Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏବେ ବାତ୍ୟା ନାହିଁ, ତଥାପି ସତର୍କ ରହିବାକୁ ମୁଖ୍ୟ ଶାସନ ସଚିବ ଦେଲେ ଏହି ସବୁ ନିର୍ଦ୍ଦେଶ
ଜାତୀୟ ଖବର

ଏବେ ବାତ୍ୟା ନାହିଁ, ତଥାପି ସତର୍କ ରହିବାକୁ ମୁଖ୍ୟ ଶାସନ ସଚିବ ଦେଲେ ଏହି ସବୁ ନିର୍ଦ୍ଦେଶ

October 10, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଏବେ ବାତ୍ୟା ନାହିଁ, ତଥାପି ସତର୍କ ରହିବାକୁ ମୁଖ୍ୟ ଶାସନ ସଚିବ ଦେଲେ ଏହି ସବୁ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡ଼ିଶାର ଭୌଗଳିକ ସ୍ଥିତି ଓ ଜଳବାୟୁ ସର୍ବଦା ବନ୍ୟା, ବାତ୍ୟା ପ୍ରବଣ ହୋଇ ରହିଛି। ଚଳିତ ମାସ ଠାରୁ ଫେରନ୍ତା ଦକ୍ଷିଣ ପଶ୍ଚିମ ମୌସୁମୀ-ବାୟୁ ପ୍ରଭାବରେ (ବିଶେଷତଃ ଅକ୍ଟୋବର ଓ ନଭେମ୍ବର ମାସରେ) ଓଡ଼ିଶାରେ ଭୀଷଣ ବାତ୍ୟା ଅନୁଭୁତ ହୁଏ। ବେଳେବେଳେ ଏହି ସମୟ ଅବଧି ଡିସେମ୍ବର ୧୫ ପର୍ଯ୍ୟନ୍ତ ମଧ୍ୟ ରହିଥାଏ।

ଏସବୁକୁ ବିଚାରକରି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର “ବାତ୍ୟା-ଋତୁ ପାଇଁ ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି”। ନିର୍ଦ୍ଧାରିତ ଏସ୍.ଓ.ପି. ଅନୁସାରେ ଆବଶ୍ୟକୀୟ ପଦାର୍ଥ, ଯନ୍ତ୍ରପାତି, ଉପକରଣ ଏବଂ ମାନବ ସମ୍ବଳ ଆଦିର ମାନଚିତ୍ର ପ୍ରସ୍ତୁତ ସହ ସେସବୁକୁ ପୂର୍ଣ୍ଣ କର୍ମକ୍ଷମ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଆଜି ରାଜ୍ୟ ସ୍ତରୀୟ ବାତ୍ୟା ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ଶ୍ରୀ ମହାପାତ୍ର ଏହି ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟ ଲୋକସେବା ଭବନ ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ରାଜସ୍ୱ ଓ ବିପର‌୍ୟ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ସମ୍ଭ୍ୟାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତିର ବିଭିନ୍ନ ଦିଗ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ।
ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ଏଚ୍.ଆର.ବିଶ୍ୱାସ ଜଣାଇଥିଲେ ଯେ ଓଡ଼ିଶାର ବର୍ତ୍ତମାନ ଜଳବାୟୁସ୍ଥିତି ବାତ୍ୟା ଅନୁକୂଳ ରହିଛି ହେଲେ ଆସନ୍ତା ୧୫ ଦିନ ଭିତରେ ବାତ୍ୟାର ସୂଚନା ମିଳିନାହିଁ।

ବୈଠକର ଆଲୋଚନାରୁ ଜଣାପଡ଼ିଥିଲା ଯେ ଇତିମଧ୍ୟରେ ଓଡ଼ିଶାରେ ବାତ୍ୟାର ପୂର୍ବାନୁମାନ ଏବଂ ଆଗୁଆ ସତର୍କ ସୂଚନା ପ୍ରସାରଣ ଭିତ୍ତିଭୂମିକୁ ସୁଦୃଢ କରାଯାଇଛି। ଜିଲ୍ଲା ଓ ଅଞ୍ଚଳଭିତ୍ତିକ ପାଣିପାଗ ସୂଚନା ଦିଆଯାଉଛି। ଏକ ବାତ୍ୟାର ପ୍ରଭାବ ଭିତ୍ତିକ ପୂର୍ବାନୁମାନ ବ୍ୟବସ୍ଥା କରାଯାଇଛି।

ଗୋପାଳପୁର ଓ ପାରାଦ୍ୱୀପଠାରେ ଡପଲର ପାଣିପାଗ ରାଡାର ଷ୍ଟେସନ ସହ ବାଲେଶ୍ୱର, ଚାନ୍ଦବାଲି, ପୁରୀ, ଭୁବନେଶ୍ୱର, ଗୋପାଳପୁର ଏବଂ ପାରାଦ୍ୱୀପ ଆଦି ସ୍ଥାନରେ ଉଚ୍ଚକ୍ଷମତା ସମ୍ପନ୍ନ ବାୟୁଗତି ପରିମାପକ ଯନ୍ତ୍ରମାନ ( ହାଇ ଓ୍ୱିଣ୍ଡ୍ ସ୍ପିଡ୍ ରେକର୍ଡର) ସ୍ଥାପନ କରାଯାଇଛି। ଏହି ଯନ୍ତ୍ର ଘଣ୍ଟା ପ୍ରତି ପ୍ରାୟ ୩୦୦ କି.ମି. ପବନ ସ୍ଥିତିରେ ମଧ୍ୟ କାର‌୍ୟ୍ୟକରିପାରିବ। ଏସବୁ ଆଧୂନିକ ଭିତ୍ତିଭୂମି ସ୍ଥିତିର ପର‌୍ୟ୍ୟବେକ୍ଷଣ କରିବାସହ ପାଗ ପୂର୍ବାନୁମାନ ଅନୁଶୀଳନରେ ସହାୟକ ହେଉଛି।

ବତ୍ୟାରେ ଟେଲିଫୋନ୍ ଏବଂ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ଅଧିକ କ୍ଷତିଗ୍ରସ୍ତ ହେଉଥିବାରୁ ମୋବାଇଲ୍ ଟେଲିକମ୍-ଟାଓ୍ୱାର,ସାଟେଲାଇଟ୍ ଫୋନ୍ ଜେନେରେଟର, ବିଦ୍ୟୁତ ଖୁଣ୍ଟ, କଣ୍ଡକ୍ଟର, ସବ୍ଷ୍ଟେସନ୍, ଏବଂ ଯଥେଷ୍ଟ ସଂଙ୍ଖ୍ୟକ ମାନବ ସମ୍ବଳ ଆଦିର ଆକଳନ ଏବଂ ଆବଶ୍ୟକ ବେଳେ ତୁରନ୍ତ ନିୟୋଜିତ ପାଇଁ ପ୍ରସ୍ତୁତ ରହିବାକୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ।

ଏହାଛଡା ପାନୀୟ ଜଳ ପାଇଁ ଗ୍ରାମ ଓ ସହରାଞ୍ଚଳରେ ଥିବା ହ୍ୟାଣ୍ଡ ପମ୍ପ ଗୁଡିକୁ କର୍ମକ୍ଷମ ରଖିବା ସହ ବାତ୍ୟା ଅତିକ୍ରାନ୍ତ ହେବା ସଂଙ୍ଗେ ସଂଙ୍ଗେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କର୍ମକ୍ଷମ କରିବାକୁ ପୂର୍ଣ୍ଣ ପ୍ରସ୍ତୁତି ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଯଥେଷ୍ଟ ପରିମାଣର ବ୍ଲିଚିଂ, ହେଲୋଜେନ୍ ବଟିକା, ଔଷଧ, ଆମ୍ବୁଲାନ୍ସ୍ ଏବଂ ଡ଼ାକ୍ତରୀ ଟିମ୍ ଆଦି ବିଷୟରେ ପୂର୍ବ ପ୍ରସ୍ତୁତି କରିବାକୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ। ଓଡ଼୍ରାଫ୍ ଏବଂ ଅଗ୍ନିଶ୍ରମ ସଂସ୍ଥା ଟିମ୍ମାନଙ୍କର ସବୁ ଉପକରଣକୁ ସଠିକ୍ଭାବେ ଯାଞ୍ଚ୍ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ।

ବାତ୍ୟା ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମମାନଙ୍କରେ ବାତ୍ୟା ପ୍ରସ୍ତୁତି ସଚେତନତା କାର‌୍ୟ୍ୟକ୍ରମ ଜାରି ରଖିବା ସହ ଆସନ୍ନ ପ୍ରସବ, ବୟସ୍କ, ଦିବ୍ୟାଙ୍ଗ, ଅସହାୟମାନଙ୍କର ତାଲିକା ପ୍ରସ୍ତୁତ ରଖିବାକୁ ମହିଳା ଏବଂ ଶିଶୁ ବିକାଶ ବିଭାଗଙ୍କୁ କୁହାଯାଇଥିଲା। ଆବଶ୍ୟକ ବେଳେ ନିରାପଦ ସ୍ଥାନକୁ ସହାୟତା-ଭିତ୍ତିକ ସ୍ଥାନାନ୍ତର କରିବାରେ ଏହି ତାଲିକା ବହୁ ପରିମାଣରେ ଫଳପ୍ରଦ ହେବ।

ତୁରନ୍ତ ଗମନା ଗମନ ସୁବିଧାର ପୁନଃ ସ୍ଥାପନ, ରାସ୍ତା ଓ ନଦୀବନ୍ଧ ମରାମତି, ବାତ୍ୟା ସମୟରେ ଲୁଣାଘେରି ବନ୍ଧର ସୁରକ୍ଷା, ପାନୀୟ ଜଳ, ସହରାଞ୍ଚଳରେ ଉଦ୍ବୃତ ବର୍ଷା ଜଳ ନିଷ୍କାସନ, ହସ୍ପିଟାଲ୍ ଗୁଡିକରେ ବିକଳ୍ପ ବିଦ୍ୟୁତ ବ୍ୟବସ୍ଥା, ଗୋ ଖାଦ୍ୟ ଯୋଗାଣ, ପରିମଳ ବ୍ୟବସ୍ଥା ପାଇଁ କଣ୍ଟିଜେଣ୍ଟ୍ ପ୍ଲାନ୍ ସହ ଆବଶ୍ୟକୀୟ ସାମଗ୍ରୀ ଓ ମାନବ ସମ୍ବଳ, କୃଷକମାନଙ୍କୁ ଉପଯୁକ୍ତ ପରାମର୍ଶ ଓ ସୂଚନା ପ୍ରଦାନ, ଧାନ-କିଣା ମଣ୍ଡିରେ ସଂଗୃହିତ ଧାନର ସୁରକ୍ଷା ଓ ପରିବହନ ଆଦି କାମ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବ ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ କ୍ଷେତ୍ରସ୍ତରୀୟ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ସଜାଗ ରଖିବା ପାଇଁ ମଧ୍ୟ ବିଭାଗମାନଙ୍କୁ କୁହାଯାଇଥିଲା।

ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ଼ଃ ମୋନା ଶର୍ମା, ରାଜସ୍ୱ ଓ ବିପର‌୍ୟ୍ୟୟ ପରିଚାଳନା ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ସମେତ ବାତ୍ୟା ପରିଚାଳନା ସହ ସଂପୃକ୍ତ ସମସ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଆବଶ୍ୟକୀୟ ତଥ୍ୟ ଉପସ୍ଥାପନ କରିଥିଲେ। ନାଭାଲ୍, ଆର୍ମି, କୋଷ୍ଟଗାର୍ଡ଼ ଓ ଭାରତୀୟ ପାଣିପାଗ ବିଭାଗ ଆଦିର ବରିଷ୍ଠ ଅଧିକାରୀମାନେ ମଧ୍ୟ ବୈଠକରେ ନିଜ ନିଜ ବିଭାଗର ପ୍ରସ୍ତୁତି ଓ ଆବଶ୍ୟକତା ସଂପର୍କିତ ସୂଚନା ଦେଇଥିଲେ।

ବାତ୍ୟା ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026
Latest News

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.