Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଗୁରୁବାର ଦିନ ଦୁଲିକିବ ଓଡିଶା ରାଜନୀତି, ବିଜେଡି ବିଜେପି ମୁହାଁମୁହିଁ, ନବୀନ ବନାମ ନଡ୍ଡା
ଜାତୀୟ ଖବର

ଗୁରୁବାର ଦିନ ଦୁଲିକିବ ଓଡିଶା ରାଜନୀତି, ବିଜେଡି ବିଜେପି ମୁହାଁମୁହିଁ, ନବୀନ ବନାମ ନଡ୍ଡା

September 27, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଗୁରୁବାର ଦିନ ଦୁଲିକିବ ଓଡିଶା ରାଜନୀତି, ବିଜେଡି ବିଜେପି ମୁହାଁମୁହିଁ, ନବୀନ ବନାମ ନଡ୍ଡା

ଭୁବନେଶ୍ବର: ଆସନ୍ତା ଗୁରୁବାର ଦିନ ଓଡିଶା ରାଜନୀତିରେ ଧଡକନ ସୃଷ୍ଟି ହେବ। ସାଧାରଣ ନିର୍ବାଚନ ତଥା ଓଡିଶା ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ରାଜ୍ୟ ରାଜନୀତିରେ କମ୍ପନ ସୃଷ୍ଟି ହେବାରେ ଲାଗିଛି। ଉଭୟ ବିଜେଡି ଏବଂ ବିଜେପି ସହିତ କଂଗ୍ରେସ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇ ଲୋକଙ୍କ ନିକଟତର ହେବାକୁ ପ୍ରଚେଷ୍ଠା ଆରମ୍ଭ କରିଦେଇଛନ୍ତି।

ତେବେ ଆସନ୍ତା ଗୁରୁବାର 29 ତାରିଖରେ ଓଡିଶା ରାଡନୀତିରେ ଅଧିକ କଂପନ ସୃଷ୍ଟି ହେବ। କାରଣ ସେଦିନ ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ବିଜେପି ମହାସମାବେଶର ଆୟୋଜନ କରୁଛନ୍ତି। ବିଜେଡି ବରମୁଣ୍ଡ ପଡିଆରେ ବିରାଟ ବୈଠକ କରିବ। ଯେଉଁଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ। ଏଥିରେ ସମସ୍ତ ବିଧାୟକ ସାଂସଦ, ଛାମୁଆ ସଂଗଠନର ମୁଖିଆ ଏବଂ ଅନ୍ୟ ନିର୍ବାଚିତ ପ୍ରତିନିଧି ଯୋଗଦେବେ।

ସେହିପରି ସେହି ଦିନ ବିଜେପି ମଧ୍ୟ ଭୁବନେଶ୍ବରର ଜନତା ମଇଦାନରେ ଅନୁରୂପ ମହାସମାବେଶର ଆୟୋଜନ କରିଛି। ସେହି ସଭାରେ ଯୋଗଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏଥିପାଇଁ ବିଜେପି ତରଫରୁ ବହୁ ଆଡମ୍ବର କରାଯାଇଛି। ନଡ୍ଡା  29 ତାରିଖ ସକାଳେ ଆସିବେ। ତାଙ୍କୁ ଏକ ବିରାଟ ଶୋଭାଯାତ୍ରାରେ ଦଳୀୟ କାର୍ଯ୍ୟାଳୟକୁ ନିଆଯିବ।

ଜେପି ନଡ୍ଡା ବିଜେପି ଅଫିସରୁ ସିଧା ଜନତା ମଇଦାନ ଯିବେ। ସେଠାରେ ଦଳର ନେତାମାନଙ୍କୁ ନିଜର ଅଭିଭାଷଣ ପ୍ରଦାନ କରିବେ। ଏହାପରେ ସେ ଦଳୀୟ କାର୍ଯ୍ୟାଳୟକୁ ଆସି ଦଳର ପ୍ରମୁଖ ନେତାମାନଙ୍କ ସହିତ ଆଲୋଚନା କରିବେ। ନଡ୍ଡାଙ୍କ ଓଡିଶା ଗସ୍ତ ନେଇ ବିଜେପି ଶିବିର ବେଶ ଉତଫୁଲିତ ହୋଇପଡିଛି।

ସେହିପରି ବିଜେଡି, ବିଜେପିକୁ ଶକ୍ତିହୀନ ପ୍ରମାଣିତ କରିବା ପାଇଁ ତାହାର ଶକ୍ତି ପ୍ରଦର୍ଶନ ପାଇଁ ଉଦ୍ୟମ ଜାରୀ ରଖିଛି। ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ନେତୃତ୍ବରେ ଏହି ପ୍ରସ୍ତୁତି ଜୋରଦାର କରାଯାଇଛି। ବରମୁଣ୍ଡା ପଡିଆରେ ଯେପରି ଶୃଙ୍ଖଳିତ ଭାବେ ଏହି କାର୍ଯ୍ୟକ୍ରମ ସଫଳତାର ସହ ହେବ ସେ ନେଇ ପ୍ରଣବ ପ୍ରକାଶ ଘନଘନ ବୈଠକ ଜାରୀ ରଖିଛନ୍ତି।

ବିଜେଡି ବିଜେପି ସହିତ ସେହିଦିନ କଂଗ୍ରେସ ମଧ୍ୟ ତାହାର କାର୍ଯ୍ୟକ୍ରମ କରିବାକୁ ନିଷ୍ପତି କରିଛି। ଭାରତ ଯୋଡ କାର୍ଯ୍ୟକ୍ରମ ମାଧ୍ୟମରେ ସେଦିନ ଲୋକଙ୍କ ନିକଟରେ ପହଁଛିବା ପାଇଁ ସଭାପତି ଶରତ ପଟ୍ଟନାୟକ ମଧ୍ୟ ଉଦ୍ୟମ ଜାରି ରଖିଛନ୍ତି। ଅନ୍ୟପକ୍ଷରେ ଓଡିଶାରେ ଆମ ଆଦମୀ ପାର୍ଟି ମଧ୍ୟ 29 ତାରିଖରେ ବ୍ଲକ ସ୍ତରୀୟ କାର୍ଯ୍ୟକ୍ରମ ରଖିଛି।

ଏଥିରୁ ସ୍ପଷ୍ଟ ହେଲାଣି ଯେ, ବର୍ତ୍ତମାନ ଓଡିଶାର ସମସ୍ତ ରାଜନୈତିକ ଦଳ ନିର୍ବାଚନକୁ ଦୃଷ୍ଟିରେ ରଖି ସେମାନଙ୍କ ପ୍ରଚାର ଆରମ୍ଭ କରିବାକୁ ଯୋଜନା କରିସାରିଲେଣି। ଗୁରୁବାର ଦିନ ଏହାର ପୂର୍ଣ୍ଣାଙ୍ଗ ରୂପ ନେବ ବୋଲି ଜଣାପଡିସାରିଲାଣି।

ଜେ ପି ନଡ୍ଡା ପ୍ରଣବ ପ୍ରକାଶ ଦାସ ବିଜେଡି ବିଜେଡି ସଭାପତି ବିଜେପି ମହାସମାବେଶ
Share. Facebook Twitter LinkedIn Email WhatsApp Copy Link

Related Posts

ବାହାର ରତ୍ନଭଣ୍ଡାର ଗଣତି ମଣତି ଶେଷ

April 11, 2026

ସବୁ କଲେଜରେ ଗଠନ ହେବ ଆଇସିସି କମିଟି

April 11, 2026

ବଦଳୁଛି ପଶ୍ଚିମ ଏସିଆ ପରିସ୍ଥିତି: ଭାରତକୁ ଆସୁଛି ଆହୁରି ୨୦ ହଜାର ମେଟ୍ରିକ ଟନ୍‍ ଏଲ୍‍ପିଜି

April 11, 2026

ପରଦାରେ ଚାଲିଲା ‘ଆଫା’ର ଯାଦୁ: ଏବେ ତେଲୁଗୁରେ ହେବ ରିମେକ୍

April 11, 2026
Latest News

ଲୋକପ୍ରିୟ ଗାୟିକା ଆଶା ଭୋସ୍‌ଲେ ଅସୁସ୍ଥ

April 11, 2026

ବାହାର ରତ୍ନଭଣ୍ଡାର ଗଣତି ମଣତି ଶେଷ

April 11, 2026

ସବୁ କଲେଜରେ ଗଠନ ହେବ ଆଇସିସି କମିଟି

April 11, 2026

ବଦଳୁଛି ପଶ୍ଚିମ ଏସିଆ ପରିସ୍ଥିତି: ଭାରତକୁ ଆସୁଛି ଆହୁରି ୨୦ ହଜାର ମେଟ୍ରିକ ଟନ୍‍ ଏଲ୍‍ପିଜି

April 11, 2026

ପରଦାରେ ଚାଲିଲା ‘ଆଫା’ର ଯାଦୁ: ଏବେ ତେଲୁଗୁରେ ହେବ ରିମେକ୍

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.