Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜାପାନ ପ୍ରଧାନମନ୍ତ୍ରୀଙ୍କ ସହିତ ଦ୍ବିପାକ୍ଷିକ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦଘାଟନୀ ବକ୍ତବ୍ୟ
ବିଶେଷ ଖବର

ଜାପାନ ପ୍ରଧାନମନ୍ତ୍ରୀଙ୍କ ସହିତ ଦ୍ବିପାକ୍ଷିକ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦଘାଟନୀ ବକ୍ତବ୍ୟ

September 27, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ରାଷ୍ଟ୍ରୀୟ ଅନ୍ତିମ ସଂସ୍କାରରେ ଯୋଗଦେଇଛନ୍ତି। ଆଜି ଟୋକିଓରେ ଅନୁଷ୍ଠିତ ଅନ୍ତିମ ସଂସ୍କାରରେ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ଜାପାନ ପ୍ରଧାନମନ୍ତ୍ରୀଙ୍କ ସହିତ ଦ୍ବିପାକ୍ଷିକ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଂଶଗ୍ରହଣ କରିଛନ୍ତି। ଏହି ଦ୍ବିପାକ୍ଷିକ ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କର ଉଦଘାଟନୀ ବକ୍ତବ୍ୟ ରଖିଛନ୍ତି।

ପ୍ରଧାନମନ୍ତ୍ରୀ ତାଙ୍କ ବକ୍ତବ୍ୟରେ କହିଛନ୍ତି ଯେ, ଆଜି ଏକ ଦୁଃଖଦ ବେଳାରେ ଆମ ଦୁହିଁଙ୍କର ଭେଟ ହୋଇଛି। ଆଜି ଜାପାନରେ ଆସି ପହଞ୍ଚିବା ପରେ, ମୁଁ ଅଧିକ ଶୋକାଭିଭୂତ ଅନୁଭବ କରୁଛି। କାରଣ ଗତ ଥର ଯେତେବେଳେ ମୁଁ ଏଠାକୁ ଆସିଥିଲି ଆବେ ସାନଙ୍କ ସହିତ ଦୀର୍ଘ ସମୟ ଧରି କଥା ହୋଇଥିଲି। ତା’ଛଡ଼ା ଫେରିଯିବା ପରେ ଏମିତି ଏକ ଦୁଃଖଦ ଖବର ଶୁଣିବାର ପରିସ୍ଥିତି ଉପୁଜିବ ବୋଲି କେବେ କଳ୍ପନା ସୁଦ୍ଧା କରିପାରିନଥିଲି।

ଆବେ ସାନ ଏବଂ ତାଙ୍କ ସହ ଆପଣ ମଧ୍ୟ ବିଦେଶ ମନ୍ତ୍ରୀ ଭାବେ ଭାରତ ଏବଂ ଜାପାନ ସମ୍ପର୍କକୁ ନୂଆ ଉଚ୍ଚତାକୁ ନେଇ ଯାଇଛନ୍ତି । ଅନେକ କ୍ଷେତ୍ରରେ ଏହି ସମ୍ପର୍କକୁ ଅଧିକ ବିସ୍ତାରିତ କରିଛନ୍ତି। ଆମର ବନ୍ଧୁତା, ଭାରତ- ଜାପାନ ମୈତ୍ରୀ ବିଶ୍ବସ୍ତରରେ ଏକ ପ୍ରଭାବ ସୃଷ୍ଟି କରିବାରେ ବହୁତ ବଡ଼ ଭୂମିକା ନିର୍ବାହ କରିଛି। ଆଉ ଏ ସବୁ ପାଇଁ ଆଜି ଭାରତର ଜନସାଧାରଣ ଆବେ ସାନଙ୍କୁ ଖୁବ୍‌ ମନେ ପକାଉଛନ୍ତି, ଜାପାନକୁ ମନେ ପକାଉଛନ୍ତି। ଭାରତ ସବୁବେଳେ ଏକ ପ୍ରକାରରେ ତାଙ୍କର ଅନୁପସ୍ଥିତି ଜନିତ ଶୂନ୍ୟସ୍ଥାନକୁ ଅନୁଭବ କରୁଛି।

କିନ୍ତୁ ମୋର ବିଶ୍ବାସ ରହିଛି ଯେ ଆପଣଙ୍କ ନେତୃତ୍ବରେ ଭାରତ- ଜାପାନ ସମ୍ପର୍କ ଆହୁରି ଅଧିକ ନିବିଡ଼ ହେବ, ଆହୁରି ଅଧିକ ଉଚ୍ଚତା ଛୁଇଁବ। ଆମେ ବିଶ୍ବର ସମସ୍ୟା ସମାଧାନ କରିବାରେ ଏକ ଉପଯୁକ୍ତ ଭୂମିକା ନିର୍ବାହ କରିବା ଲାଗି ସକ୍ଷମ ହୋଇପାରିବୁ, ମୋର ସମ୍ପୂର୍ଣ୍ଣ ବିଶ୍ବାସ ରହିଛି।

ଜାପାନ ପ୍ରଧାନମନ୍ତ୍ରୀ ଦ୍ବିପାକ୍ଷିକ ବୈଠକ ନରେନ୍ଦ୍ର ମୋଦୀ ସିଞ୍ଜୋ ଆବେ
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ପ୍ରପୀଡ଼ିତ ନେପାଳକୁ ବିଜୁଳି ଯୋଗାଇଲା ଭାରତ

September 15, 2026

ସେମିକନ୍ ଇଣ୍ଡିଆ ୨୦୨୬: ସେପ୍ଟେମ୍ବର ୧୭ରେ ୫ମ ସଂସ୍କରଣର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

September 15, 2026

ଜମିକୁ ପାଣି ମଡ଼ାଇବାକୁ କେନ୍ଦ୍ର କରି ଦିଅର-ଭାଉଜ ମାଡ଼ପିଟ୍‌: ଭାଉଜଙ୍କ ଭାଙ୍ଗିଲା ହାତ, ଦିଅର ଗିରଫ

September 15, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ ଜଳିବ ‘ଆଶୀର୍ବାଦର ଦୀପ’: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 15, 2026
Latest News

ମୋବାଇଲ୍ କିସ୍ତି ପାଇଁ ଯୁବକଙ୍କୁ ଅପହରଣ! ୫ ଦିନ ବନ୍ଧକ ରଖିଥିବା ଅଭିଯୋଗ

September 15, 2026

‘ଗ୍ୟାସ୍’ ଭାବି ଏହି ଲକ୍ଷଣକୁ ଅଣଦେଖା କରୁଛନ୍ତି କି? ହୋଇପାରେ ବଡ଼ ସ୍ୱାସ୍ଥ୍ୟ ସଙ୍କେତ

September 15, 2026

ବ୍ୟାଙ୍କ ଲୁଟ୍‌ ପୂର୍ବରୁ ପୁଲିସର ମାଷ୍ଟରଷ୍ଟ୍ରୋକ୍‌; ମଧ୍ୟରାତ୍ରିରେ ଧରାପଡ଼ିଲା ଡକାୟତ ଗ୍ୟାଙ୍ଗ

September 15, 2026

ସାଇଡ୍ ଷ୍ଟ୍ରେନ୍ ଆଘାତ ଯୋଗୁଁ ଆଫଗାନିସ୍ତାନ ସିରିଜ୍‌ରୁ ବାଦ୍ ପଡ଼ିଲେ ବରୁଣ ଚକ୍ରବର୍ତ୍ତୀ

September 15, 2026

ଗାଧୋଇବାକୁ ଯାଇ ଆଉ ଫେରିଲେନି ସଞ୍ଜୟ, ସକାଳେ ପୋଖରୀରୁ ମିଳିଲା ମୃତଦେହ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.