Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଜି ପୁରୀ ହବିଷ୍ୟାଳିଙ୍କ ବୃନ୍ଦାବତୀ ନିବାସକୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ, ରହିବା ଖାଇବା ମାଗଣା
ବିଶେଷ ଖବର

ଆଜି ପୁରୀ ହବିଷ୍ୟାଳିଙ୍କ ବୃନ୍ଦାବତୀ ନିବାସକୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ, ରହିବା ଖାଇବା ମାଗଣା

October 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀ ହବିଷ୍ୟାଳିଙ୍କ ବୃନ୍ଦାବତୀ ନିବାସକୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ, ରହିବା ଖାଇବା ମାଗଣା

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। ଏହି ଉପଲକ୍ଷେ ପୁରୀରେ ହବିଷ୍ୟାଳିଙ୍କ ଭିଡ ପରିଲକ୍ଷିତ ହୋଇଛି। ତେବେ ହବିଷ୍ୟାଳିଙ୍କ ସୁବିଧାରେ ରହିବା ଓ ଖାଇବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ପଦକ୍ଷେପ ନିଆଯାଇଛି। ପୁରୀରେ କରାଯାଇଛି ହବିଷ୍ୟାଳିଙ୍କ ପାଇଁ ବୃନ୍ଦାବତୀ ନିବାସ। ଏହି ନିବାସକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟା ୬ଟା ୩୦ ରେ ଲୋକାର୍ପଣ କରିବେ।

ପୁରୀରେ ସରକାରଙ୍କ ତରଫରୁ ୫ଟି ଶିବିର କରାଯାଇଛି। ସବୁଥିରେ ପ୍ରବେଶ ଓ ପ୍ରସ୍ଥାନ ବେଳେ ହବିଷ୍ୟାଳିଙ୍କ ରେକର୍ଡ ରଖାଯିବାର ବ୍ୟବସ୍ଥା ହୋଇଛି ।  ସବୁ ଶିବିରରେ ବାହାର ଲୋକଙ୍କ ଅନୁପ୍ରବେଶ ଉପରେ ନଜର ରଖିବାକୁ ପ୍ରବେଶ ପଥରେ ସିସିଟିଭି ସ୍ଥାପନ ହୋଇଛି । ଏହା ବ୍ୟତୀତ ଶିବିର ପାଖରେ ଆଶୁ ଚିକିତ୍ସା କେନ୍ଦ୍ର ମଧ୍ୟ ଖୋଲା ଯାଇଛି । ଜ୍ୱର, କାଶ ଭଳି ମାମୁଲି ରୋଗ ପାଇଁ ଏହି ଶିବିରରେ ହବିଷ୍ୟାଳିଙ୍କୁ ଚିକିତ୍ସା ସେବାର ବ୍ୟବସ୍ଥା କରାଯାଇଛି।

ଏହି ଶିବିରରେ ରହିବା ପାଇଁ ପୂର୍ବରୁ ଅନ ଲାଇନରେ ପଂଜିକରଣ ପାଇଁ ବ୍ୟବସ୍ଥା କରାଯାଇଥିଲା। ସେହି ଅନୁସାରେ ରବିବାର ସୁଦ୍ଧା ୨୯୩୫ ହବିଷ୍ୟାଳି ପହଞ୍ଚି ସାରିଛନ୍ତି । ପ୍ରତିଦିନ ହବିଷ୍ୟାଳିଙ୍କ ପାଇଁ ଅନ୍ନ, ଡାଲି, ବେସର, ଖଟା ଆଦି ମହାପ୍ରସାଦ ଶିବିରରେ ମାଗଣା ଦେବାକୁ ବ୍ୟବସ୍ଥା ହୋଇଛି।

କାର୍ତ୍ତିକ ବ୍ରତ ନବୀନ ପଟ୍ଟନାୟକ ବୃନ୍ଦାବତୀ ନିବାସ ହବିଷ୍ୟାଳି
Share. Facebook Twitter LinkedIn Email WhatsApp Copy Link

Related Posts

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.