Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କଂଗ୍ରେସ ସଭାପତି ପଦ ପାଇଁ ଓଡିଶାରେ ପ୍ରଚାର କରି ଫେରିଲେ ମଲ୍ଲିକାର୍ଜୁନ ଖଡ଼ଗେ, କହିଲେ ଏହି କଥା
ଜାତୀୟ ଖବର

କଂଗ୍ରେସ ସଭାପତି ପଦ ପାଇଁ ଓଡିଶାରେ ପ୍ରଚାର କରି ଫେରିଲେ ମଲ୍ଲିକାର୍ଜୁନ ଖଡ଼ଗେ, କହିଲେ ଏହି କଥା

October 15, 2022No Comments4 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶାରେ କଂଗ୍ରେସ ସଭାପତି ପଦ ପାଇଁ ପ୍ରଚାର କରି ଫେରିଲେ ମଲ୍ଲିକାର୍ଜୁନ ଖଡ଼ଗେ, କହିଲେ ଏହି କଥା

ଭୁବନେଶ୍ୱର: ଗତକାଲି ଏଆଇସିସି ସଭାପତି ପଦ ପାଇଁ ପ୍ରତିଦ୍ୱନ୍ଦିତା କରୁଥିବା ସାଂସଦ ଶ୍ରୀ ମଲ୍ଲିକାର୍ଜୁନ ଖଡ଼ଗେ ଓଡ଼ିଶା ଗସ୍ତରେ ଆସି ପ୍ରଦେଶ କଂଗ୍ରେସ କାର‌୍ୟ୍ୟାଳୟରେ ପିସିସି ସଭ୍ୟମାନଙ୍କ ବୈଠକରେ ନିଜର ପ୍ରାର୍ଥିତ୍ୱ ସଂପର୍କରେ ଅବତାରଣା କରିବା ସହ ସମସ୍ତଙ୍କୁ ଭୋଟ ଦେବାପାଇଁ ନିବେଦନ କରିଥିଲେ ।

ଏହି ବୈଠକପରେ ସେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ତାଙ୍କର ଗସ୍ତ ସପଂର୍କରେ କହିଥିଲେ। ଶ୍ରୀ ଖଡ଼ଗେଙ୍କ ସହ ଅଖିଳ ଭାରତ କଂଗ୍ରେସ କମିଟିର ପୂର୍ବତନ ମୁଖପାତ୍ର ଡଃ ଗୌରବ ବଲ୍ଲଭ ମଧ୍ୟ ଏହି ସାମ୍ବାଦିକ ସମ୍ମିଳନୀରେ ଉପସ୍ଥିତ ରହିଥିଲେ। ସେ ପ୍ରଥମେ ଶ୍ରୀ ଖଡ଼ଗେଙ୍କର ଦୀର୍ଘ ରାଜନୈତିକ ଜୀବନ, କଂଗ୍ରେସ ଦଳ ପ୍ରତି ତାଙ୍କର ପ୍ରତିବଦ୍ଧତା ଏବଂ ରାଜନୀତି କ୍ଷେତ୍ରରେ ବିଶାଳ ଅଭିଜ୍ଞତା ସଂପର୍କରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କହିଥିଲେ ।

ଶ୍ରୀ ବଲ୍ଲଭ ସୂଚନା ଦେଇଥିଲେ ଯେ ଇନ୍ଦିରା ଗାନ୍ଧୀଙ୍କ ସମୟରୁ ସେ କଂଗ୍ରେସ ଦଳରେ ସକ୍ରୀୟ ଭାବେ ବିଭିନ୍ନ ପଦପଦବୀରେ କାର‌୍ୟ୍ୟ କରିଆସୁଛନ୍ତି । ପ୍ରାୟ ୫୫ ବର୍ଷ ଧରି ଶୃଙ୍ଖଳା ଓ ନିଷ୍ଠାର ସହ ଦଳର ସେବା କରିଆସୁଛନ୍ତି। ସେ ପ୍ରଥମେ ବ୍ଲକ କଂଗ୍ରେସ ସଭାପତି, ଜିଲ୍ଲା କଂଗ୍ରେସ ଉପସଭାପତି ଓ ସଭାପତି, ପ୍ରଦେଶ କଂଗ୍ରେସ ଉପସଭାପତି ଓ ସଭାପତି, ବିରୋଧି ଦଳ ନେତା ଭାବରେ କାର୍ଯ୍ୟକରି ଆସିଛନ୍ତି।

କର୍ଣ୍ଣାଟକ ପ୍ରଦେଶରେ ବହୁବାର ମନ୍ତ୍ରୀ ଏବଂ ନିରବଚ୍ଛିନ୍ନ ଭାବରେ ୯ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ଲୋକସଭାକୁ ଦୁଇଥର ଏବଂ ରାଜ୍ୟ ସଭାକୁ ଥରେ ନିର୍ବାଚିତ ହୋଇଛନ୍ତି। ସେ ଲୋକସଭାରେ କଂଗ୍ରେସ ସଂସଦୀୟ ଦଳର ନେତା ଏବଂ ରାଜ୍ୟ ସଭାରେ ବିରୋଧି ଦଳ ନେତା ଭାବରେ ସୂଚାରୁରୂପେ ଦାୟୀତ୍ୱ ନିର୍ବାହ କରିଛନ୍ତି।

ଶ୍ରୀ ଖଡ଼ଗେ କହିଥିଲେ ଯେ ସେ ଦୀର୍ଘ ୫୫ ବର୍ଷଧରି ନିଷ୍ଠା ଓ ଶୃଙ୍ଖଳା ସହ ଉତ୍ସର୍ଗୀକୃତ ଭାବେ ଦଳରେ କାର‌୍ୟ୍ୟ କରିଆସୁଛନ୍ତି। ସେ ତାଙ୍କର ଇସ୍ତାହାର ସଂପର୍କରେ ସୂଚନା ଦେଇ କହିଲେ ଯେ ତାଙ୍କର କିଛି ନୂତନ ଇସ୍ତାହାର ନାହିଁ। ରାଜସ୍ଥାନର ଉଦୟପୁର ଚିନ୍ତନ ଶିବିବରରେ ଏଆଇସିସିର ବିଭିନ୍ନ ବିଶେଷଜ୍ଞ କମିଟି ର ଘୋଷଣା ହିଁ ତାଙ୍କର ଇସ୍ତାହାର ବୋଲି ସେ କହିଥିଲେ। ସେହି ଘୋଷଣା ନାମା ଅନୁସାରେ ସାମାଜିକ ନ୍ୟାୟ, କୃଷକ ଓ ଯୁବକମାନଙ୍କର ଅଧିକାର, ଅର୍ଥନୈତିକ ଓ ବୈଦଶିକ ନୀତି ଏବଂ ବିଶେଷ କରି କଂଗ୍ରେସ ସାଂଗଠନିକ କାର‌୍ୟ୍ୟକ୍ରମ ପ୍ରସ୍ତୁତ ହେବ।

ସେ ତାଙ୍କର ଆଗାମୀ ସଂଗ୍ରାମ ସଂପର୍କରେ ଏକ ଝଲକ ଦେଇ କହିଲେ ଯେ ଆମକୁ ଦେଶକୁ ରସାତଳଗାମୀ କରୁଥିବା ମୋଦି ସରକାର ବିରୁଦ୍ଧରେ ଦୁର୍ବାର ଆନ୍ଦୋଳନ କରିବାକୁ ହେବ । ଦରଦାମ ବୃଦ୍ଧି, ଜାତି, ଧର୍ମ ଓ ବର୍ଣ୍ଣକୁ ନେଇ ଦେଶରେ ହିଂସା, ଇର୍ଷା ଓ ଭେଦଭାବ ସୃଷ୍ଟି କରୁଥିବା ମୋଦି, ବିଜେପି ଓ ଆରଏସଏସକୁ ମୁକାବିଲା କରି ଦେଶରେ ଅଖଣ୍ଡତା, ଭାତୃଭାବ, ଶାନ୍ତି, ପ୍ରିତି ଓ ମୈତ୍ରି ବଜାୟ ରଖିବା ହେଉଛି ଆମର କର୍ତବ୍ୟ । ଗଣତନ୍ତ୍ର ଏବଂ ସଂବିଧାନ ଏବେ ବିପଦ ଗ୍ରସ୍ତ । ସାମ୍ବିଧାନିକ ଅନୁଷ୍ଠାନ ଗୁଡ଼ିକ ମୋଦି ସରକାରଙ୍କ ଦ୍ୱାରା କବଳିତ । ମୋଦି ସରକାର ଗଣତନ୍ତ୍ରଙ୍କୁ ହତ୍ୟା କରୁଛନ୍ତି ।

କଂଗ୍ରେସର ନିର୍ବାଚିତ ସରକାର ଯଥା କର୍ଣ୍ଣାଟକ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଆଦିକୁ ସରକାରୀ କଳର ଅପବ୍ୟବହାର ଓ ଅର୍ଥବଳ ପ୍ରୟୋଗ କରି ମୋଦି ସରକାର ଭାଙ୍ଗି ଦେଇଛନ୍ତି । ଗୋଆ ଓ ମଣିପୁରରେ ମଧ୍ୟ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଅବମାନନା କରିଛନ୍ତି । ସାରା ଦେଶରେ ଯେଉଁମାନେ ଅଣବିଜେପି ସରକାର ଗଠନ କରିଛନ୍ତି ସେମାନଙ୍କୁ ଭୀତସ୍ତତ କରାଉଛନ୍ତି । ବିଧାୟକ କିଣି ସରକାର ଗଢ଼ିବା ଏବଂ ନିର୍ବାଚିତ ସରକାରକୁ ଭାଙ୍ଗିବା ମୋଦି ସରକାର ଓ ବିଜେପିର ପ୍ରଧାନ ଲକ୍ଷ୍ୟ । ଦେଶର ସଂପତି ଯାହାକି ଦୀର୍ଘ ଅର୍ଦ୍ଧଶତାବ୍ଦି ଧରି କଂଗ୍ରେସ ସରକାର ସୃଷ୍ଟି କରିଥିଲା ଏବେ ସେ ସବୁକୁ ମୋଦି ତାଙ୍କ କିଛି ନିର୍ଦ୍ଦିଷ୍ଟ ଶିଳ୍ପପତି ବନ୍ଧୁମାନଙ୍କ ହାତରେ ଟେକି ଦେଉଛନ୍ତି । ଯେଉଁମାନେ ମୋଦି ସରକାରଙ୍କ ଭ୍ରଷ୍ଟାଚାର ଓ ଦୁର୍ନୀତି ବିରୁଦ୍ଧରେ ପ୍ରତିବାଦ କରୁଛନ୍ତି ସେମାନଙ୍କୁ ସିବିଆଇ, ଇଡି ଓ ଆୟକର ବିଭାଗକୁ ଲଗାଇ ହଇରାଣ ହରକତ କରାଯାଉଛି ।

ଶ୍ରୀ ଖଡ଼ଗେ କହିଥିଲେ ଯେ ଦେଶ ସ୍ୱାଧୀନତା ପାଇଁ ଆରଏସଏସ ବା ବିଜେପି ଦଳର କୌଣସି ଅବଦାନ ନାହିଁ । କଂଗ୍ରେସ ଦଳ ଦେଶକୁ ସ୍ୱାଧୀନତା ଦେଇଛି । ଦେଶ ଗଠନ କରିଛି । ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ବଲ୍ଲଭଭାଇ ପଟେଲ ଏବଂ ସୁଭାଷ ବୋଷଙ୍କ ତ୍ୟାଗ ଓ ତିତୀକ୍ଷାର ପଟାନ୍ତର ନାହିଁ । ଆରଏସଏସ ବ୍ରିଟିଶର ବୋଲକରା ଥିଲା । ବିଜେପି ବା ଆରଏସଏସର କେଉଁମାନେ ସ୍ୱାଧୀନତା ସଂଗ୍ରାମରେ ଅଂଶଗ୍ରହଣ କରିଛନ୍ତି ବା କାରାବରଣ କରିଛନ୍ତି ତାହା ବିଜେପି ପ୍ରକାଶ କରୁ । ଗଣତନ୍ତ୍ର ଓ ସମ୍ବିଧାନର ସୁରକ୍ଷା ହିଁ ମୋର ପ୍ରଧାନ କର୍ତବ୍ୟ ଓ ଲକ୍ଷ୍ୟ ।

କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ଶ୍ରୀ ରାହୁଲ ଗାନ୍ଧୀଙ୍କର ଭାରତ ଯୋଡ଼ ଯାତ୍ରା ଦେଶରେ ବୈପ୍ଳବିକ ପରିବର୍ତନ ଆଣିବ ବୋଲି ସେ କହିଥିଲେ । ବିଜେପି ଦେଶକୁ ଭାଙ୍ଗୁଥିବା ବେଳେ ସମ୍ମାନୀୟ ରାହୁଲ ଗାନ୍ଧୀ ଦେଶକୁ ଯୋଡ଼ି ରଖିବା ପାଇଁ ପ୍ରଚେଷ୍ଟାରତ । ମହଙ୍ଗା ମାଡ଼, ଦୁର୍ନୀତି, ବେରୋଜଗାର, ଦାରିଦ୍ର‌୍ୟ, ଅର୍ଥନୈତିକ ବୈଷମ ଓ କ୍ଷୁଧା ବିରୁଦ୍ଧରେ ତାଙ୍କର ଏହି ମହାସଂଗ୍ରାମ । ପରିଶେଷରେ ସେ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଜଗନ୍ନାଥ ପଟ୍ଟନାୟକ, ବିଧାୟକ ସୁରେଶ କୁମାର ରାଉତରାୟ, ତାରା ପ୍ରସାଦ ବାହିନୀପତି, ନ୍ତୋଷ ସିଂ ସାଲୁଜା, ଦାଶରଥି ଗମାଙ୍ଗୋ, ଅଧିରାଜ ମୋହନ ପାଣିଗ୍ରାହୀ, ପଂଚାନନ କାନୁନଗୋ, ଗଣେଶ୍ୱର ବେହେରା, ଦେବାଶିଷ ପଟ୍ଟନାୟକ, ରବିନ୍ଦ୍ର ସେଠୀ, ବିଶ୍ୱ ରଞ୍ଜନ ମହାନ୍ତି, ଶିବାନନ୍ଦ ରାୟ, ବିଶ୍ୱଜିତ ଦାଶ, ଶୁଭେନ୍ଦୁ ମହାନ୍ତି, ବିଜୟଲକ୍ଷ୍ମି ସାହୁ, ଅଭିଷେକ ମହାନନ୍ଦ, ଜାନକୀ ବଲ୍ଲଭ, ପଟ୍ଟନାୟକ, ରଶ୍ମି ମହାପାତ୍ର, ରଣଜିତ ପାତ୍ର, ସୁରେଶ ମହାପାତ୍ର, ଯଜେ୍ଞଶ୍ୱର ବାବୁ, ଭୁଜବଳ ମାଝୀ, ନବଜ୍ୟୋତି ପଟ୍ଟନାୟକ ଉପସ୍ଥିତ ଥିଲେ।

ସେହିପରି ମାନସ ଚୌଧୁରୀ, ବଟକୃଷ୍ଣ ରାଉତରାୟ, ସମୀର କୁମାର ରାଉତରାୟ, ଲଲାଟେନ୍ଦୁ ମହାପାତ୍ର, ଯୋଗିନାଥ ବାହୁବଳେନ୍ଦ୍ର, ପଦ୍ମାକର ଗୁରୁ, ପ୍ରଦୀପ ମହାପାତ୍ର, ସୁବ୍ରତ ମହାପାତ୍ର, ମିହିର ଆଚାର‌୍ୟ୍ୟ, ସୁଭାଷ ପ୍ରଧାନ, ପ୍ରକାଶ ମିଶ୍ର, ଲିଙ୍କରାଜ ସାହୁ, ନିରଞ୍ଜନ ନାୟକ, ଚିନ୍ମୟ ପ୍ରସାଦ ବେଉରା, ଯୁଧିଷ୍ଠୀର ଜେନା, ସୁଦର୍ଶନ ଦାସ, ରଜନୀ ମହାନ୍ତି, ପ୍ରଶାନ୍ତ ଶତପଥି, ଅମୀୟ ପାଣ୍ଡବ, ଲିଙ୍ଗରାଜ ଚୌଧୁରୀ, ଶ୍ରୀମତୀ ସନ୍ଧ୍ୟାରାଣି ମହାପାତ୍ର, ସ୍ମୃତି ରଞ୍ଜନ ଲେଙ୍କା, ଅମୀୟ ପଟ୍ଟନାୟକ, ଶ୍ରୀମତୀ ବନ୍ଦିତା ପରିଡ଼ା, ଲୋକନାଥ ମହାରଥି, ଦୀପକ ସାହୁ, କୁସୁମ ପ୍ରଧାନ, ଶ୍ରୀୟା ମହାନ୍ତି, ଜ୍ଞାନ ରଞ୍ଜନ ପଟ୍ଟନାୟକ, ରବିନ୍ଦ୍ର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।

AICC President Election ଓଡିଶା କଂଗ୍ରେସ କଂଗ୍ରେସ କଂଗ୍ରେସ ସଭାପତ ନିର୍ବାଚନ ମଲ୍ଲିକାର୍ଜୁନ ଖଡଗେ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ କଥା, ଆଇନ ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ କମ୍ଭମପଟି, ହେଲେ କାହିଁକି ??

July 21, 2025

ନିଜ ପଦରୁ ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର, ଜାଣନ୍ତୁ କାରଣ

July 21, 2025

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ UPI ମାଧ୍ୟମରେ ଉଠାଯାଇପାରିବ ସୁନା ଋଣ କିମ୍ବା FD ଟଙ୍କା

July 21, 2025

ପ୍ଲାଷ୍ଟିକ୍ ଆଧାର କାର୍ଡ ସପକ୍ଷରେ ନାହାନ୍ତି ଅଖିଳେଶ ଯାଦବ: ଏସପି ମୁଖ୍ୟ କଲେ ଏହି ବଡ଼ ଦାବି

July 21, 2025
Latest News

ନୂଆ କଥା, ଆଇନ ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ କମ୍ଭମପଟି, ହେଲେ କାହିଁକି ??

July 21, 2025

ନିଜ ପଦରୁ ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର, ଜାଣନ୍ତୁ କାରଣ

July 21, 2025

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ UPI ମାଧ୍ୟମରେ ଉଠାଯାଇପାରିବ ସୁନା ଋଣ କିମ୍ବା FD ଟଙ୍କା

July 21, 2025

ପ୍ଲାଷ୍ଟିକ୍ ଆଧାର କାର୍ଡ ସପକ୍ଷରେ ନାହାନ୍ତି ଅଖିଳେଶ ଯାଦବ: ଏସପି ମୁଖ୍ୟ କଲେ ଏହି ବଡ଼ ଦାବି

July 21, 2025

ଓଡ଼ିଶାର ୬,୭୯୪ଟି ଗ୍ରାମ ପଞ୍ଚାୟତରେ ପହଞ୍ଚିବ ତିନି ମାସ ବ୍ୟାପୀ ଆର୍ଥିକ ଅନ୍ତଭୂକ୍ତିକରଣ ଅଭିଯାନ

July 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.