Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟ ଶାସନ ସଚିବ ଏବଂ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବଙ୍କର ଭଦ୍ରକ ଜିଲ୍ଲାଗସ୍ତ
ବିଶେଷ ଖବର

ମୁଖ୍ୟ ଶାସନ ସଚିବ ଏବଂ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବଙ୍କର ଭଦ୍ରକ ଜିଲ୍ଲାଗସ୍ତ

September 23, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ.ପାଣ୍ଡିଆନ୍ ଆଜି ଭଦ୍ରକ ଜିଲ୍ଲା ଅନ୍ତର୍ଗତ ଧାମରା ବନ୍ଦର ଏବଂ ଆରଡ଼ିଧାମ ପରିଦର୍ଶନ କରି ବିଭିନ୍ନ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ସମୀକ୍ଷା କରିଥିଲେ।

ପ୍ରଥମେ ଏହି ସର୍ବୋଚ୍ଚ ପ୍ରଶାସନିକ ଟିମ୍ ଧାମରାରେ ପହଞ୍ଚି ଜାମୁଝାଡିରୁ ଧାମରା ପର୍ଯ୍ୟନ୍ତ ଦୁଇସାରିଆ ରାସ୍ତାର ନିର୍ମାଣ କାର୍ଯ୍ୟ, ଚାନ୍ଦବାଲିରୁ ଧାମରା ପର୍ଯ୍ୟନ୍ତ ସଡ଼କ ସଂଯୋଗ ପାଇଁ ମନ୍ତେଇ ନଦୀ ସେତୁ କାର୍ଯ୍ୟ, ଭଦ୍ରଖ ଧାମରା ରେଳଲାଇନ୍ର ଦୋହରୀକରଣ, ଧାମରାଠାରେ ବନ୍ଦରଭିତ୍ତିକ ଶିଳ୍ପାଞ୍ଚଳ ପ୍ରତିଷ୍ଠା, ବାଲିମେଳାଠାରେ ଏୟାରଷ୍ଟ୍ରିପ୍ ନିର୍ମାଣ, ଧାମରା ବନ୍ଦରରେ ଏଲ୍.ଏନ୍.ଜି. ଗ୍ୟାସ ଟର୍ମିନାଲ ଏବଂ ପାଇପ ଯୋଗେ ରାଜ୍ୟର ବିଭିନ୍ନ ଅଂଚଳକୁ ଗ୍ୟାସ ଯୋଗାଣ ପାଇଁ ଟାଙ୍କି ନିର୍ମାଣ ଆଦି କାର୍ଯ୍ୟର ସମୀକ୍ଷା କରିଥିଲେ।

ସମୀକ୍ଷାରୁ ଜଣାପଡିଥିଲା ଯେ ଜାମୁଝାଡିରୁ ଧାମରା ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅବଶିଷ୍ଟ କାମ ତ୍ୱରାନ୍ୱିତ କରି ନିର୍ଦ୍ଧାରିତ ସମୟସୀମା ପୂର୍ବରୁ କାମ ପୂର୍ଣ୍ଣାଙ୍ଗ କରିବାକୁ ମୁଖ୍ୟ ଶାସନ ସଚିବ ପୁର୍ତ୍ତ ବିଭାଗ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଚଳିତ ବର୍ଷ ଡ଼ିସେମ୍ବର ଶେଷସୁଦ୍ଧା ମନ୍ତେଇ ନଦୀସେତୁ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳ ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ୧୨୦୦ ଏକର ଜମି ଏବଂ ଧାମରା ଏୟାର ଷ୍ଟ୍ରିପ୍ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ। ବନ୍ଦରରେ ବାର୍ଷିକ ୫ ନିୟୁତ କ୍ଷମତା ବିଶିଷ୍ଟ ଏଲ୍.ଏନ୍.ଜି. ଗ୍ୟାସ୍ ଟର୍ମିନାଲ୍ ନିର୍ମାଣ କାର୍ଯ୍ୟରେ ଅଗ୍ରଗତି ସନ୍ତୋଷଜନକ ହୋଇଛି। ଏଥିରେ ପ୍ରାୟ ୬୫୦୦ କୋଟି ଟଙ୍କା ବିନିଯୋଗ ହେବ, ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ଏବଂ ଏହି ଟର୍ମିନାଲ ଓଡ଼ିଶା ସମେତ ଭାରତର ପୂର୍ବ ଏବଂ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟମାନଙ୍କୁ ଗ୍ୟାସ୍ ପରିବହନରେ ସହାୟକ ହେବ।

ପରେ ପରେ ଏହି ଟିମ୍ ଆରଡ଼ିଧାମ ଯାଇ ଆଖଣ୍ଡଳମଣି ମନ୍ଦିର ଏବଂ ଚର୍ତୁପାର୍ଶ୍ୱ ବିକାଶ ପ୍ରକଳ୍ପର କ୍ଷେତ୍ରସ୍ତରୀୟ କାର୍ଯ୍ୟାନ୍ୱୟନ ସମୀକ୍ଷା କରିଥିଲେ। ପ୍ରଥମ ପର୍ଯ୍ୟାୟରେ ହାତକୁ ନିଆଯାଇଥିବା ମନ୍ଦିରର ନୂଆ ସିଂହଦ୍ୱାର ନିର୍ମାଣ, ଶ୍ରାବଣମାସରେ ବାବା ଆଖଣ୍ଡଳମଣିଙ୍କ ଜଳାଭିଷେକ ପାଇଁ ଶ୍ରାବଣୀ ମଣ୍ଡପ ନିର୍ମାଣ, ଗଣେଶ ମଣ୍ଡପର ନବୀକରଣ, ଟ୍ରଷ୍ଟ୍ କାର୍ଯ୍ୟାଳୟ, ମନ୍ଦିର ଭିତରୁ ବାହାରକୁ ଜଳ ନିଷ୍କାସନ ବ୍ୟବସ୍ଥା, ମନ୍ଦିର ବେଢ଼ା ଭିତରେ ଖଣ୍ଡାଲାଇଟ୍ ପଥର ଦ୍ୱାରା ଚର୍ତୁପାର୍ଶ୍ୱ ସୌନ୍ଦର୍ଯ୍ୟକରଣ, ମନ୍ଦିରର ନୂଆ ପାଚେରୀ ନିର୍ମାଣ, ମନ୍ଦିରର ଚାରିଦିଗସ୍ଥ ଗୁମୁଟର ନବୀକରଣ ଓ ବୃକ୍ଷରୋପଣ ଆଦି କାର୍ଯ୍ୟ ଆରମ୍ଭ କରାଯାଇଛି। ଏସବୁ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୬ କୋଟି ଟଙ୍କା ରାଜ୍ୟ ସରକାରଙ୍କ ତରଫରୁ ଯୋଗାଇ ଦିଆଯାଇଛି। ଏହିସବୁ କାମ ନଭେମ୍ବର ୩୦ ତାରିଖ ସୁଦ୍ଧା ସାରିବା ପାଇଁ ୫-ଟି ସଚିବ ଶ୍ରୀ ପାଣ୍ଡିଆନ୍ ସଂପୃକ୍ତ ବିଭାଗର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ପ୍ରକଳ୍ପର ୨ ୟ ପର୍ଯ୍ୟାୟ ପାଇଁ ଶ୍ରୀ ମହାପାତ୍ର ଏବଂ ଶ୍ରୀ ପାଣ୍ଡିଆନ୍ ମନ୍ଦିରର ସେବାୟତ ଓ ସ୍ଥାନୀୟ ଲୋକମାନଙ୍କ ସହ ଆଲୋଚନା କରିଥିଲେ। ଆରଡ଼ି ମନ୍ଦିରକୁ ସଡ଼କ ସଂଯୋଗ ପାଇଁ ସାଳନ୍ଦୀ ନଦୀ ତିନିତର ଘାଟ ନିକଟରେ ସେତୁ ନିର୍ମାଣ କାର୍ଯ୍ୟ ଶିଘ୍ର ଆରମ୍ଭ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ବୈତରଣୀ ନଦୀଉପରେ ପୋଲ ନିର୍ମାଣ ଏବଂ ସେବାୟତମାନଙ୍କର ଅଭାବ ଅସୁବିଧା ଆଦି ବିଷୟ ସେବାୟତମାନେ ଏହି ଟିମକୁ ଜଣାଇଥିଲେ। ଏ ବିଷୟକୁ ସରକାର ସହୃଦୟତାର ସହ ବିଚାର କରି ନିଷ୍ପତ୍ତି ନେବେ ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଥିଲେ।

ପ୍ରସିଦ୍ଧ ଆରଡ଼ିପୀଠର ସର୍ବାଙ୍ଗିନ ବିକାଶ ପାର୍ଇ ୫-ଟି ଶାସନ ସଚିବ ଶ୍ରୀ ପାଣ୍ଡିଆନ୍ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ଏହି ଗସ୍ତ ସମୟରେ ଭଦ୍ରଖର ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ, ଏସ୍.ପି.ଚରଣ ସିଂ ମୀନାଙ୍କ ସମେତ ସଂପୃକ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଆବଶ୍ୟକୀୟ ତଥ୍ୟ ଉପସ୍ଥାପନ କରିଥିଲେ।

ମୁଖ୍ୟ ଶାସନ ସଚିବ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ
Share. Facebook Twitter LinkedIn Email WhatsApp Copy Link

Related Posts

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ନନ୍ଦିଗ୍ରାମ ପରେ ନାମାଙ୍କନ ପ୍ରତ୍ୟାହାର କଲେ ରେଜିନଗର ପ୍ରାର୍ଥୀ

September 19, 2026

ଓସ୍କାର -୨୦୨୭ ଦୌଡ଼ରେ ମରାଠୀ ସିନେମା ‘ଗୋନ୍ଧଲ’

September 19, 2026

ସିନେମା ପ୍ରମାଣପତ୍ର ପାଇଁ ନୂଆ ନିର୍ଦ୍ଦେଶାବଳୀ ଜାରି

September 19, 2026

 ଆଜି ୫୧,୦୦୦ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ

September 19, 2026
Latest News

ଜେସିବି ଧକ୍କାରେ ମୋଟରସାଇକେଲ ଆରୋହୀ ମୃତ

September 19, 2026

“ବଡ଼ ଠକ…”: ମକ୍କା ଚୁକ୍ତି ଉପରେ ପାକିସ୍ତାନକୁ ସମାଲୋଚନା କଲେ ପୂର୍ବତନ ଆମେରିକାର NSA

September 19, 2026

ଗଣେଶ ଭସାଣି ବେଳେ ଜେନେରେଟରରୁ ନିଆଁ ଲାଗି ୫ ଶିଶୁ ଗୁରୁତର

September 19, 2026

ଋଷ-ଇରାନ ପ୍ରତିବନ୍ଧକ ବିଲ୍‌ରେ ସ୍ୱାକ୍ଷର କଲେ ଟ୍ରମ୍ପ, ଲାଗିପାରେ ୧୦୦% ଯାଏଁ ଶୁଳ୍କ

September 19, 2026

କୁନୋରେ ଭାରତ-ଜନ୍ମିତ ‘KGP12’ ଦେଲା ୪ ଶାବକ, ମୋଟ ସଂଖ୍ୟା ୫୬କୁ ବୃଦ୍ଧି

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.