Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»“ସ୍ଥାନ ଭିତ୍ତିକ ଗବେଷଣା ସଂକଳନ”ର ଉନ୍ମୋଚନ କଲେ ମୁଖ୍ୟ ଶାସନ ସଚିବ, ଜାଣନ୍ତୁ ଏହା କଣ
ଜାତୀୟ ଖବର

“ସ୍ଥାନ ଭିତ୍ତିକ ଗବେଷଣା ସଂକଳନ”ର ଉନ୍ମୋଚନ କଲେ ମୁଖ୍ୟ ଶାସନ ସଚିବ, ଜାଣନ୍ତୁ ଏହା କଣ

October 6, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
“ସ୍ଥାନ ଭିତ୍ତିକ ଗବେଷଣା ସଂକଳନ”ର ଉନ୍ମୋଚନ କଲେ ମୁଖ୍ୟ ଶାସନ ସଚିବ, ଜାଣନ୍ତୁ ଏହା କଣ

ଭୁବନେଶ୍ବର: ଫଳାଫଳ ଭିତ୍ତିକ ଉନ୍ନୟନମୂଳକ ପରିଚାଳନା ଦିଗରେ ଅନ୍ୟ ଏକ ପଦକ୍ଷେପ ସ୍ୱରୁପ ରାଜ୍ୟ ସରକାର ସ୍ଥାନ ଭିତ୍ତିକ ଅଧ୍ୟୟନ କାର‌୍ୟ୍ୟ ଆରମ୍ଭ କରିଛନ୍ତି। ଗୋପବନ୍ଧୁ ପ୍ରଶାସନିକ ଏକାଡ଼େମୀର ଉତ୍କର୍ଷ କେନ୍ଦ୍ର ଦ୍ୱାରା ପ୍ରସ୍ତୁତ ପ୍ରଥମ ସ୍ଥାନ ଭିତ୍ତିକ ଗବେଷଣା ସଂକଳନକୁ ଆଜି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଉନ୍ମୋଚନ କରିଛନ୍ତି। ଏଥି ପାଇଁ ରାଜ୍ୟ ଲୋକସେବା ଭବନ ସଭାଗୃହରେ ଆୟୋଜିତ ବୈଠକରେ ଗୋପବନ୍ଧୁ ଏକାଡ଼େମୀର ମହା ନିର୍ଦ୍ଦେଶକ ଶ୍ରୀମତୀ ରଂଜନା ଚୋପ୍ରା ଏବଂ ୟୁନିସେଫ୍ର ରାଜ୍ୟ ମୁଖ୍ୟ ଡ଼ଃ ମୋନିକା ନିଲେସନ୍ ଯୋଗ ଦେଇଥିଲେ।

ଉତ୍କର୍ଷ କେନ୍ଦ୍ରର ଏତାଦୃଶ ସୃଜନାତ୍ମକ ପ୍ରଚେଷ୍ଟା ପାଇଁ ଗବେଷକମାନଙ୍କୁ ସାଧୁବାଦ ଜଣାଇବା ସହ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଏ ପ୍ରକାର ଅଧ୍ୟୟନ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ପରାମର୍ଶ ଦେଇଥିଲେ। ଏସବୁ ଅଧ୍ୟୟନ ମାଧ୍ୟମରେ ଜନ-ସମୁଦାୟମାନଙ୍କର ଆବଶ୍ୟକତା, ଆକାଂକ୍ଷା ଏବଂ ଉନ୍ନୟନମୂଳକ କାର‌୍ୟ୍ୟକ୍ରମରେ ଥିବା କ୍ଷେତ୍ରସ୍ତରୀୟ ଗୁରୁତ୍ୱପୂର୍ଣ୍ଣ-ଶୂନ୍ୟତା (କ୍ରିଟିକାଲ୍ ଗ୍ୟାପ୍) ଆଦି ଜାଣି ହେବ। ଅଧ୍ୟୟନର ଫଳାଫଳ ଅଧିକାରୀମାନଙ୍କ ତାଲିମ ନିମନ୍ତେ ଅତି ଉପାଦେୟ ଦେବା ସହ ଏବଂ ଅନ୍ୟତ୍ର ପ୍ରୟୋଗ ନିମନ୍ତେ ବିଭିନ୍ନ ପ୍ରକଳ୍ପ ନମୁନା ପ୍ରସ୍ତୁତିରେ ସହାୟକ ହେବବୋଲି ଶ୍ରୀ ମହାପାତ୍ର କହିଥିଲେ।

ଅଧ୍ୟୟନରୁ ପ୍ରାପ୍ତ ତଥ୍ୟ ଓ ଉପସଂହାର ବିଷୟରେ ସଂପୃକ୍ତ ବିଭାଗମାନଙ୍କ ସହ ଆଲୋଚନାତ୍ମକ ଅନୁଶୀଳନ କରିବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ଗୋପବନ୍ଧୁ ଏକାଡ଼େମୀଙ୍କୁ ପରାମର୍ଶ ଦେଇଥିଲେ। ଏହା କ୍ଷେତ୍ରସ୍ତରୀୟ ସମସ୍ୟାର ସ୍ଥାୟୀ ସମାଧାନ ଏବଂ ସହଯୋଗିତା-ଭିତ୍ତିକ ଯୋଜନା ଓ ପ୍ରକଳ୍ପ ପ୍ରସ୍ତୁତି ଦିଗରେ ସହାୟକ ହେବ।

ମହାନିର୍ଦ୍ଦେଶକ ଶ୍ରୀମତୀ ଚୋପ୍ରା କହିଥିଲେ ଯେ ରାଜ୍ୟ ସରକାରଙ୍କ ପାଣ୍ଠି ଏବଂ ୟୁନିସେଫ୍ଙ୍କ ବୈଷୟିକ ସହଯୋଗିତାରେ ୨୦୨୧ ମସିହାରୁ ଗୋପବନ୍ଧୁ ଏକାଡ଼େମୀର ଉତ୍କର୍ଷ କେନ୍ଦ୍ର ରାଜ୍ୟ ତାଲିମ ନିୟାମକ ଅନୁସାରେ କାର‌୍ୟ୍ୟ କରୁଛି। ଏହାର ପ୍ରଥମ ସଂକଳନ ବର୍ତ୍ତମାନ ପ୍ରକାଶିତ ହେଲା । ଏହି ସଂକଳନ ଉଭୟ ଉନ୍ନୟନମୂଳକ-ପ୍ରଶାସନ ଏବଂ ଅଧିକାରୀ ମାନଙ୍କ ତାଲିମର ଗୁଣାତ୍ମକ ବିକାଶରେ ବ୍ୟବହୃତ ହେବ।

ୟୁନିସେଫ୍ ରାଜ୍ୟ ମୁଖ୍ୟ ଡ଼ଃ ମୋନିକା କହିଥିଲେ ଯେ ସ୍ଥାନ ଭିତ୍ତିକ ଗବେଷଣା ପଦ୍ଧତି ନେଇ କାର‌୍ୟ୍ୟ କରୁଥିବା ଉତ୍କର୍ଷ କେନ୍ଦ୍ର ସାରା ଦେଶରେ ପ୍ରଥମ। ଗୋପବନ୍ଧୁ ଏକାଡ଼େମୀର ଏହି କେନ୍ଦ୍ର ସହ ୟୁନିସେଫ୍ ନିଜର ସହଯୋଗିତା ବଜାୟ ରଖିବ।

ଉତ୍କର୍ଷ କେନ୍ଦ୍ରର ନିର୍ଦ୍ଦେଶକ ଡ଼ଃ ଶଶାଙ୍କ ଗ୍ରହାଚାର‌୍ୟ୍ୟ କହିଥିଲେ ଯେ ବିବିଧ ବିଷୟରେ ୧୯ ଟି ଫଳାଫଳ ଭିତ୍ତିକ ଗବେଷଣା ଏହି ସଂକଳନରେ ସ୍ଥାନିତ ହୋଇଛି । ଆଦର୍ଶ ବିଦ୍ୟାଳୟର କାର‌୍ୟ୍ୟକାରିତା, ମହିଳା ବୁଣାକାରଙ୍କ ରୋଜଗାର ଉପରେ କୋଭିଡ୍-୧୯ ର ପ୍ରଭାବ, ସିକଲ୍ ସେଲ୍ର ପ୍ରଥମାବସ୍ଥାରୁ ନିର୍ଣ୍ଣୟ ଓ ଚିକିତ୍ସା , ଉପକୂଳ ଅଞ୍ଚଳରେ ମତ୍ସ୍ୟଜିବୀ ସମୁଦାୟ, ମାନସିକ ଅନଗ୍ରସର ପିଲାମାନଙ୍କର ଯତ୍ନ ଓ ଶିକ୍ଷା, ସ୍ୱାଧାର ଗୃହର କାର‌୍ୟ୍ୟକାରିତା, କିଶୋରୀମାନଙ୍କ ମଧ୍ୟରେ ରକ୍ତହୀନତା, ଧାନ ସଂଗ୍ରହ, ଅପପୁଷ୍ଟିର ସମାଧାନ, ବନ୍ୟଜନ୍ତୁ ଶିକାର ନିରାକରଣ, ଜନସମୁଦାୟ ସ୍ତରରେ ନୂତନ ଜିବୀକା ନିର୍ବାହ ପନ୍ଥା ଆଦି ପ୍ରମୁଖ ବିଷୟ ଏଥିରେ ସ୍ଥାନିତ ହୋଇଛି।

ଡ଼ଃ ଶଶାଙ୍କ ଗ୍ରହାଚାର୍ଯ୍ୟ, ପଦ୍ମଜା ପତି, ସୌମ୍ୟ ବାନାର୍ଜୀ, ରଶ୍ମିତା ବେହେରା ଏବଂ ଅମର୍ତ୍ୟ କ୍ରିଷ୍ଣା ରାୟ ଆଦି ଗବେଷକମାନଙ୍କୁ ନେଇ ଗଠିତ ଉତ୍କର୍ଷ କେନ୍ଦ୍ରର ଗବେଷଣା ଟିମ୍ଙ୍କ ଦ୍ୱାରା ଏହି ଅଧ୍ୟୟନ କରାଯାଇଛି। ସଂକଳନଟିକୁ ଗୋପବନ୍ଧୁ ପ୍ରଶାସନିକ ଏକାଡ଼େମୀ ଏବଂ ୟୁନିସେଫ୍ଙ୍କ ଦ୍ୱାରା ଯୌଥ ଭାବେ ପ୍ରକାଶନ କରାଯାଇଛି।

ମୁଖ୍ୟ ଶାସନ ସଚିବ ରଂଜନା ଚୋପ୍ରା ସୁରେଶ ଚନ୍ଦ୍ର ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026
Latest News

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.