Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୨୦୨୩ ଜୁନ ସୁଦ୍ଧା ଶେଷ ହେବ ଲୋୟର ସୁକତେଲ ପ୍ରକଳ୍ପର ସ୍ପିଲ୍ ୱେ କାର୍ଯ୍ୟ
ବିଶେଷ ଖବର

୨୦୨୩ ଜୁନ ସୁଦ୍ଧା ଶେଷ ହେବ ଲୋୟର ସୁକତେଲ ପ୍ରକଳ୍ପର ସ୍ପିଲ୍ ୱେ କାର୍ଯ୍ୟ

October 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
୨୦୨୩ ଜୁନ ସୁଦ୍ଧା ଶେଷ ହେବ ଲୋୟର ସୁକତେଲ ପ୍ରକଳ୍ପର ସ୍ପିଲ୍ ୱେ କାର୍ଯ୍ୟ

ଭୁବନେଶ୍ୱର: ରାଜ୍ୟ ଜଳ ସଂପଦ ବିଭାଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ରାଜ୍ୟର ବିଭିନ୍ନ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଗୁରୁବାର ଆଭାସୀ ବୈଠକ ମାଧ୍ୟମରେ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ, ବନଖଣ୍ଡ ଅଧିକାରୀ ଏବଂ କ୍ଷେତ୍ରସ୍ତରୀୟ ଅଧିକାରୀଙ୍କ ଉପସ୍ଥିତିରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା।

ବୈଠକରେ ବଲାଙ୍ଗିର ଜିଲ୍ଲାର ଲୋୟର ସୁକତେଲ, ବାଲେଶ୍ୱର ଜିଲ୍ଲାର ସୁବର୍ଣ୍ଣରେଖା ଓ ବାଙ୍କତିରା ଜଳସେଚନ ପ୍ରକଳ୍ପ ଏବଂ ମୟୂରଭଞ୍ଜ ଜିଲ୍ଲାର ସୋନୋ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ଓ ପ୍ରକଳ୍ପକୁ ତ୍ୱରାନ୍ୱିତ କରିବାକୁ ବ୍ୟାପକ ଆଲୋଚନା କରାଯାଇଥିଲା।
ବୈଠକରୁ ଜଣାଯାଇଛି ଯେ, ଆଗାମୀ ଜୁନ୍-୨୦୨୩ ସୁଦ୍ଧା ଲୋୟର ସୁକତେଲ ପ୍ରକଳ୍ପର ସ୍ପିଲ୍ ୱେ କାଯ୍ୟ ଶେଷ ହେବ। ଏଥିପାଇଁ ପ୍ଲେଟ୍ ଗାର୍ଡର ଓ ଦକ୍ଷିଣ ପାର୍ଶ୍ୱ ଡାଇକ୍ ନିର୍ମାଣ କାଯ୍ୟକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସେହିପରି ବାଲେଶ୍ୱର ଜିଲ୍ଲାର ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ସମୀକ୍ଷା କରାଯାଇଥିଲା। ୨୦୨୧ ମସିହାରେ ଏହି ପ୍ରକଳ୍ପ ଅଧୀନରେ ୧୫୦୦୦ ହେକ୍ଟର ଓ ୨୦୨୨ ରେ ୧୭୦୦୦ ହେକ୍ଟର ସେଚାଞ୍ଚଳକୁଅତିରିକ୍ତ ଜଳସେଚନ ସୁବିଧା କରାଯାଇଥିବା ବେଳେ ଆଗାମୀ ଖରିଫ-୨୦୨୩ ସୁଦ୍ଧା ଆଉ ୮୦୦୦ ହେକ୍ଟର ଜମିକୁ ଜଳସେଚନ ପାଇଁ କାଯ୍ୟ ଅଗ୍ରଗତି ସମ୍ପର୍କରେ ଆଲୋଚନା କରାଯାଇଥିଲା।

ସେହିପରି ମୟୂରଭଂଜ ଜିଲ୍ଲାର ସୋନୋ ଜଳସେଚନ ପ୍ରକଳ୍ପ ଓବାଲେଶ୍ୱର ଜିଲ୍ଲାର ବାଙ୍କତିରା ଜଳସେଚନ ପ୍ରକଳ୍ପର ସମୀକ୍ଷା କରାଯାଇଥିଲା। ଏହି ପ୍ରକଳ୍ପ ଦ୍ୱୟର କାର‌୍ୟ୍ୟାରମ୍ଭ ପାଇଁ ପରିବେଶ ମଂଜୁରୀ ଏବଂ ଟେଣ୍ଡର କାର୍ଯ୍ୟକୁ ତ୍ୱରିତ ପଦକ୍ଷେପ ନିଆଯାଇ ଶେଷ କରିବାକୁ ଶ୍ରୀମତୀ ଗର୍ଗ ଗୁରୁତ୍ୱ ଦେଇଥିଲେ।

ଅନୁ ଗର୍ଗ ଲୋୟାର ସୁକତେଲ ଶ୍ରୀମତୀ ଅନୁ ଗର୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

ମୃତ୍ୟୁଞ୍ଜୟ-ହାରାମଣୀ ଛାତ୍ରବୃତ୍ତି ମେଧା ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 17, 2026

ଶିକ୍ଷା ବିକାଶ ସମିତି ପକ୍ଷରୁ ମେଧାବୀ ଅଭିନନ୍ଦନ ୨୦୨୬ ଉତ୍ସବ

May 17, 2026

ନିମାପଡ଼ା ପଥ ଉତ୍ସବ ଓ ଉତ୍କର୍ଷ ନିମାପଡା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

May 17, 2026

ଯୋଗାଣ ବିଭାଗର ବିଭିନ୍ନ ସ୍ଥାନରେ ଚଢ଼ାଉ: ୫୦୫ ଲିଟର ଡିଜେଲ ଜବତ

May 17, 2026
Latest News

ମୃତ୍ୟୁଞ୍ଜୟ-ହାରାମଣୀ ଛାତ୍ରବୃତ୍ତି ମେଧା ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 17, 2026

ନେଦରଲ୍ୟାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆନୁଷ୍ଠାନିକ ଆଲୋଚନା

May 17, 2026

ଡଚ୍ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

May 17, 2026

ଶିକ୍ଷା ବିକାଶ ସମିତି ପକ୍ଷରୁ ମେଧାବୀ ଅଭିନନ୍ଦନ ୨୦୨୬ ଉତ୍ସବ

May 17, 2026

ନିମାପଡ଼ା ପଥ ଉତ୍ସବ ଓ ଉତ୍କର୍ଷ ନିମାପଡା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.