Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ ଛ ଜିଲ୍ଲାର ମିଶନ ଶକ୍ତି ମା: ଜାଣନ୍ତୁ କାରଣ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ ଛ ଜିଲ୍ଲାର ମିଶନ ଶକ୍ତି ମା: ଜାଣନ୍ତୁ କାରଣ

September 16, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଜାତୀୟ ପତାକା ତିଆରି କରିବାର ସୁଯୋଗ ପାଇ ଆମେ ଗର୍ବିତ। ମୁଖ୍ୟମନ୍ତ୍ରୀ ଆମ ଉପରେ ଭରସା କରି ଆମକୁ ଏ ମହାନ ସୁଯୋଗ ଦେଇଥିବାରୁ ଆମେ ତାଙ୍କ ନିକଟରେ କୃତଜ୍ଞ। ଆଜି ନବୀନ ନିବାସରେ ୬ଟି ଜିଲ୍ଲାର ମିଶନ ଶକ୍ତିର ମା ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଏହା କହିଛନ୍ତି।

ଆଜି ସଂଧ୍ୟାରେ ନବୀନ ନିବାସଠାରେ ଗଞ୍ଜାମ, ଗଜପତି, ନୂଆପଡା, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ୮୪ଟି ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ। ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନଙ୍କ ଉପରେ ମୋର ପୁରା ଭରସା ରହିଛି। ଆପଣମାନଙ୍କ ଭିତରେ ବହୁତ କିଛି କରିବାର ସାମର୍ଥ ରହିଛି । ବହୁତ କମ୍ ସମୟ ପାଇ ମଧ୍ୟ ଆପଣମାନେ ୩୦ ଲକ୍ଷ ଜାତୀୟ ପତାକା ତିଆରି କରି ରାଜ୍ୟ ପାଇଁ ଗୌରବ ଆଣିପାରିଛନ୍ତି। ଆପଣମାନଙ୍କୁ ବହୁତ ବହୁତ ଧନ୍ୟବାଦ।

ମିଶନ ଶକ୍ତିର ମା ମାନେ କହିଥିଲେ ଯେ ଜାତୀୟ ପତାକା ତିଆରି କରିବାର ଆନନ୍ଦ ପାଇ ଆମେ ବହୁତ ଖୁସି। ଆମେ ଏବଂ ମଧ୍ୟାହ୍ନ ଭୋଜନ ଠାରୁ ଆରମ୍ଭ କରି ଅଙ୍ଗନବାଡୀ ପିଲାଙ୍କ ଡ୍ରେସ୍ ସିଲେଇ କରିବା, ଇଲ୍କ୍ଟ୍ରି ବିଲ୍ ଆଦାୟ କରିବା ଆଦି କାମ ବହୁତ ଭଲ ଭାବରେ କରିପାରୁଛୁ। ନୂଆପଡାରେ ଆମେ ଡ୍ରାଇଭିଂ ଶିକ୍ଷା ମଧ୍ୟ ନେଉଛୁ। ଆମେ ବି ପାରିବୁ, ଏ ବିଶ୍ବାସ ଆମର ବଢିଛି। ଆମେ ସମସ୍ତେ ଏବେ କିଛି ନା କିଛି ଉପଯୋଗୀ କାର୍ଯ୍ୟରେ ନିୟୋଜିତ ହୋଇପାରିଛୁ ବୋଲି ସେମାନେ କହିଥିଲେ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।

ଜାତୀୟ ପତାକା ନବୀନ ନିବାସ ନବୀନ ପଟ୍ଟନାୟକ ମିଶନ ଶକ୍ତି ମା
Share. Facebook Twitter LinkedIn Email WhatsApp Copy Link

Related Posts

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ଚିର ନିଦ୍ରାରେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ, ସଂଗୀତ ଜଗତରେ ଶୋକର ଛାୟା

August 21, 2026

ପେଲେଟ୍ ଗନ୍ ମାମଲା: ପୋଲିସ ଷ୍ଟେସନ ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ

August 21, 2026
Latest News

ତାରିକ ରହମାନଙ୍କ ଭାରତ ଗସ୍ତକୁ ନେଇ ନୂଆ ଅପଡେଟ୍‌, ବଦଳିଲା ତାରିଖ

August 22, 2026

ମହାନଦୀରୁ ୨ ନାବାଳିକା ଉଦ୍ଧାର

August 22, 2026

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.