Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଜାତୀୟ ହସ୍ତତନ୍ତ ମେଳାରେ ସେପ୍ଟେମ୍ବର ୨୨ ତାରିଖ ସୁଦ୍ଧା ୧ କୋଟି ୫୦ ଲକ୍ଷରୁ ଊର୍ଦ୍ଧ ବ୍ୟବସାୟ
ଜାତୀୟ ଖବର

ଜାତୀୟ ହସ୍ତତନ୍ତ ମେଳାରେ ସେପ୍ଟେମ୍ବର ୨୨ ତାରିଖ ସୁଦ୍ଧା ୧ କୋଟି ୫୦ ଲକ୍ଷରୁ ଊର୍ଦ୍ଧ ବ୍ୟବସାୟ

September 23, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଜାତୀୟ ହସ୍ତତନ୍ତ ମେଳାରେ ସେପ୍ଟେମ୍ବର ୨୨ ତାରିଖ ସୁଦ୍ଧା ୧ କୋଟି ୫୦ ଲକ୍ଷରୁ ଊର୍ଦ୍ଧ ବ୍ୟବସାୟ

ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ‘ବୟନିକା’ ଆନୁକୂଲ୍ୟରେ ସ୍ଥାନୀୟ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ସେପେଫମ୍ବର ୧୨ ତାରିଖଠାରୁ ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା ଆରମ୍ଭ ହୋଇଛି। ଏହି ମେଳାରେ ଓଡ଼ିଶା ସମେତ ୧୫ଟି ରାଜ୍ୟ ଅଂଶଗ୍ରହଣ କରିଛନ୍ତି। ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳାରେ ୨୧୫ଟି ଷ୍ଟଲ ଖୋଲାଯାଇଛି । ଏଥି ମଧ୍ୟରୁ ୧୧୫ଟି ଷ୍ଟଲ ଓଡ଼ିଶାର ବିଭିନ୍ନ ସଂସ୍ଥା ଓ ସମିତିମାନଙ୍କ ପାଇଁ ଉଦ୍ଦିଷ୍ଟ। ଅବଶିଷ୍ଟ ୧୦୦ଟି ଷ୍ଟଲ ଅନ୍ୟ ୧୫ଟି ରାଜ୍ୟକୁ ଆବଣ୍ଟିତ କରାଯାଇଛି।

ଏହି ମେଳାରେ ଓଡ଼ିଶାର ବାନ୍ଧବସ୍ତ୍ର ସହ ପଶ୍ଚିମବଙ୍ଗର ଜାମଦାନି ଓ ଟାଙ୍ଗାଇଲ୍‌, ଗୁଜୁରାଟର ପଟୋଲା, ଲକ୍ଷ୍ନୌର ଚିକେନକାରୀ, ଜାମ୍ମୁ ଓ କାଶ୍ମୀରର ପଶମିନା ସାଲ୍‌, ତାମିଲନାଡ଼ୁର କାଂଜିବରମ୍‌ ପାଟଶାଢ଼ି, ଦିଲ୍ଲୀ ଓ ହରିୟାନାର ଫର୍ନିସିଙ୍ଗ ବସ୍ତ୍ର, ପଞ୍ଜାବର କମ୍ବଳ ଓ କର୍ଣ୍ଣାଟକର ସିଲକ୍‌ ଶାଢ଼ି ଆଦି ହସ୍ତତନ୍ତ ବସ୍ତ୍ର ଗ୍ରାହକମାନଙ୍କ ନିମନ୍ତେ ଉପଲବ୍ଧ ହେଉଛି। କୋଭିଡ୍‌୩ ଲକ୍‌ଡାଉନ୍‌ ପାଳନ କରିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି।

ପ୍ରତ୍ୟେକ ଦିନ ସନ୍ଧ୍ୟାରେ ମନୋରଞ୍ଜନ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ବିଶେଷ ସାଂସ୍କୃତିକ କାର୍ଯ୍ୟକ୍ରମ ଭାବେ ସେପେଫମ୍ବର ୨୩ ତାରିଖ ଦିନ ଯୁବ ଉଦୀୟମାନ କଣ୍ଠଶିଳ୍ପୀମାନଙ୍କର ସଂଗୀତ କାର୍ଯ୍ୟକ୍ରମ, ସେପେଫମ୍ବର ୨୫ ତାରିଖ ଦିନ ମୁମ୍ବାଇ ନାଇଟ୍‌, ସେପେଫମ୍ବର ୨୮ ତାରିଖ ଦିନ ରାଜ୍ୟର ପ୍ରଥିତଯଶା କଣ୍ଠଶିଳ୍ପୀମାନଙ୍କ ଦ୍ୱାରା ସଂଗୀତ କାର୍ଯ୍ୟକ୍ରମ, ସେପେଫମ୍ବର ୩୦ ତାରିଖ ଦିନ ସଂଗୀତ କାର୍ଯ୍ୟକ୍ରମ, ଅକେଫାବର ୧ ଠାରୁ ୬ ତାରିଖ ପର୍ଯ୍ୟନ୍ତ ଦାଣ୍ଡିଆ ନୃତ୍ୟ ପରିବେଷଣ ହେବାର କାର୍ଯ୍ୟକ୍ରମ ରହିଛି।

ଛୋଟ ପିଲାମାନଙ୍କର ମନୋରଞ୍ଜନ ପାଇଁ ଦୋଳି, ଚକି୍ର, ମିକିମାଉସ୍‌ ଇତ୍ୟାଦିର ବ୍ୟବସ୍ଥା କରାଯାଇଛି। ସମସ୍ତ ଷ୍ଟଲଗୁଡ଼ିକରେ ବିଭିନ୍ନ ପ୍ରକାରର ବସ୍ତ୍ର ଉପରେ ଆକର୍ଷଣୀୟ ରିହାତିର ବ୍ୟବସ୍ଥା ରହିଛି । ବର୍ଷା ସତ୍ତେ୍ୱ ମେଳାରେ ସେପେଫମ୍ବର ୨୨ ତାରିଖ ସୁଦ୍ଧା ୧ କୋଟି ୫୦ ଲକ୍ଷରୁ ଊଦ୍ଧ୍ୱର୍ ଟଙ୍କାର ବ୍ୟବସାୟ ହୋଇଛି।
ଏହି ଜାତୀୟ ସ୍ତରୀୟ ମେଳା ପ୍ରତ୍ୟହ ଦିନ ୧୧ଟା ୩୦ରୁ ରାତି ୯ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ଖୋଲା ରହୁଛି। ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା ଅକେଫାବର ୯ ତାରିଖ ପର୍ଯ୍ୟନ୍ତ ଚାଲିବ।

ହସ୍ତତନ୍ତ ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026

କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ

September 24, 2026

ସମ୍ବଲପୁରରେ ନକଲି ସିମ୍‌ କାରବାର ଠାବ: ୩ ଅଭିଯୁକ୍ତ ଗିରଫ

September 24, 2026

ଜିଲ୍ଲାପାଳଙ୍କ ଘୋଷଣା: ପ୍ରଥମ ଥର ପାଇଁ ସିଧା ପ୍ରସାରଣ ହେବ କଟକ ଦଶହରା ଭସାଣି

September 24, 2026
Latest News

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026

କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ

September 24, 2026

ସମ୍ବଲପୁରରେ ନକଲି ସିମ୍‌ କାରବାର ଠାବ: ୩ ଅଭିଯୁକ୍ତ ଗିରଫ

September 24, 2026

ଜିଲ୍ଲାପାଳଙ୍କ ଘୋଷଣା: ପ୍ରଥମ ଥର ପାଇଁ ସିଧା ପ୍ରସାରଣ ହେବ କଟକ ଦଶହରା ଭସାଣି

September 24, 2026

ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା: ବାଚସ୍ପତି ଓ ବିଧାନସଭା ସଚିବଙ୍କୁ ହାଇକୋର୍ଟଙ୍କ ନୋଟିସ୍, ୨୯ରେ ପରବର୍ତ୍ତୀ ଶୁଣାଣି

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.