Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଧାମନଗର ଉପନିର୍ବାଚନ: ନଭେମ୍ବର ୩ରେ ଭୋଟ, ଆସନ୍ତାକାଲି ପ୍ରକାଶ ପାଇବ ବିଜ୍ଞପ୍ତି
ବିଶେଷ ଖବର

ଧାମନଗର ଉପନିର୍ବାଚନ: ନଭେମ୍ବର ୩ରେ ଭୋଟ, ଆସନ୍ତାକାଲି ପ୍ରକାଶ ପାଇବ ବିଜ୍ଞପ୍ତି

October 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଧାମନଗର ଉପନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳଗୁଡିକ ପ୍ରସ୍ତୁତ ଆରମ୍ଭ କରିଦେଇଛନ୍ତି। ନଭେମ୍ବର ୩ ତାରିଖରେ ଧାମନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ୬ ତାରିଖରେ ଫଳାଫଳ ପ୍ରକାଶ ପାଇବ। ତେବେ ଏହି ଉପନିର୍ବାଚନ ପାଇଁ ଆସନ୍ତାକାଲି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ। ଆସନ୍ତା ୧୪ ତାରିଖ ନାମାଙ୍କନ ପାଇଁ ଶେଷ ତାରିଖ ଥିବା ବେଳେ ୧୫ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା ରହିଛି। ସେହିଭଳି ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଶେଷ ଦିନ ୧୭ ତାରିଖ ରହିଛି।

ତେବେ ସମୟ ପାଖେଇ ଆସୁଥିବା ବେଳେ କୌଣସି ରାଜନୈତିକ ଦଳ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗ ପରେ ତାଙ୍କ ପୁଅ ସୁରଜ୍ ସୂର୍ଯ୍ୟବଂଶୀଙ୍କୁ ବିଜେପି ପ୍ରାର୍ଥୀ କରିବ ବୋଲି ଆଲୋଚନା ହେଉଛି।

ସେପଟେ ବିଜେପି ହାତରୁ ସିଟ ଛଡ଼ାଇବା ପାଇଁ ଶାସକ ଦଳ ସମ୍ପୂର୍ଣ୍ଣ ଚେଷ୍ଟା କରିବ। ତେବେ ବିଜେଡ଼ି ପକ୍ଷରୁ କାହାକୁ ଟିକେଟ ମିଳିବ, ତାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ୨୦୧୯ ନିର୍ବାଚନରେ ବିଷ୍ଣୁ ସେଠୀଙ୍କଠାରୁ ପରାସ୍ତ ହୋଇଥିବା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସଙ୍କୁ ବିଜେଡ଼ି ପ୍ରାର୍ଥୀ କରିବ ନା ଅନ୍ୟ କାହାକୁ ଟିକେଟ ଦେବ, ତାହାକୁ ନେଇ ଦ୍ଵନ୍ଦ୍ଵ ଲାଗିରହିଛି।  କିନ୍ତୁ କୌଣସି ଏକ ନୂଆ ଯୁବ ନେତାଙ୍କୁ ବିଜେଡ଼ି ସୁପ୍ରିମ ଟିକେଟ ଦେବେ ବୋଲି ଆଲୋଚନା ହେଉଛି।

ସେହିଭଳି କଂଗ୍ରେସ ଏହି ଉପନିର୍ବାଚନରେ ବାଜିମାତ କରିବ ବୋଲି ଆଶା ରଖିଛି। ସେଥିପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ମନୋନୀତ କରିବାକୁ ୩ ପୂର୍ବତନ ସଭାପତିଙ୍କୁ ଦାୟିତ୍ବ ବାଣ୍ଟିଛି। ତେବେ ସେଠାରେ କେଉଁ ନେତାଙ୍କୁ ଟିକେଟ ମିଳିବ, ତାହାକୁ ନେଇ ଦଳୀୟ କର୍ମୀଙ୍କ ମଧ୍ୟରେ ସସ୍ପେନ୍ସ ରହିଛି।

ଧାମନଗର ଉପନିର୍ବାଚନ ପ୍ରକାଶ ପାଇବ ବିଜ୍ଞପ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ସଂକଟର ମୁକାବିଲା ଲାଗି ପ୍ରଧାନମନ୍ତ୍ରୀଙ୍କ ନିବେଦନ ପରେ ୪୦ରୁ ଅଧିକ ଦେଶ ଶକ୍ତି ସଞ୍ଚୟ ପାଇଁ ନେଲେ ପଦକ୍ଷେପ

May 12, 2026

ମାତୃତ୍ଵ ଲାଭ ପରେ ପୁଣି ଥରେ କର୍ମକ୍ଷେତ୍ରକୁ ଫେରିବା ପାଇଁ ମହିଳାଙ୍କୁ ସଶକ୍ତ କରିଛି ଜିଓ

May 12, 2026

ଜୁଲାଇ ପହିଲାରୁ ଭିବି – ଜି ରାମ ଜି ଆଇନ୍

May 12, 2026

ସୁନା ମୂଲ୍ୟରେ ସବୁଠାରୁ ବଡ଼ ହ୍ରାସ କେବେ ଘଟିଥିଲା ? ଜାଣନ୍ତୁ ସୁନାର ମୂଲ୍ୟ ହ୍ରାସର ଇତିହାସ ବିଷୟରେ

May 12, 2026
Latest News

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.