Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିରଳ ବନ୍ୟପ୍ରାଣୀ ଓ ସେମାନଙ୍କ ଆବାସସ୍ଥଳୀର ସୁରକ୍ଷା ଓ ଅଭିବୃଦ୍ଧି ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଜାତୀୟ ଖବର

ବିରଳ ବନ୍ୟପ୍ରାଣୀ ଓ ସେମାନଙ୍କ ଆବାସସ୍ଥଳୀର ସୁରକ୍ଷା ଓ ଅଭିବୃଦ୍ଧି ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

October 7, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିରଳ ବନ୍ୟପ୍ରାଣୀ ଓ ସେମାନଙ୍କ ଆବାସସ୍ଥଳୀର ସୁରକ୍ଷା ଓ ଅଭିବୃଦ୍ଧି ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶବିରଳ ବନ୍ୟପ୍ରାଣୀ ଓ ସେମାନଙ୍କ ଆବାସସ୍ଥଳୀର ସୁରକ୍ଷା ଓ ଅଭିବୃଦ୍ଧି ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର: ଆଜି ଜୟଦେବ ଭବନଠାରେ ରାଜ୍ୟସ୍ତରୀୟ ୬୮ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ତାଙ୍କ ବକ୍ତବ୍ୟରେ କହିଥିଲେ ଯେ, ମାନବ ସମାଜ ଓ ବନ୍ୟପ୍ରାଣୀ ଅଙ୍ଗାଙ୍ଗୀଭାବେ ଜଡ଼ିତ। ଜୈବବିବିଧତା ଦୃଷ୍ଟିରୁ ଓଡ଼ିଶା ଏକ ସମୃଦ୍ଧ ରାଜ୍ୟ। ଆମ ରାଜ୍ୟରେ ବହୁ ବିରଳ ବନ୍ୟପ୍ରାଣୀ ବାସ କରୁଛନ୍ତି । ସେମାନଙ୍କ ଆବାସସ୍ଥଳୀର ସୁରକ୍ଷା, ସଂରକ୍ଷଣ ଓ ଅଭିବୃଦ୍ଧି ପାଇଁ ସହଯୋଗର ହାତ ବଢାଇବା ନିମନ୍ତେ ସେ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।

ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଓଡ଼ିଶାରେ ସ୍ଥାନୀୟ ଲୋକମାନଙ୍କ ସକ୍ରିୟ ଅଂଶଗ୍ରହଣ ଦ୍ୱାରା ପରିବେଶ ପର୍ଯ୍ୟଟନସ୍ଥଳୀ ସ୍ଥାପନ ବିଷୟରେ ଉଲ୍ଲେଖ କରିଥିଲେ। ରାଜ୍ୟର ବିଭିନ୍ନ ସ୍ଥାନରେ ନୂତନ ପରିବେଶ ପର୍ଯ୍ୟଟନସ୍ଥଳ ଆଗାମୀ ଦିନରେ ବିକଶିତ କରିବାର ଯୋଜନା ରହିଛି ବୋଲି ସେ ତାଙ୍କ ବକ୍ତବ୍ୟରେ କହିଥିଲେ।

ଚଳିତ ଆର୍ଥିକ ବର୍ଷଠାରୁ ‘ଅନୁକମ୍ପା’ ପୋର୍ଟାଲ ଜରିଆରେ ବନ୍ୟପ୍ରାଣୀଙ୍କ ଦ୍ୱାରା କ୍ଷତିଗ୍ରସ୍ତ ଲୋକଙ୍କୁ ତ୍ୱରିତ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ଏହା ଦ୍ୱାରା ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷକୁ ଅନେକ ମାତ୍ରାରେ ପ୍ରଶମିତ କରାଯାଇପାରିବ। ସେହିପରି ନନ୍ଦନକାନନକୁ ଅନ୍ତର୍ଜାତୀୟ ମାନର ପ୍ରାଣୀ ଉଦ୍ୟାନରେ ପରିଣତ କରିବା ପାଇଁ ରାଜ୍ୟ ସରକାର ବଦ୍ଧପରିକର।

ଭାରତୀୟ ଜଙ୍ଗଲ ସର୍ବେକ୍ଷଣ ୨୦୨୧ ଅନୁଯାୟୀ ବିଗତ ଦୁଇ ବର୍ଷରେ ଆମ ରାଜ୍ୟରେ ଥିବା ହେନ୍ତାଳ ବନର ଆୟତନ ୮.୩୪ ବର୍ଗ କିଲୋମିଟର ବୃଦ୍ଧି ଘଟିଛି । ଏହି ବୃଦ୍ଧି ହାର ଦେଶରେ ସର୍ବାଧିକ ବୋଲି ଶ୍ରୀ ଅମାତ ପ୍ରକାଶ କରିଛନ୍ତି ।

ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡଃ. ମୋନା ଶର୍ମା ତାଙ୍କ ଅଭିଭାଷଣରେ କହିଥିଲେ ଯେ, ବନ୍ୟପ୍ରାଣୀ ସୁରକ୍ଷା ଓ ଅଭିବୃଦ୍ଧି ପାଇଁ ସ୍ଥାନୀୟ ଜନସାଧାନଣଙ୍କର ସହଯୋଗ ଏକାନ୍ତ ଆବଶ୍ୟକ ଅଟେ। ସରକାରଙ୍କର ବିଭିନ୍ନ କାର୍ଯ୍ୟକ୍ରମରେ ସ୍ଥାନୀୟ ଗ୍ରାମବାସୀମାନଙ୍କୁ ସାମିଲ କରିବା ପାଇଁ ସେ ବିଭାଗୀୟ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ବନ୍ୟପ୍ରାଣୀ) ତଥା ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଶ୍ରୀ ସୁଶୀଲ କୁମାର ପୋପଲି ସ୍ୱାଗତ ଭାଷଣରେ ଏହି ଉତ୍ସବ ପାଳନର ଉଦ୍ଦେଶ୍ୟ ଏବଂ ବନ୍ୟପ୍ରାଣୀ ସଂରକ୍ଷଣ ଓ ସେମାନଙ୍କ ଆବାସସ୍ଥଳୀର ଅଭିବୃଦ୍ଧି ପାଇଁ ସରକାରଙ୍କର ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ସୂଚନା ପ୍ରଦାନ କରିଥିଲେ। ଏହି ଉତ୍ସବ ପାଳନ ଅବସରରେ ଜୟଦେବ ଭବନଠାରେ ରାଜ୍ୟସ୍ତରୀୟ ଫଟୋଚିତ୍ର ପ୍ରଦର୍ଶନୀ କରାଯାଇଥିଲା। କ୍ୱିଜ୍‌, ଫଟୋଗ୍ରାଫି ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ ବିଜେତାମାନଙ୍କୁ ପୁରସ୍କାର ସହ ମାନପତ୍ର ପ୍ରଦାନ କରାଯାଇଥିଲା।

ବଲାଙ୍ଗିରସ୍ଥ ସିସ୍‌କେଲାର ଶ୍ରୀ ବିିକିଜି ନାଗ୍‌ ଓ ଗଞ୍ଜାମ ଜିଲ୍ଲା ପୁରୁଣାବନ୍ଧର ଶ୍ରୀ ରବିନ୍ଦ୍ରନାଥ ସାହୁଙ୍କୁ ଉଲ୍ଲେଖନୀୟ ଅବଦାନ ପାଇଁ ଚଳିତ ବର୍ଷ ନିମନ୍ତେ ରାଜ୍ୟସ୍ତରୀୟ ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସଂରକ୍ଷଣ ପୁରସ୍କାରରେ ସମ୍ମାନିତ କରାଯାଇଥିଲା । ଏହି ଅବସରରେ Wildlife Odisha 2022, Birds of Bhubaneswar, Similipal-The Forest of Hundred Orchids ଆଦି ୩ ଗୋଟି ପୁସ୍ତକ ଉନ୍ମୋଚନ କରାଯାଇଥିଲା । ଶେଷରେ ମୁଖ୍ୟ ବନସଂରକ୍ଷକ (ବନ୍ୟପ୍ରାଣୀ) ଡଃ. ମନୋଜ ଭି. ନାୟର ଧନ୍ୟବାଦ ଅର୍ପଣ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ନ୍ୟୁଜିଲ୍ୟାଣ୍ଡ ଦିନିକିଆ ସିରିଜରେ ଖେଳିବେ ନାହିଁ ହାର୍ଦ୍ଦିକ ଏବଂ ବୁମରାହ: ଜାଣନ୍ତୁ କାରଣ

December 20, 2025

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025

ଦିଲ୍ଲୀ ବିମାନବନ୍ଦରରେ ଯାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ପାଇଲଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

December 20, 2025

ଆଜି ଚୂଡ଼ାନ୍ତ ହେବ ଭାରତର ଟି-୨୦ ବିଶ୍ୱକପ୍ ଦଳ: ଏହି ପାଞ୍ଚଟି ପ୍ରମୁଖ ପ୍ରସଙ୍ଗ ଉପରେ ରହିବ ନଜର

December 20, 2025
Latest News

ନ୍ୟୁଜିଲ୍ୟାଣ୍ଡ ଦିନିକିଆ ସିରିଜରେ ଖେଳିବେ ନାହିଁ ହାର୍ଦ୍ଦିକ ଏବଂ ବୁମରାହ: ଜାଣନ୍ତୁ କାରଣ

December 20, 2025

ଇମ୍ରାନ ଖାନ ଏବଂ ବୁଶରା ବିବିଙ୍କୁ ୧୭ ବର୍ଷ ଲେଖାଏଁ ଜେଲଦଣ୍ଡ, ପାକିସ୍ତାନ କୋର୍ଟଙ୍କ ରାୟ ଘୋଷଣା

December 20, 2025

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025

ଦିଲ୍ଲୀ ବିମାନବନ୍ଦରରେ ଯାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ପାଇଲଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

December 20, 2025

ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତ

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.