Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କଟକ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ମିଶନ ଶକ୍ତି ମା ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

କଟକ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ମିଶନ ଶକ୍ତି ମା ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

September 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
କଟକ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ମିଶନ ଶକ୍ତି ମା ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ କଟକ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟର ପ୍ରଶଂସା କରି କହିଥିଲେ ଯେ ଆପଣମାନଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ସଂପୂର୍ଣ୍ଣ ଭରସା ରହିଛି। ଆପଣମାନେ ମଧ୍ୟ ଗାଁ ଗାଁରେ ବିକାଶର ନେତୃତ୍ବ ନେଇ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନ ଓ ଭରସାକୁ ସାକାର କରିପାରିଛନ୍ତି।

ଜାତୀୟ ପତାକା ତିଆରି ପରି ଏକ ମର୍ଯ୍ୟଦାପୂର୍ଣ୍ଣ ଦାୟିତ୍ବ ଅର୍ପଣ କରିଥିବାରୁ ମିଶନ ଶକ୍ତିର ମା ମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ। ମିଶନ ଶକ୍ତିରେ ସାମିଲ ହୋଇ ଆମେ ଗର୍ବିତ ବୋଲି ସେମାନେ ପ୍ରକାଶ କରିବା ସହିତ ଏଥିପାଇଁ ଆଜି ବିଭିନ୍ନ କ୍ଷେତ୍ରରେ ନିଜର ପ୍ରତିଭାର ବିକାଶ ହୋଇପାରିଛି ବୋଲି ସେମାନେ କହିଥିଲେ ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।

Mission Shakti Mission Shakti Odisha vkpandian ଖୋର୍ଦ୍ଧା ଜିଲ୍ଲା ନୟାଗଡ଼ ଜିଲ୍ଲା ଭି.କେ ପାଣ୍ଡିଆନ ମିଶନ ଶକ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

ଭବାନୀପୁର ଫଳାଫଳ: ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧୫ ହଜାର ଭୋଟରେ ହାରିଲେ ମମତା ବାନାର୍ଜୀ

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026
Latest News

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

ଭବାନୀପୁର ଫଳାଫଳ: ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧୫ ହଜାର ଭୋଟରେ ହାରିଲେ ମମତା ବାନାର୍ଜୀ

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026

ପଶ୍ଚିମବଙ୍ଗରେ ପରାଜୟ ସ୍ୱୀକାର କଲା ଟିଏମସି: ତଥାପି ଗଣତି ପ୍ରକ୍ରିୟା ଉପରେ ଆଣିଲା ଗୁରୁତର ଅଭିଯୋଗ

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.