Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପଦ୍ମପୁର ବିଧାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଶ୍ରଦ୍ଧାଞ୍ଜଳୀ ଦେଲେ ପ୍ରଣବ ଦାସ
ବିଶେଷ ଖବର

ପଦ୍ମପୁର ବିଧାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଶ୍ରଦ୍ଧାଞ୍ଜଳୀ ଦେଲେ ପ୍ରଣବ ଦାସ

October 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଧାୟକ ବିଜୟରଂଜନ ସିଂ ବରିହାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳୀ ଦେଲେ ପ୍ରଣବ ପ୍ରକାଶ ଦାସ

ଭୁବନେଶ୍ବର: ବିଜେଡିର ପଦ୍ମପୁର ବିଧାୟକ ବିଜୟରଂଜନ ସିଂ ବରିହାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ ଏକ ବାର୍ତ୍ତାରେ କହିଛନ୍ତି ଯେ, ‘ପଦ୍ମପୁର ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।’

ସେହିପରି ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରିଛନ୍ତି ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ। ସେ ଦଳ ତରଫରୁ ଏହି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି। ଗତକାଲି ରାତିରେ ବରିହା ଶେଷ ନିଃଶ୍ବାସ ତ୍ୟାଗ କରିଥିଲେ। ତାଙ୍କର ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

ବିଜୟରଂଜନ ଗତ କିଛିଦିନ ଧରି ଅସୁସ୍ଥ ହୋଇ ଭୁବନେଶ୍ବରରେ ଚିକିତ୍ସିତ ହେଉଥିଲେ। ହେଲେ ଗତକାଲି ରାତିରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା। ସେ ବରଗଡ଼ ଜିଲ୍ଲା ପଦ୍ମପୁରରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୦ରୁ୨୦୦୦ ଯାଏଁ ସେ ଜନତା ଦଳ ଟିକେଟରେ ଏହି ଆସନରୁ ବିଧାନସଭାକୁ ପ୍ରଥମ ଥର ନିର୍ବାଚିତ ହୋଇଥିଲେ।

ଏହା ପରେ ସେ ୨୦୦୦ ଏବଂ ୨୦୦୯ରେ ବିଜେଡି ପ୍ରାର୍ଥୀ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ସେ ବିଜେଡି ସରକାରରେ ମନ୍ତ୍ରୀ ହୋଇଥିଲେ। ତେବେ ୨୦୧୪ ବିଧାନସଭା ନିର୍ବାଚନରେ ତାଙ୍କୁ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କଠାରୁ ପରାଜୟ ବରଣ କରିବାକୁ ପଡ଼ିଥିଲା। ୨୦୧୯ ନିର୍ବାଚନରେ ବିଜୟ ରଂଜନ ସିଂହ ବରିହା ପୁଣି ପଦ୍ମପୁର ଆସନରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

ନବୀନ ପଟ୍ଟନାୟକ ପ୍ରଣବ ପ୍ରକାଶ ଦାସ ବିଜେଡ଼ି ବିଧାୟକ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026
Latest News

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.