସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ଗୃହମନ୍ତ୍ରୀ

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.