Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»୫-ଟି ରେ ରୂପାନ୍ତରିକରଣ ହେବ ବୁର୍ଲା ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍‌ନୋଲୋଜି
ଜାତୀୟ ଖବର

୫-ଟି ରେ ରୂପାନ୍ତରିକରଣ ହେବ ବୁର୍ଲା ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍‌ନୋଲୋଜି

September 17, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
5T ରେ ରୂପାନ୍ତରିକରଣ ହେବ ବୁର୍ଲା ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍‌ନୋଲୋଜି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍‌ନୋଲେଜି  ବା VSSUTର ଉନ୍ନତିକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦିତ କରିଛନ୍ତି । ୨୦୨୬ ସୁଦ୍ଧା ଏହି ଅନୁଷ୍ଠାନରେ ୨୪ଟି ଅଣ୍ଡର ଗ୍ରାଜୁଏଟ ବିଭାଗରେ ୧୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ପାଠ ପଢିବାର ବ୍ୟବସ୍ଥା କରାଯିବ। ଏଥିପାଇଁ ୩ଟି ପର୍ଯ୍ୟାୟରେ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ସୂଚନାଯୋଗ୍ୟ ଯେ ଗତ ଅଗଷ୍ଟ ମାସ ୨୫ ତାରିଖରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବୁର୍ଲା ଗସ୍ତ କରି ଏହାକୁ ଏକ ଉତ୍କର୍ଷ କେନ୍ଦ୍ର ଭାବରେ ବିକଷିତ କରିବା ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଥିଲେ।

ଏହି ମାଷ୍ଟରପ୍ଲାନ ଅନୁଯାୟୀ ୨୦୩୦ ସୁଦ୍ଧା ଏହାକୁ ଏକ ମଲଟି ଡିସପ୍ଲିନାରୀ ଇଂଜିନିୟରିଂ ଆଣ୍ଡ ରିସର୍ଚ୍ଚ ୟୁନିଭରସିଟି ଭାବରେ ବିକଶିତ କରାଯିବ। ଏହା ଦେଶର ପ୍ରମୁଖ ଇଞ୍ଜିନିୟରିଂ ଅନୁଷ୍ଠାନ ଆଇଆଇଟି ଏବଂ ନିଟ୍ ପରି ସଂସ୍ଥା ମାନଙ୍କ ସହିତ ସମକକ୍ଷ ହେବ। ଏଥିରେ ସ୍କୁଲ ଅଫ ଇଜିନିୟରିଂ, ସ୍କିଲ ଡେଭଲପମେଣ୍ଟ ସେଣ୍ଟ, ସ୍କୁଲ ଅଫ ମେଡିକାଲ ଟେକନୋଲୋଜି, ସ୍କୁଲ ଅଫ ବେସିକ ସାଇନସ୍ ପରି ୭ଟି ସ୍କୁଲ ରହିବ।

ମାଷ୍ଟରପ୍ଲାନ ଅନୁଯାୟୀ ଏହି ଅନୁଷ୍ଠାନରେ ୧୦,୮୬୪ ଜଣ ଛାତ୍ରଛାତ୍ରୀ ପାଠ ପଢିବା ପାଇଁ ବ୍ୟବସ୍ଥା କରାଯିବ। ବର୍ତ୍ତମାନ ୨୮୪୯ ଛାତ୍ରଛାତ୍ରୀ ବିଭିନ୍ନ କୋର୍ସରେ ପାଠ ପଢୁଛନ୍ତି। ଏଥିରେ ୭ଟି ସ୍କୁଲରେ ୨୪ଟି ଇଞ୍ଜିନିୟରିଂ ପ୍ରୋଗ୍ରାମ, ୧୪ରୁ ଅଧିକ ବିଭାଗ ଓ ୨୭ରୁ ଅଧିକ ଉତ୍କର୍ଷ କେନ୍ଦ୍ର ଗଠନ କରାଯିବ। ପ୍ରତ୍ୟେକ ସ୍କୁଲରେ ଶ୍ରେଣୀ ଗୃହ, ଲାବୋରେଟୋରୀ, ପ୍ରଫେସର ମାନଙ୍କ ଚାମ୍ବର ଓ ଗ୍ୟାଲେରୀ ରହିବ।

ସମସ୍ତ ସ୍କୁଲରେ ଅତ୍ୟାଧୁନିକ ଗବେଷଣା କେନ୍ଦ୍ର ଓ ଲାବୋରେଟୋରୀ ସୁବିଧା ଉପଲବ୍‌ଧ ହେବ। ପ୍ରତ୍ୟେକ ଉତ୍କର୍ଷ କେନ୍ଦ୍ର ସହିତ ଶିଳ୍ପାନୁଷ୍ଠାନ ମାନଙ୍କର ସହଭାଗୀତା କରାଯିବ ଏବଂ ଏଥିରେ ଅତି କମ୍‌ରେ ଜଣେ ପୂର୍ବତନ ଛାତ୍ର ମେଣ୍ଟର ଭାବରେ ଦାୟିତ୍ବ ଗ୍ରହଣ କରିବେ। ଏହାଦ୍ବାରା ପ୍ରତ୍ୟେକ ଉତ୍କର୍ଷ କେନ୍ଦ୍ର ଶିଳ୍ପାନୁଷ୍ଠାନ ମାନଙ୍କ ପାଇଁ ଅତ୍ୟାଧୁନିକ ଗବେଷଣା ଓ ପରାମର୍ଶ କେନ୍ଦ୍ର ଭାବରେ କାର୍ଯ୍ୟ କରିପାରିବ ଏବଂ ଗ୍ରାମ୍ୟ ଓ ସହରାଞ୍ଚଳର ଉନ୍ନତିକରଣ ପାଇଁ ଏକ ନୋଡାଲ ସେଣ୍ଟର ଭାବରେ ମଧ୍ୟ କାର୍ଯ୍ୟ କରିପାରିବ।

ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୩ ମାସ ମଧ୍ୟରେ ସମସ୍ତ ସ୍ମାର୍ଟ କ୍ଲାସ ରୁମ୍‌ ନିର୍ମାଣ କାମ ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହଷ୍ଟେଲ ଓ ଅନ୍ୟାନ୍ୟ ସାଧାରଣ ମରାମତି କାମକୁ ତୁରନ୍ତ ଶେଷ କରାଯିବ ଏବଂ ଅନୁଷ୍ଠାନକୁ ୨୪ ଘଣ୍ଟିଆ ବିଦ୍ୟୁତ ବ୍ୟବସ୍ଥାର ସୁବିଧା କରାଯିବ। ମୁଖ୍ୟମନ୍ତ୍ରୀ ବିଶ୍ବବିଦ୍ୟାଳୟର କୁଳପତି ଓ ପ୍ରଫେସର ମାନଙ୍କ ସହିତ ଅଲୋଚନା କରିଥିଲେ। ସେମାନେ ସମସ୍ତେ ଏହି ରୂପାନ୍ତର କାର୍ଯ୍ୟର ଉଚ୍ଚପ୍ରଶଂସା କରିବା ସହିତ ଏଥିପାଇଁ ପ୍ରତିବଦ୍ଧତା ସହ କାମ କରିବେ ଦେବେ ବୋଲି ପ୍ରତିଶୃତି ଦେଇଥିଲେ

ଆଲୋଚନା ରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଦକ୍ଷତା ବିକାଶ ବିଭାଗ ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ଉପସ୍ଥାପନା ରଖିଥିଲେ।

୫-ଟି 5T VSSUT ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026
Latest News

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.