Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମହଙ୍ଗା ଭତ୍ତା ଓ ମହଙ୍ଗା ସହାୟତାର ଅତିରିକ୍ତ ୪% କିସ୍ତି ଜାରି କରିବା ପ୍ରସ୍ତାବକୁ ମଞ୍ଜୁର କଲେ କେନ୍ଦ୍ର କ୍ୟାବିନେଟ୍‌
ବିଶେଷ ଖବର

ମହଙ୍ଗା ଭତ୍ତା ଓ ମହଙ୍ଗା ସହାୟତାର ଅତିରିକ୍ତ ୪% କିସ୍ତି ଜାରି କରିବା ପ୍ରସ୍ତାବକୁ ମଞ୍ଜୁର କଲେ କେନ୍ଦ୍ର କ୍ୟାବିନେଟ୍‌

September 28, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
କ୍ୟାବିନେଟ୍‌ ଅନୁମୋଦନ
କ୍ୟାବିନେଟ୍‌ ର ବଡ଼ ନିଷ୍ପତ୍ତି: ଗହମ ସମେତ ଏହି ୬ ଟି ଫସଲର ବଢିଲା ଏମଏସପି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀ ମାନଙ୍କୁ ଯଥାକ୍ରମେ ମହଙ୍ଗା ଭତ୍ତା (ଡିଏ) ଏବଂ ମହଙ୍ଗା ସହାୟତା (ଡିଆର)ର ଅତିରିକ୍ତ ୪% ଜାରି କରିବା ପ୍ରସ୍ତାବକୁ ମଞ୍ଜୁର କରାଯାଇଛି। ପାର୍ବଣ ଋତୁ ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀମାନଙ୍କ ଲାଭ ପାଇଁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଜୁନ ୨୦୨୨ରେ ଶେଷ ହେଉଥିବା ଅବଧିରେ ସର୍ବଭାରତୀୟ ଉପଭୋକ୍ତା ମୂଲ୍ୟ ସୂଚକାଙ୍କର ୧୨ ମାସିଆ ହାରାହାରୀ ବୃଦ୍ଧି ପ୍ରତିଶତକୁ ଆଧାର କରି ଡିଏ ଏବଂ ଡିଆରରେ ଏହି ବୃଦ୍ଧି କରାଯାଇଛି।

୧ ଜୁଲାଇ, ୨୦୨୨ ଠାରୁ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଯଥାକ୍ରମେ ଅଧିକ ପରିମାଣର ମହଙ୍ଗା ଭତ୍ତା ଓ ମହଙ୍ଗା ସହାୟତା ପାଇବା ଲାଗି ହକଦାର ହେବେ।

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ବୃଦ୍ଧି କାରଣରୁ ରାଜକୋଷ ଉପରେ ବାର୍ଷିକ ୬,୫୯୧ କୋଟି ଟଙ୍କାର ବୋଝ ପଡ଼ିବ ବୋଲି ଆକଳନ କରାଯାଇଛି। ସେହିପରି ୨୦୨୨-୨୩ ଆର୍ଥିକ ବର୍ଷ (ଜୁଲାଇ, ୨୦୨୨ରୁ ଫେବୃଆରୀ ୨୦୨୩ ପର୍ଯ୍ୟନ୍ତ ୮ ମାସର ଅବଧି)ରେ ଏଥିପାଇଁ  ସରକାର ୪,୩୯୪ କୋଟି ଟଙ୍କା ରାଜକୋଷରୁ ବ୍ୟୟ କରିବେ।

ଅନ୍ୟପକ୍ଷରେ ପେନସନଭୋଗୀଙ୍କ ମହଙ୍ଗା ସହାୟତା ବୃଦ୍ଧି କାରଣରୁ ରାଜକୋଷ ଉପରେ ବାର୍ଷିକ ୬ହଜାର ୨୬୧ କୋଟି ୨୦ ଲକ୍ଷ ଟଙ୍କା ବୋଝ ପଡ଼ିବ ବୋଲି ଅନୁମାନ କରାଯାଉଛି। ୨୦୨୨-୨୩ ଆର୍ଥିକ ବର୍ଷ (ଜୁଲାଇ, ୨୦୨୨ରୁ ଫେବୃଆରୀ ୨୦୨୩ ପର୍ଯ୍ୟନ୍ତ ୮ ମାସର ଅବଧି)ରେ ସରକାର ଏଥିପାଇଁ ରାଜକୋଷରୁ ୪,୧୭୪.୧୨ କୋଟି ଟଙ୍କା ବ୍ୟୟ କରିବେ।

ଉଭୟ ମହଙ୍ଗା ଭତ୍ତା ଏବଂ ମହଙ୍ଗା ସହାୟତାକୁ ମିଶାଇଲେ ସରକାରଙ୍କୁ ପ୍ରତିବର୍ଷ ରାଜକୋଷରୁ ୧୨,୮୫୨.୫୬ କୋଟି ଟଙ୍କା ବ୍ୟୟ କରିବାକୁ ପଡ଼ିବ। ସେହିପରି ୨୦୨୨-୨୩ ଆର୍ଥିକ ବର୍ଷ (ଜୁଲାଇ, ୨୦୨୨ରୁ ଫେବୃଆରୀ ୨୦୨୩ ପର୍ଯ୍ୟନ୍ତ ୮ ମାସର ଅବଧି)ରେ ଏଥିପାଇଁ ରାଜକୋଷ ଉପରେ ୮ହଜାର ୫୬୮.୩୬ କୋଟି ଟଙ୍କାର ବ୍ୟୟଭାର ପଡ଼ିବ।

କେନ୍ଦ୍ର କ୍ୟାବିନେଟ୍ ନରେନ୍ଦ୍ର ମୋଦୀ ମହଙ୍ଗା ଭତ୍ତା
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଜନ୍ତରମନ୍ତରଠାରେ ଆନ୍ଦୋଳନ କରିବ ସିଜେପି

October 9, 2026

ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲା: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଛାନ୍‌ଭିନ୍‌

October 9, 2026

ଓଆଇଏସ୍ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନ: ସଠିକ୍‌, ଶୀଘ୍ର ଓ ସରଳତା

October 9, 2026

୪୮ତମ ବିଶ୍ବ ଦକ୍ଷତା ପ୍ରତିଯୋଗିତାରେ ‘ଟିମ୍ ଇଣ୍ଡିଆ’ର ପ୍ରତିନିଧିମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

October 9, 2026
Latest News

ସ୍ୱଚ୍ଛତା ଓ ବିଚାରାଧୀନ ମାମଲା ତ୍ୱରାନ୍ୱିତ କରିବା ପାଇଁ ସ୍ୱତନ୍ତ୍ର ଅଭିଯାନ ୬.୦ ଆରମ୍ଭ

October 10, 2026

ଆଜି ମହାଳୟା କାହିଁକି ପିତୃପୁରୁଷଙ୍କ ଦିଆଯାଇଥାଏ ଶ୍ରାଦ୍ଧ?

October 10, 2026

ଅକ୍ଟୋବର ୧୩ ବେଳକୁ ବଙ୍ଗୋପସାଗରରେ ଲଘୁଚାପ!

October 10, 2026

ଆଜି ଅକ୍ଟୋବର ୧୦ ତାରିଖରେ ଏହି ରାଶିଗୁଡିକର ଭାଗ୍ୟରେ ହେଲା ପରିବର୍ତ୍ତନ

October 10, 2026

ପୁଣି ଜନ୍ତରମନ୍ତରଠାରେ ଆନ୍ଦୋଳନ କରିବ ସିଜେପି

October 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.