Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାସ୍ତା ପାର୍ଶ୍ୱ ସୁବିଧା କେନ୍ଦ୍ରଗୁଡ଼ିକର ଉତ୍ତମ ପରିଚାଳନା ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ
ବିଶେଷ ଖବର

ରାସ୍ତା ପାର୍ଶ୍ୱ ସୁବିଧା କେନ୍ଦ୍ରଗୁଡ଼ିକର ଉତ୍ତମ ପରିଚାଳନା ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ

October 12, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟରେ ପର୍ଯ୍ୟଟନ ଶିଳ୍ପର ଅବିବୃଦ୍ଧି କ୍ଷେତ୍ରରେ ଅନ୍ୟଏକ ପଦକ୍ଷେପ ଭାବେ ରାସ୍ତାପାର୍ଶ୍ୱ ସୁବିଧା କେନ୍ଦ୍ର ଗୁଡ଼ିକର ଉତ୍ତମ ପରିଚାଳନା ଓ ରକ୍ଷଣାବେକ୍ଷଣ ନିଶ୍ଚିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଆଜି ରାଜ୍ୟ ଲୋକସେବା ଭବନ ସଭାଗୃହରେ ଏ ସମ୍ବନ୍ଧିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ସେ ଏହି ନିର୍ଦ୍ଦେଶ ଦେଇଛନ୍ତି।

ବୈଠକର ଆଲୋଚନାରୁ ଜଣାପଡ଼ିଥିଲା ଯେ ରାଜ୍ୟର ବିଭିନ୍ନ ରାଜପଥ ଏବଂ ପର୍ଯ୍ୟଟନ ସ୍ଥଳୀକୁ ସଂଯୋଗ କରୁଥିବା ମୁଖ୍ୟ ସଡ଼କ ପାର୍ଶ୍ୱରେ ବର୍ତ୍ତମାନ ସୁଦ୍ଧା ୮୪ ଟି ରାସ୍ତାପାର୍ଶ୍ୱ ସୁବିଧା କେନ୍ଦ୍ର ସ୍ଥାପନ କରାଯାଇଛି। ଏସବୁ କେନ୍ଦ୍ରରେ ଗାଡି ପାର୍କିଂ, ମହିଳା ଓ ପୁରୁଷ ଶୌଚାଳୟ, ପ୍ରସାଧନ ସ୍ଥାନ, ବସିବା ସ୍ଥାନ, ଚା କଫି ଓ ଜଳଖିଆ ଆଦି ସ୍ଥାନ ନିର୍ମାଣ କରାଯାଇଛି। ଏଥିମଧ୍ୟରୁ ୩୫ ଟି କେନ୍ଦ୍ର ପର୍ଯ୍ୟଟନ ବିଭାଗ ଏବଂ ୪୯ ଟି କେନ୍ଦ୍ର ପୂର୍ତ୍ତବିଭାଗ ମାଧ୍ୟମରେ ନିର୍ମାଣ କରାଯାଇଛି। ଏହାଛଡ଼ା ପ୍ରକୃତି ପର୍ଯ୍ୟଟନ-ସ୍ଥଳୀ ମାନଙ୍କରେ ଜଙ୍ଗଲ ଓ ପରିବେଶ ବିଭାଗମାଧ୍ୟମରେ ମଧ୍ୟ ପର୍ଯ୍ୟଟନ-ସୁବିଧା କେନ୍ଦ୍ର ନିର୍ମାଣ କରାଯାଇଛି।

ବୈଠକରେ ମୁଖ୍ୟତଃ ରାସ୍ତାପାର୍ଶ୍ୱ ସୁବିଧା କେନ୍ଦ୍ରଗୃଡ଼ିକର ଉତ୍ତମ ରକ୍ଷଣାବେକ୍ଷଣ ଏବଂ ପରିଚାଳନା ବିଷୟରେ ସବିଶେଷ ଆଲୋଚନା ହୋଇଥିଲା। ନିରନ୍ତର ପରିଚାଳନା ଏବଂ ସ୍ଥାନୀୟ ଲୋକଙ୍କ ସଂପୃକ୍ତି ଆଦିକୁ ବିଚାର କରି ସଂପୃକ୍ତ ବ୍ଲକ୍ ଓ ଗ୍ରାମ ପଂଚାୟତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଫେଡେରେସନ୍ ମାଧ୍ୟମରେ ଏହିସବୁ କେନ୍ଦ୍ରର ପରିଚାଳନା ନିମନ୍ତେ ନିତୀଗତ ନିଷ୍ପତ୍ତି ନିଆଯାଇଥିଲା। କେନ୍ଦ୍ରଗୁଡ଼ିକର ମରାମତି ଏବଂ ରକ୍ଷଣାବେକ୍ଷଣ ବିଭାଗ ଦ୍ୱାରା ସଂପୃକ୍ତ ପରିଚାଳକ ସଂଘର ସକ୍ରିୟ ସହଯୋଗରେ କରାହେବ । କେନ୍ଦ୍ରଗୁଡ଼ିକୁ ପର୍ଯ୍ୟଟକମାନଙ୍କ ନିମନ୍ତେ ଅଧିକ ସହଜ, ଆତିଥ୍ୟପୂର୍ଣ୍ଣ ଏବଂ ନିରାପଦ କରିବା ପାଇଁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ନିର୍ଦ୍ଧିଷ୍ଟ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରିବାକୁ ପୁର୍ତ୍ତ, ପର୍ଯ୍ୟଟନ ଏବଂ ମିଶନଶକ୍ତି ବିଭାଗଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।

ଭ୍ରମଣକାରୀ ଏବଂ ପର୍ଯ୍ୟଟକମାନେ ସାଧାରଣତଃ ଯିବା ଆସିବା କରୁଥିବା ରାସ୍ତା ନିକଟସ୍ଥ ପ୍ରାକୃତିକ ସୌନ୍ଦର୍ଯ୍ୟମୟ ସ୍ଥାନ ଗୁଡିକୁ ଚିହ୍ନଟ କରି ସେସବୁର ଏକ ସଂକ୍ଷିପ୍ତ ବିବରଣୀ ଭିତ୍ତିକ ତାଲିକା ପ୍ରସ୍ତୁତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଗ୍ରାମ ଉନ୍ନୟନ ଓ ପୁର୍ତ୍ତ ବିଭାଗଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ସୁନ୍ଦର ସ୍ଥାନ ଗୁଡିକର ବିକାଶ ପାଇଁ ମଧ୍ୟ ନିଷ୍ପତ୍ତି ହୋଇଥିଲା। ଶୌଚାଳୟ, ବସିଥିବା ସ୍ଥାନ ଏବଂ ଛୋଟ ପାର୍କିଂ ସ୍ଥାନ ଆଦିର ସୁବିଧା କରିବା ପାଇଁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ। ଏହା କରାଗଲେ ପର୍ଯ୍ୟଟକମାନେ “ଦୀର୍ଘ ଯାତ୍ରାର କ୍ଲାନ୍ତିରୁ ସାମାନ୍ୟ ବିରାମ ନେଇ ପ୍ରାକୃତିକ ସୌନ୍ଦର୍ଯ୍ୟ ପରିଦର୍ଶନ କରିପାରିବେ”, ଏବଂ ଓଡ଼ିଶା ଭ୍ରମଣ ସେମାନଙ୍କ ପାଇଁ ଅଧିକ ଉପଭୋଗ୍ୟ ଓ ସ୍ମରଣୀୟ ହେବ ବୋଲି ଶ୍ରୀ ମହାପାତ୍ର କହିଥିଲେ।

ପର୍ଯ୍ୟଟନ ବିଭାଗ ପ୍ରମୁଖ ଶାସନ ସଚିବ ସୁରେନ୍ଦ୍ର କୁମାର, ପୁର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ସୁରେନ୍ଦ୍ର କୁମାର, ପୁର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ, ମିଶନ ଶକ୍ତି ଶାସନ ସଚିବ ସୁଜାତା କାର୍ତ୍ତିକେୟାନ୍, ପର୍ଯ୍ୟଟନ ନିର୍ଦ୍ଦେଶକ ସଚ୍ଚିନ୍ ରାମଚନ୍ଦ୍ର ଯାଦବଙ୍କ ସମେତ ସଂଫୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ପର୍ଯ୍ୟଟନ ଶିଳ୍ପ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ହେବ ଫୁଲବାଣୀ ମେଡିକାଲ କଲେଜ

July 28, 2026

ବଙ୍ଗୋପସାଗରରେ ଗଭୀର ଅବପାତ, ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ କଲେ ରାଜସ୍ବ ମନ୍ତ୍ରୀ

July 27, 2026

ଫାଇଲ ହଜିବା ଘଟଣା, କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

July 27, 2026

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୧୯ତମ ପାଳି: ୧୨ ରୋଗୀଙ୍କୁ ତୁରନ୍ତ ଯୋଗାଇଲେ ସହାୟତା ରାଶି

July 27, 2026
Latest News

ବେଙ୍ଗାଲୁରୁରେ 2 ଲକ୍ଷ ଦରମା ସତ୍ତ୍ୱେ ଗରିବ ମନେ କରନ୍ତି ଯୁବକ: ଜାଣନ୍ତୁ କାରଣ

July 28, 2026

ଶ୍ରୀଲଙ୍କା ପାଇଁ ଭାରତର ଟେଷ୍ଟ ଦଳ ଘୋଷଣା: ଫେରିଲେ ଜାଡେଜା

July 28, 2026

ତୁଳସୀ ଗଛରେ ପାଣି ଦେଉଛନ୍ତି କି? ତେବେ ମାନନ୍ତୁ ଏହିସବୁ କଥା, ନଚେତ ହୋଇପାରେ ଅସୁବିଧା

July 28, 2026

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’

July 28, 2026

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.